୫ଦିନ ମଧ୍ୟରେ ବହି ବଣ୍ଟା ଶେଷ କର

ଭୁବନେଶ୍ୱର, ୨୩ା୪(ବ୍ୟୁରୋ): ଲକ୍‌ଡାଉନ୍‌ ଯୋଗୁ ପିଲାମାନଙ୍କ ପାଠପଢା ଏକ ପ୍ରକାର ଠପ୍‌ ହୋଇଯାଇଛି। ଦଶମ ପିଲାଙ୍କ ପରୀକ୍ଷା ମୂଲ୍ୟାୟନ ଶେଷ ହୋଇପାରି ନ ଥିବାବେଳେ ଯୁକ୍ତ୨ ପରୀକ୍ଷା ମଧ୍ୟ ଶେଷ ହୋଇନାହିଁ। ଏସବୁକୁ ନେଇ ସରକାର ଚିନ୍ତାରେ ଥିବାବେଳେ ପ୍ରଥମ ପର୍ଯ୍ୟାୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଖରେ ବହି ପହଞ୍ଚାଇବା ଲାଗି ପଦକ୍ଷେପ ନିଆଯାଇଛି। ଆସନ୍ତା ୫ ଦିନ ମଧ୍ୟରେ ସବୁ ପିଲାମାନଙ୍କ ନିକଟରେ ବହି ପହଞ୍ଚାଇବା ପାଇଁ ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ସମସ୍ତ ଜିଲା ଶିକ୍ଷା ଅଧିକାରୀ ଏବଂ ଡିସିପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅଭିଭାବକମାନଙ୍କୁ ସ୍କୁଲକୁ ଡକାଇ ବହି ଦେବାକୁ କୁହାଯାଇଛି। ନଚେତ୍‌ ଘରକୁ ଯାଇ ଶିକ୍ଷକମାନେ ପିଲାଙ୍କ ନିକଟରେ ବହି ପହଞ୍ଚାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରଥମ ପର୍ଯ୍ୟାୟରେ ପୁରୀ ଜିଲାରୁ ଏହି କାର୍ଯ୍ୟ ଆରମ୍ଭ ହୋଇଥିବା ବେେଳେ ପରବର୍ତ୍ତୀ ପର୍ଯ୍ୟାୟରେ ରାଜ୍ୟର ସବୁ ଜିଲାରେ ଲାଗୁ କରାଯାଇଛି। ବହି ବାଣ୍ଟିବା ସମୟରେ ସାମାଜିକ ଦୂରତା ଅବଲମ୍ବନ କରିବା ପାଇଁ ପରାମର୍ଶ ଦିଆଯାଇଛି। ହଟ୍ସସ୍ପଟ୍‌ ଏବଂ କଣ୍ଟେନମେଣ୍ଟ ଜୋନ୍‌ରେ ବହି ବଣ୍ଟାଯିବ ନାହିଁ। ଏହା ମଧ୍ୟରେ ନବମ ଶ୍ରେଣୀ ପିଲାଙ୍କ ଖାତା ମୂଲ୍ୟାୟନ ହୋଇପାରି ନାହିଁ। ଏହି କାର୍ଯ୍ୟ ବିଭାଗ ପକ୍ଷରୁ ତୁରନ୍ତ ଶେଷ କରିବାକୁ ନିର୍ଦ୍ଦେଶ ଦିଆଯିବ ବୋଲି ଜଣାପଡିଛି। ନୂଆକରି ଦଶମ ଶ୍ରେଣୀରେ ପାଦ ରଖିବାକୁ ଥିବା ପିଲାମାନେ ମଧ୍ୟ ବହି ପାଇବାରୁ ବଞ୍ଚିତ ଅଛନ୍ତି। ଚଳିତ ଥର ଦଶମ ଶ୍ରେଣୀର ୧୪ଟି ବହିରୁ ୮ଟି ପରିବର୍ତ୍ତନ ହୋଇଛି। ଏହି ପୁସ୍ତକ ବୋର୍ଡରେ ଥିଲେ ମଧ୍ୟ ଲକ୍‌ଡାଉନ୍‌ ଯୋଗୁ ବାହାରକୁ ଆସିପାରିନାହିଁ। ଏଥିଲାଗି ମଧ୍ୟ ବିଳମ୍ବ ହେବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri