୫ଟି କାର୍ଯ୍ୟକାରିତା, ଅଗ୍ରଗତିର ସମୀକ୍ଷା

ବଲାଙ୍ଗୀର ଅଫିସ, ୨୭।୧୦ – ବଲାଙ୍ଗୀର ଡିଆରଡିଏ ସମ୍ମିଳନୀ କକ୍ଷରେ ୫ଟିର କାର୍ଯ୍ୟକାରିତା ଓ ଅଗ୍ରଗତି ସମ୍ପର୍କିତ ଏକ ଜିଲାସ୍ତରୀୟ ବିଚାର ମନ୍ଥନ ସମୀକ୍ଷା ବୈଠକ ଜିଲାପାଳ ଅରିନ୍ଦମ ଡାକୁଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଅତିରିକ୍ତ ଜିଲାପାଳ ପରକ୍ଷୀତ ସେଠୀ, ପିଡି ଡିଆରଡିଏ ଡ. ମହେଶ୍ୱର ସ୍ବାଇଁଙ୍କ ସମେତ ବିଭିନ୍ନ ବିଭାଗର ଜିଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ଜିଲାରେ ଯେଉଁ ସବୁ ଲୋକାଭିମୁଖୀ ଯୋଜନା ଓ ସେବାଗୁଡିକ ଜନସାଧାରଣଙ୍କ ହିତ ତଥା ପ୍ରଗତି ପାଇଁ କାର୍ଯ୍ୟକାରୀ କରାଯାଉଛି ସେଗୁଡିକୁ ପାରଦର୍ଶିତାର ସହ କାର୍ଯ୍ୟକାରୀ କରିବାକୁ ଜିଲାପାଳ ପରାମର୍ଶ ଦେଇଥିଲେ। ସମ୍ମିଳିତ ଉଦ୍ୟମ, ସ୍ବଚ୍ଛତା, ସମୟାନୁବର୍ତ୍ତିତା, ପ୍ରଯୁକ୍ତିବିଦ୍ୟା ଓ ପରିବର୍ତ୍ତନ ଆଧାରରେ କାର୍ଯ୍ୟ କରିବାକୁ ସେ ପରାମର୍ଶ ଦେଇଥିଲେ। ବୈଠକରେ ଜିଲାପାଳ ଇ-ଅଭିଯୋଗର ସମାଧାନ ସମ୍ପର୍କରେ ବିଭାଗୱାରୀ ସମୀକ୍ଷା କରିବା ସହ ଏଗୁଡିକୁ ଯଥାଶୀଘ୍ର ସମାଧାନ କରି ରିପୋର୍ଟ ଦେବା ପାଇଁ ପରାମର୍ଶ ଦେଇଥିଲେ। ବୈଠକ ପରେ ଭୀମଭୋଇ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ମୋ ସରକାର ଯୋଜନା କାର୍ଯ୍ୟକାରୀ ହେଲାପରେ ସ୍ବାସ୍ଥ୍ୟ ସେବା କିପରି ଚାଲିଛି ସେ ସମ୍ପର୍କରେ ଅନୁଧ୍ୟାନ କରିବା ନିମନ୍ତେ ଜିଲାପାଳଙ୍କ ଦ୍ୱାରା ଗଠିତ ତିନିଟି ଟିମ୍‌ ହସ୍ପିଟାଲ ପରିଦର୍ଶନ କରିଥିଲେ। ବିଭିନ୍ନ ଜିଲାସ୍ତରୀୟ ଅଧିକାରୀଙ୍କୁ ନେଇ ଜିଲାପାଳ ଡାକୁଆଙ୍କ ନେତୃତ୍ୱରେ ପ୍ରଥମ ଟିମ, ଅତିରିକ୍ତ ଜିଲାପାଳ ସେଠୀଙ୍କ ନେତୃତ୍ୱରେ ଦ୍ୱିତୀୟ ଟିମ ଓ ପିଡ ଡିଆରଡିଏ ଡ. ସ୍ବାଇଁଙ୍କ ନେତୃତ୍ୱରେ ତୃତୀୟ ଟିମ ହସ୍ପିଟାଲର ଓପିଡି, ଏମସିଏଚ, ଆଇପିଡିରେ ଯୋଗାଇ ଦିଆଯାଇଥିବା ସ୍ବାସ୍ଥ୍ୟସେବା ସମ୍ପର୍କରେ ଅନୁଧ୍ୟାନ କରିଥିଲେ। ଏହି ଟିମ ଔଷଧ ବିତରଣ କେନ୍ଦ୍ର ନିରାମୟରେ ରୋଗୀଙ୍କ ସହ କଥାବାର୍ତ୍ତା କରି ମାଗଣାରେ ଔଷଧ ଉପଲବ୍ଧ ହେଉଛି କି ନାହିଁ ବୁଝିଥିଲେ । ବର୍ହିଃ ବିଭାଗ ଓ ବିଭିନ୍ନ ୱାର୍ଡକୁ ଯାଇ ଚିକିତ୍ସାଧୀନ ରୋଗୀଙ୍କ ସହ ଆଲୋଚନା କରିଥିଲେ। ଏ ସମ୍ପର୍କରେ ରୋଗୀ ସହଯୋଗୀଙ୍କ ସହ ମଧ୍ୟ ଆଲୋଚନା କରିଥିଲେ । ଚିକିତ୍ସାଳୟର ବିଭିନ୍ନ ୱାର୍ଡ ତଥା ପରିସରର ସଫେଇ କାର୍ଯ୍ୟର ତଦାରଖ କରିବା ସହ ଆନୁସଙ୍ଗିକ ସୁବିଧା ସୁଯୋଗ ସମ୍ପର୍କରେ ଆଲୋଚନା କରିଥିଲେ। ରୋଗୀମାନଙ୍କୁ ଦିଆଯାଉଥିବା ଖାଦ୍ୟ ତଥା ଅନ୍ୟାନ୍ୟ ମାଗଣା ସ୍ବାସ୍ଥ୍ୟ ସେବା ସମ୍ପର୍କରେ ତଦାରଖ କରିଥିଲା ଟିମ୍‌। ଏତତ୍‌ବ୍ୟତୀତ ଏହି ତିନିଟି ଯାକ ଟିମ ଭୀମଭୋଇ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ବିଦ୍ୟୁତ, ଜଳ ଯୋଗାଣ ଓ ଅନ୍ୟାନ୍ୟ ଆନୁସଙ୍ଗିକ ବ୍ୟବସ୍ଥାର ମଧ୍ୟ ତଦାରଖ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

ରାସ୍ତା କାମରେ ଅନିୟମିତତା ଅଭିଯୋଗ: ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଲୋଇସିଂହା ଓ ଆଗଲପୁର ବ୍ଲକରେ ରାସ୍ତା ଓ କୋଠାବାଡି କାମ ହେଉଛି। ହେଲେ ଅଧିକାଂଶ ସମୟରେ…

ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ନୂତନ ପ୍ରାଥମିକ କୃଷି ସମବାୟ ସମିତିର ଭିତ୍ତିପ୍ରସ୍ତର ସ୍ଥାପନ: ଅଞ୍ଚଳର ଚାଷୀମାନଙ୍କୁ ମିଳିବ ଏସବୁ ସୁବିଧା

ଲୋଇସିଂହା,୭।୪(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁଢୀପଦରଠାରେ ନୂତନ ପ୍ରାଥମିକ କୃଷି ସମବାୟ ସମିତି ଲିମିଟେଡର ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଉତ୍ସାହ ଓ ଆନନ୍ଦର…

ପୁଅ ବିବାହ ଭୋଜି ଦିନ ଆତ୍ମହତ୍ୟା କରିଦେଲେ ବାପା

ଲୋଇସିଂହା,୬।୪(ସୁଶାନ୍ତ ବାରିକ): ଶନିବାର ଥିଲା ପୁଅ ବାହାଘର। ବାହାଘର ଯଥାରୀତି ସମ୍ପନ୍ନ ହେଲା। ଭୋର ସମୟରେ ବନ୍ଦାପନା କରି ନବବଧୂଙ୍କୁ ଶାଶୁଘରେ ସ୍ବାଗତ କରାଯାଇଥିଲା। ହେଲେ ପୁଅର…

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri