୫ଦିନ ମଧ୍ୟରେ ବହି ବଣ୍ଟା ଶେଷ କର

ଭୁବନେଶ୍ୱର, ୨୩ା୪(ବ୍ୟୁରୋ): ଲକ୍‌ଡାଉନ୍‌ ଯୋଗୁ ପିଲାମାନଙ୍କ ପାଠପଢା ଏକ ପ୍ରକାର ଠପ୍‌ ହୋଇଯାଇଛି। ଦଶମ ପିଲାଙ୍କ ପରୀକ୍ଷା ମୂଲ୍ୟାୟନ ଶେଷ ହୋଇପାରି ନ ଥିବାବେଳେ ଯୁକ୍ତ୨ ପରୀକ୍ଷା ମଧ୍ୟ ଶେଷ ହୋଇନାହିଁ। ଏସବୁକୁ ନେଇ ସରକାର ଚିନ୍ତାରେ ଥିବାବେଳେ ପ୍ରଥମ ପର୍ଯ୍ୟାୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଖରେ ବହି ପହଞ୍ଚାଇବା ଲାଗି ପଦକ୍ଷେପ ନିଆଯାଇଛି। ଆସନ୍ତା ୫ ଦିନ ମଧ୍ୟରେ ସବୁ ପିଲାମାନଙ୍କ ନିକଟରେ ବହି ପହଞ୍ଚାଇବା ପାଇଁ ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ସମସ୍ତ ଜିଲା ଶିକ୍ଷା ଅଧିକାରୀ ଏବଂ ଡିସିପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅଭିଭାବକମାନଙ୍କୁ ସ୍କୁଲକୁ ଡକାଇ ବହି ଦେବାକୁ କୁହାଯାଇଛି। ନଚେତ୍‌ ଘରକୁ ଯାଇ ଶିକ୍ଷକମାନେ ପିଲାଙ୍କ ନିକଟରେ ବହି ପହଞ୍ଚାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରଥମ ପର୍ଯ୍ୟାୟରେ ପୁରୀ ଜିଲାରୁ ଏହି କାର୍ଯ୍ୟ ଆରମ୍ଭ ହୋଇଥିବା ବେେଳେ ପରବର୍ତ୍ତୀ ପର୍ଯ୍ୟାୟରେ ରାଜ୍ୟର ସବୁ ଜିଲାରେ ଲାଗୁ କରାଯାଇଛି। ବହି ବାଣ୍ଟିବା ସମୟରେ ସାମାଜିକ ଦୂରତା ଅବଲମ୍ବନ କରିବା ପାଇଁ ପରାମର୍ଶ ଦିଆଯାଇଛି। ହଟ୍ସସ୍ପଟ୍‌ ଏବଂ କଣ୍ଟେନମେଣ୍ଟ ଜୋନ୍‌ରେ ବହି ବଣ୍ଟାଯିବ ନାହିଁ। ଏହା ମଧ୍ୟରେ ନବମ ଶ୍ରେଣୀ ପିଲାଙ୍କ ଖାତା ମୂଲ୍ୟାୟନ ହୋଇପାରି ନାହିଁ। ଏହି କାର୍ଯ୍ୟ ବିଭାଗ ପକ୍ଷରୁ ତୁରନ୍ତ ଶେଷ କରିବାକୁ ନିର୍ଦ୍ଦେଶ ଦିଆଯିବ ବୋଲି ଜଣାପଡିଛି। ନୂଆକରି ଦଶମ ଶ୍ରେଣୀରେ ପାଦ ରଖିବାକୁ ଥିବା ପିଲାମାନେ ମଧ୍ୟ ବହି ପାଇବାରୁ ବଞ୍ଚିତ ଅଛନ୍ତି। ଚଳିତ ଥର ଦଶମ ଶ୍ରେଣୀର ୧୪ଟି ବହିରୁ ୮ଟି ପରିବର୍ତ୍ତନ ହୋଇଛି। ଏହି ପୁସ୍ତକ ବୋର୍ଡରେ ଥିଲେ ମଧ୍ୟ ଲକ୍‌ଡାଉନ୍‌ ଯୋଗୁ ବାହାରକୁ ଆସିପାରିନାହିଁ। ଏଥିଲାଗି ମଧ୍ୟ ବିଳମ୍ବ ହେବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ୁଛି ଖରା, ପିଇବାକୁ ପାଣି ନାହିଁ

କେନ୍ଦ୍ରାପଡ଼ା, ୨୦ା୪ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାରେ ଉତ୍ତାପ ୪୨ ଡିଗ୍ରୀ ଉପରେ ଅଛି। ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମ୍‌ରେ ଥିବା ୭ ନଦୀ ଶୁଖିଲା...

ଖଣି ବିଭାଗର ଡ୍ରୋନ୍‌ କ୍ୟାମେରାରେ ମାପଚୁପ

ଯାଜପୁର,୨୦।୪ (ହର୍ଷବର୍ଦ୍ଧନ ବେହେରା)ଦ୍ରୁତ ଶିଳ୍ପାୟନ ରାଜ୍ୟର ଆର୍ଥିକ ଅଭିବୃଦ୍ଧି ସହ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ରାଜ୍ୟ ସରକାର ଦାବି କରୁଛନ୍ତି।...

ଛାତ୍ରୀଛାତ୍ରଙ୍କ ଦୁର୍ଦ୍ଦଶାର ହେଉନି ଅନ୍ତ

ଡେରାବିଶ, ୨୦ା୪ (ବେବର୍ତ୍ତା ଅଜୟ ଦାସ)କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ କୁରୁଜଙ୍ଗାଠାରେ ୨୦୨୨ରେ ଖୋଲାଯାଇଥିବା ଆଦର୍ଶ ବିଦ୍ୟାଳୟ ଏବେ ବି ସମସ୍ୟା ଘେରରେ। ଏହି...

୬ ମାସ ହେବ ପାନୀୟ ଜଳ ପ୍ରକଳ୍ପ ଅଚଳ

ନାଉଗାଁ ,୨୦ା୪(ସୁଧା ବେହୁରା)ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ବୃଦ୍ଧି ପାଇ ଚାଲିଥିବାବେଳେ ସକାଳ ୯ଟା ପରେ ଘରୁ ବାହାରିବା କଷ୍ଟସାଧ୍ୟ ହୋଇପଡୁଛି। ଏନେଇ ପାନୀୟ ଜଳର...

ଅଣଚାଷୀଙ୍କୁ ପ୍ରାଧାନ୍ୟ ଦେଉଛି କୃଷି ବିଭାଗ

ନୟାଗଡ଼,୨୦।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ସଦର ବ୍ଲକର ବାଲୁଗଁା ପଞ୍ଚାୟତ ଅଞ୍ଚଳରେ ଚାଷୀ ଓ ଚାଷକୁ କୃଷି ବିଭାଗ ଅଣଦେଖା କରୁଥିବା ଅଭିଯୋଗ ହୋଇଆସୁଛି। ଚାଷୀ ଓ...

ପକାରି ବନାଞ୍ଚଳରେ ନିଆଁ

ଦାରିଙ୍ଗବାଡି, ୨୦ା୪ (ଅରୁଣ ସାହୁ):ଏବେ ସାରା ରାଜ୍ୟରେ ତାପମାତ୍ରା ବିଭିନ୍ନ ଜିଲାରେ ୪୪ ଡିଗ୍ରୀ ଛୁଇଁଲାଣି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡିରେ ମଧ୍ୟ ତାପମାତ୍ରା...

ପୁରୁଣାଙ୍କ ସହ ଲଢ଼ିବେ ନୂଆ

ସୁନାବେଡ଼ା/ସେମିଳିଗୁଡ଼ା,୨୦ା୪(କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼): କୋରାପୁଟ ଜିଲା ପଟ୍ଟାଙ୍ଗି ବିଧାନସଭା ନିର୍ବାଚନମଣ୍ଡଳୀରେ ମେ’ ୧୩ରେ ନିର୍ବାଚନ ହେବ। କଂଗ୍ରେସ ଓ ଶାସକ ବିଜେଡି ନିଜର ପ୍ରାର୍ଥୀ ପରିବର୍ତ୍ତନ...

ବାହାର ଅଞ୍ଚଳ ପ୍ରାର୍ଥୀ ବନାମ ମାଟିର ପୁଅ

ଯାଜପୁର,୨୦ା୪(ହର୍ଷବର୍ଦ୍ଧନ ବେହେରା): ସମ୍ପ୍ରତି ଜିଲା ତଥା ନିର୍ବାଚନମଣ୍ଡଳୀ ବାହାର ପ୍ରାର୍ଥୀଙ୍କୁ ନେଇ ବହୁ ଚର୍ଚ୍ଚା ହେଉଛି। ହେଲେ ନେତାମାନେ ନିଜ ଅଞ୍ଚଳଠାରୁ ଦୂର ଅନ୍ୟ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri