୫ଟଙ୍କା ନେଲା ସାଙ୍ଗ ଜୀବନ

କଣିହାଁ, ୧୯।୩(ଡି.ଏନ.ଏ.) ତାଳଚେର ବ୍ଲକ କଣିହାଁ ଥାନା ଅଧୀନ କୁମୁଣ୍ଡା ପଞ୍ଚାୟତ ଚିତ୍ତଲପୁର ଗ୍ରାମରେ ମଙ୍ଗଳବାର ଅଭାବନୀୟ ଘଟଣା ଘଟିଛି। ସାମାନ୍ୟ ବଚସାକୁ କେନ୍ଦ୍ର କରି ବନ୍ଧୁଙ୍କ ପଥର ମାଡ଼ରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ ଯାଇଛି। ମୃତକ ହେଲେ ସନ୍ଦୀପ ନାୟକ। ଏ ନେଇ ପରିବାର ଲୋକଙ୍କ ଅଭିଯୋଗ ଅନୁଯାୟୀ ନଂ. ୪୫/୨୦ରେ ଏକ ମାମଲା ରୁଜୁ ହୋଇଛି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।
ପୋଲିସ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ସନ୍ଦୀପ ଏବଂ ତାଙ୍କର ଅନ୍ୟ ୨ଜଣ ନାବାଳକ ବନ୍ଧୁ ମଙ୍ଗଳବାର ଏକ ସାଇକେଲରେ ଚୁଟି କାଟିବାକୁ ସେଲୁନକୁ ଯାଇଥିଲେ। କିଛି ଦିନ ତଳେ ସନ୍ଦୀପ ଜଣେ ସାଙ୍ଗଙ୍କଠାରୁ ୫ ଟଙ୍କା ଧାର ନେଇଥିଲେ। ସେଲୁନ୍‌ରେ ଟଙ୍କା ନିଅଣ୍ଟ ହେବାରୁ ସମ୍ପୃକ୍ତ ବନ୍ଧୁ ଜଣକ ସନ୍ଦୀପଙ୍କୁ ୫ଟଙ୍କା ଦେବାକୁ କହିଥିଲେ। ଏହାକୁ ନେଇ ସେମାନଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ସେଲୁନ୍‌ରୁ ଫେରୁଥିବା ବାଟରେ ଧାର ଟଙ୍କାକୁ ନେଇ ଉଭୟଙ୍କ ଭିତରେ ପୁଣି ବଚସା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ସମ୍ପୃକ୍ତ ବନ୍ଧୁଜଣକ ରାସ୍ତାକଡ଼ରେ ପଡ଼ିଥିବା ଏକ ପଥର ସନ୍ଦୀପଙ୍କୁ ଲକ୍ଷ୍ୟ କରି ଫିଙ୍ଗିଥିଲେ। ଉକ୍ତ ପଥର ସନ୍ଦୀପଙ୍କ କାନମୁଣ୍ଡାରେ ବାଜିଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗରେ ଦର୍ଶାଇଛନ୍ତି।
ଏ ନେଇ ଥାନାଧିକାରୀ ପ୍ରଭାତ ତ୍ରିପାଠୀ କୁହନ୍ତି, ଅଭିଯୁକ୍ତ ଜଣକ ନାବାଳକ ବୋଲି ଏତଲାରେ ଦର୍ଶାଯାଇଛି। ଅଭିଯୋଗକୁ ଭିତ୍ତିକରି ପୋଲିସ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri