୫ଜିଲାକୁ ୟେଲୋ ଓ୍ବାର୍ନିଂ:ଆଜି ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୫-୧୦(ବ୍ୟୁରୋ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି। ଗୁରୁବାର ଭୁବନେଶ୍ୱର ସମେତ କଟକ, ବାଲେଶ୍ୱର, ପୁରୀ, ଗଞ୍ଜାମ, ବାରିପଦା ଆଦି ଜିଲାରେ ସର୍ବାଧିକ ବର୍ଷା ରେକର୍ଡ ହୋଇଛି। ଶୁକ୍ରବାର ମଧ୍ୟ ଦିନତମାମ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏନେଇ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର ଏବଂ କେନ୍ଦ୍ରାପଡ଼ା ଆଦି ୫ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଥିବାବେଳେ ଏହି ଜିଲାଗୁଡ଼ିକରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ।
ଦକ୍ଷିଣ ଓଡ଼ିଶା ସହ ଦକ୍ଷିଣ-ଉପକୂଳ ଓଡ଼ିଶା ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ଜିଲାରେ ଶୁକ୍ରବାର ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ଏଥିସହ ୨୦ ଜିଲାକୁ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି। ତନ୍ମଧ୍ୟରେ ଗଜପତି, ଗଞ୍ଜାମ, ରାୟଗଡ଼ା, କନ୍ଧମାଳ, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ପୁରୀ, ଖୋର୍ଦ୍ଧା, କଟକ, ଜଗତ୍‌ସିଂହପୁର, ନୟାଗଡ଼ ଆଦି ଜିଲା ରହିଛି। ଗୁରୁବାର ଢେଙ୍କାନାଳ, କେନ୍ଦୁଝର, କଟକ, ଖୋର୍ଦ୍ଧା ଓ ପୁରୀ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଥିବାବେଳେ ଏହି ଜିଲାଗୁଡ଼ିକରେ ପ୍ରବଳ ବର୍ଷା ମଧ୍ୟ ହୋଇଛି। ବାଲେଶ୍ୱରରେ ସର୍ବାଧିକ ୮୩ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ଭୁବନେଶ୍ୱରରେ ୭୮.୪ ମିମି ବର୍ଷା ରେକର୍ଡ ହୋଇଛି। ସେହିଭଳି କଟକରେ ୭୬, ପୁରୀରେ ୬୧, ଚାନ୍ଦବାଲିରେ ୪୯, ଗୋପାଳପୁରରେ ୪୮, ବାରିପଦାରେ ୩୮, ଦାରିଙ୍ଗବାଡ଼ିରେ ୩୫, ପାରାଦୀପରେ ୨୬ ଏବଂ ଅନୁଗୋଳରେ ୨୩ ମିମି ବର୍ଷା ରେକର୍ଡ ହୋଇଛି। ମାତ୍ରାଧିକ ବର୍ଷା ଯୋଗୁ ଭୁବନେଶ୍ୱର, କଟକ, ବ୍ରହ୍ମପୁର, ପୁରୀ ଭଳି ସହରରେ ଏକପ୍ରକାର କୃତ୍ରିମ ବନ୍ୟା ସୃଷ୍ଟି ହୋଇଛି। ଲଗାଣ ବର୍ଷା ଯୋଗୁ ଗୁରୁବାର ଗଞ୍ଜାମ, ଗଜପତି ,ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା ଓ ଭଦ୍ରକ ଜିଲାର ସମସ୍ତ ସ୍କୁଲ ଛୁଟି ଘୋଷଣା ହୋଇଥିବାବେଳେ ଶୁକ୍ରବାର ଗଞ୍ଜାମ, ଖୋର୍ଦ୍ଧା, ଭଦ୍ରକ, କେନ୍ଦୁଝର, ଯାଜପୁର, ପୁରୀ, ଢେଙ୍କାନାଳ, ବାଲେଶ୍ୱର, ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ା ଜିଲାର ସମସ୍ତ ସ୍କୁଲ୍‌ ଏବଂ ଅଙ୍ଗନଓ୍ବାଡ଼ି କେନ୍ଦ୍ରକୁ ଜିଲା ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଛି। ଅନ୍ୟପକ୍ଷରେ ପ୍ରବଳ ବର୍ଷା ଯୋଗୁ ଗମନାଗମନ ବାଧାପ୍ରାପ୍ତ ହୋଇଥିବାବେଳେ ରେଳସେବା ମଧ୍ୟ ପ୍ରଭାବିତ ହୋଇଛି। ଆନ୍ଧ୍ରପ୍ରଦେଶର ବିଜୟନଗରମ ଓ ପଲାସାରେ ପ୍ରବଳ ବର୍ଷା ଯୋଗୁଁ ପୂର୍ବତଟ ରେଳପଥରେ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଛି। ତେବେ ଆସନ୍ତା ୨୬ ତାରିଖ ପରେ ବର୍ଷାର ପରିମାଣ ହ୍ରାସ ପାଇବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ୍‌ ଲାଳସାରେ ରାଜନୈତିକ ଚାପ, ଛୁଟିଦିନରେ ବି ସ୍କୁଲରେ ଚାଲିଛି ଭୋଜିଭାତ

ସରଣ୍ଡା,୨୦ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ଅତାବିରା ବିଧାନସଭା ଆସନରେ ନିର୍ବାଚନ ଆଉ ମାସେ ରହିଲା। ଆସନ୍ତା ମେ’  ୨୦ରେ ଏଠାରେ ନିର୍ବାଚନ...

ମୋହନଙ୍କ ପ୍ରାର୍ଥିତ୍ୱ ରଦ୍ଦ, ବିନୋଦ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଘୋଷଣା ହେବାର କିଛି ଦିନ ପରେ ଶନିବାର ଏଆଇସିସି କେନ୍ଦୁଝର ଲୋକ ସଭା ପ୍ରାର୍ଥୀ ମୋହନ ହେମ୍ବ୍ରମଙ୍କ ନାମ ପରିବର୍ତ୍ତନ କରି...

ଏହି ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ୧୬ ବିଧାନସଭା ଏବଂ ୩ ଲୋକ ସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି। ତେବେ କଂଗ୍ରେସ ୩ଟି ବିଧାନସଭା ଆସନରେ ଆଜି...

ନିମାପଡ଼ାରୁ ସୁରଙ୍କ ବଡ଼ପୁଅକୁ ଟିକେଟ୍ ଦେଲା କଂଗ୍ରେସ

ନୂଆଦିଲ୍ଲୀ,୨୦ା୪: ଓଡ଼ିଶାର ଚର୍ଚ୍ଚିତ ରାଜନେତା ସୁରେଶ ରାଉତରାୟଙ୍କ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟଙ୍କୁ ପୁରୀ ନିମାପଡ଼ାରୁ ପ୍ରାର୍ଥୀ କରିଛି କଂଗ୍ରେସ। ନିର୍ବାଚନ ତାରିଖ ଘୋଷଣା ହେବା...

୩ ଲୋକ ସଭା ପ୍ରାର୍ଥୀଙ୍କ ନାମ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ଆଉ ୩ ଲୋକ ସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସମ୍ବଲପୁରରୁ ଦୁଲାଲ ଚନ୍ଦ୍ର ପ୍ରଧାନଙ୍କୁ କଂଗ୍ରେସ ଲୋକ ସଭା ପ୍ରାର୍ଥୀ...

ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ, ଜାଣନ୍ତୁ କେଉଁ ଆସନରୁ କାହାକୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ତା’ର ଆଉ ୧୬ଟି ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଝାରସୁଗୁଡ଼ାରୁ ଅମିତା ବିଶ୍ୱାଳଙ୍କୁ କଂଗ୍ରେସ ପ୍ରାର୍ଥୀ କରିଥିବା ବେଳେ ବଡ଼ସାହିରୁ...

ବର୍ତ୍ତମାନ ସୁଦ୍ଧା କେଉଁ ଦଳ କେତେ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି, ଆଉ ରହିଲା କେତେ ଜାଣନ୍ତୁ…

ଭୁବନେଶ୍ୱର,୨୦ା୪: ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ସମସ୍ତଙ୍କ ମଧ୍ୟରେ ଉତ୍ସାହ ସେତିକି ବଢ଼ି ଚାଲିଛି। ବିଶେଷକରି ଭୋଟରଙ୍କ ନଜର ତିନି ପ୍ରମୁଖ ଦଳ ଯଥା...

ବାରବାଟୀରେ ଗର୍ଜିଲେ ସମୀର ଦାଶ; ହଜାର ହଜାର ସମର୍ଥକ କହିଲେ ‘ସମୀର ନାହିଁ ତ ଶଙ୍ଖ ନାହିଁ’ 

ନିମାପଡ଼ା,୨୦।୪: ବିଜେଡି ପକ୍ଷରୁ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ମିଳିନାହିଁ। ଏହାକୁ ନେଇ ତାଙ୍କର ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri