୫ବର୍ଷରେ ମହିଳା ସହଯୋଗ କେନ୍ଦ୍ର ‘ମାଧ୍ୟମ’: ୨୩୦୩ ମାମଲାରୁ ସମାଧାନ ହୋଇଛି ୧୪୪୯

ଭୁବନେଶ୍ୱର, ୨୩-୧୦(ବ୍ୟୁରୋ) : କମିଶନରେଟ ପୋଲିସ ଅଞ୍ଚଳରେ ହିଂସା ପୀଡିତା ମହିଳାଙ୍କ ସମସ୍ୟାର ସମାଧାନ ପାଇଁ ସହଯୋଗର ହାତ ବଢାଇଥିବା ‘ମାଧ୍ୟମ’ ମଙ୍ଗଳବାର ୫ ବର୍ଷରେ ପଦାର୍ପଣ କରିଛି। ଏହି ଅବସରରେ କମିଶନରେଟ ପୋଲିସ ମୁଖ୍ୟାଳୟରେ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ପୋଲିସ କମିଶନର ଡ. ସୁଧାଂଶୁ ଷଡ଼ଙ୍ଗୀ ମୁଖ୍ୟ ଅତିଥିଭାବେ ଯୋଗଦେଇ କହିଲେ, ଇନ୍‌ଷ୍ଟିଚ୍ୟୁଟ ଫର୍‌ ସୋସିଆଲ ଡେଭଲପ୍‌ମେଣ୍ଟ (ଆଇଏସ୍‌ଡି) ଓ କମିଶନରେଟ ପୋଲିସର ମିଳିତ ସହଯୋଗରେ ୨୦୧୪ରୁ ଆରମ୍ଭ ହୋଇଛି ‘ମାଧ୍ୟମ’। ମହିଳାଙ୍କୁ ସହଯୋଗ ଦେବା ପାଇଁ ଏହା ଏକ ଉତ୍ତମ ପଦକ୍ଷେପ। ଏଥିସହ ‘ମାଧ୍ୟମ’ର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୨ବର୍ଷିଆ ଏମଓୟୁ କରିବା ସହ ଅପ୍‌ଡେଟ ବୁକଲେଟ୍‌କୁ ଉନ୍ମୋଚନ କରି କହିଲେ, ବିଗତ ୫ ବର୍ଷ ମଧ୍ୟରେ ମୋଟ ୨୩୦୪ ମାମଲା ପଞ୍ଜୀକୃତ ହୋଇଛି। ଏଥିମଧ୍ୟରେ ଭୁବନେଶ୍ୱରରେ ୧୧୦୪୫ ଓ କଟକରେ ୧୨୫୮ ମାମଲା ହୋଇଥିବା ବେଳେ ୧୪୪୯ ମାମଲାର ସମାଧାନ କରାଯାଇଛି। କଟକ-ଭୁବନେଶ୍ୱର ମହିଳା ଥାନା ସହ ସମନ୍ବୟ ରଖାଯାଇ କାର୍ଯ୍ୟ କରାଯିବ ବୋଲି ଆଇଏସ୍‌ଡି ନିର୍ଦ୍ଦେଶିକା ଶୁଭଶ୍ରୀ ଦାସ ୫ ବର୍ଷର ରିପୋର୍ଟକୁ ଉପସ୍ଥାପନ କରିବା ଅବସରରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?