୫ବର୍ଷର ଶିଶୁକୁ ଛାଡି ମହିଳା ଫେରାର: ୨ ମାସ ପରେ ଉଦ୍ଧାର କଲା ଚାଇଲ୍ଡଲାଇନ

ଜଳେଶ୍ୱର, ୨୨।୧(ସ୍ବ.ପ୍ର.)-ଜଳେଶ୍ୱର ଥାନା ଅନ୍ତର୍ଗତ ମହିଷାମୁଣ୍ଡା ଗ୍ରାମରୁ ଏକ ୫ବର୍ଷର ଶିଶୁକୁ ଜିଲା ଚାଇଲ୍ଡ ଲାଇନ୍‌ ଉଦ୍ଧାର କରି ଜିଲା ଶିଶୁ ମଙ୍ଗଳ କମିଟିକୁ ହସ୍ତାନ୍ତର କରିଥିଲା। ସୋମବାର ସନ୍ଧ୍ୟାରେ ତାଙ୍କୁ ସୋରସ୍ଥିତ ପୁରୁବାଇ କନ୍ୟାଶ୍ରମକୁ ପଠାଇ ଦିଆଯାଇଛି।
ଚମାରଗାଁ ପଞ୍ଚାୟତର ଚାଫଲା ଗ୍ରାମର ଜଣେ ମହିଳା ତାଙ୍କ ସ୍ବାମୀଙ୍କ ମୃତ୍ୟୁ ପରେ ବେସାହାରା ହୋଇପଡ଼ିଥିଲେ। ନିଜର ଗୁଜୁରାଣ ମେଣ୍ଟାଇବା ପାଇଁ ସେ ନିଜର ୫ବର୍ଷର ଝିଅକୁ ଧରି ଜଳେଶ୍ୱରର ବିଭିନ୍ନ ସ୍ଥାନ ବୁଲିଥିଲେ। ଶେଷରେ ଗତ ନଭେମ୍ବରରେ ୬୦ନଂ. ଜାତୀୟ ରାଜପଥରେ ନିଜ ଝିଅକୁ ନନ୍ଦିକା ନିକଟରେ ଛାଡ଼ି ଅନ୍ୟଜଣେ ବ୍ୟକ୍ତିଙ୍କ ସହିତ ଫେରାର ହୋଇଯାଇଥିଲେ। ସେଠାରେ ଦୀର୍ଘ ସମୟ ଧରି ଝିଅଟି କାନ୍ଦୁଥିବା ବେଳେ ଗୋପୀମୋହନପୁର ପଞ୍ଚାୟତର ମହିଷାମୁଁଣ୍ଡା ଗାଁର ଜଣେ ବ୍ୟକ୍ତି ତାଙ୍କୁ ନେଇଯାଇ ଘରେ ରଖିଥିଲେ। ସେ ତାଙ୍କ ଘରେ ବିଭିନ୍ନ କାମରେ ନିୟୋଜିତ କରୁଥିବା ଜାଣି ନିକଟସ୍ଥ ସରସିଦା ଗ୍ରାମରେ ଥିବା ଆନନ୍ଦାୟନ କନ୍ୟାଶ୍ରମର ସମ୍ପାଦିକା କାଞ୍ଚନବାଳା ପରିଡ଼ା ତାଙ୍କୁ ନେବା ପାଇଁ ନିବେଦନ କରିଥିଲେ ା ମାତ୍ର ସେଥିରେ ସେ ଅମଙ୍ଗ ହେବାରୁ ଜଳେଶ୍ୱର ପୋଲିସର ଆଶ୍ରୟ ନିଆଯାଇଥିଲା। ମାତ୍ର ସେଥିରେ ବିଫଳ ହେବାରୁ କନ୍ୟାଶ୍ରମର ସମ୍ପାଦିକା ଚାଇଲ୍ଡଲାଇନ୍‌କୁ ଜଣାଇବା ପରେ ରବିବାର ସନ୍ଧ୍ୟାରେ ବାଲେଶ୍ୱର ଚାଇଲ୍ଡଲାଇନ ନିର୍ଦ୍ଦେଶରେ ବାଲିଆପାଳ ଚାଇଲ୍ଡଲାଇନର କ୍ରିଷ୍ଣା ଅଣ୍ଡିଆ ଜଳେଶ୍ୱର ପୋଲିସ ସହାୟତାରେ ଝିଅକୁ ଉଦ୍ଧାର କରିଥିଲେ। ସୋମବାର ଜିଲା ଶିଶୁ ମଙ୍ଗଳ କମିଟି ଅଧ୍ୟକ୍ଷ ଭାଗିରଥି ବାରିକ, ସଭ୍ୟ ଗଣେଶ୍ୱର ରାଉତ, ଆଶିଷ ଘୋଷ, ପଦ୍ମଲୋଚନ ଦତ୍ତ ଓ ଗୌରରାଣୀ ଉପାଧ୍ୟାୟ ପ୍ରମୁଖଙ୍କ ନିକଟରେ ହାଜର କରାଯାଇଥିଲା। ପରେ ଶିଶୁକୁ ସୋର ପୁରୁବାଈସ୍ଥିତ କନ୍ୟାଶ୍ରମକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ବାଙ୍କେଶ୍ୱରୀଙ୍କ ଦୋଳଯାତ୍ରା ପାଇଁ ପ୍ରସ୍ତୁତି: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ହେବ ସମାଗମ

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର) ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା ନିମନ୍ତେ ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ଠାକୁରାଣୀ ଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି: ବିଧାୟକ,ଉପଜିଲାପାଳଙ୍କ ନୂଆ ହେବ ଅନୁଭୂତି

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ଆଜି ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହେବ। ଏନେଇ ସମସ୍ତ ବିଭାଗ…

ରେଙ୍ଗାଲି ଜଳଭଣ୍ଡାରରେ ହାତୀ ଛୁଆର ମୃତ୍ୟୁ

ଦେବଗଡ, ୧୮।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ରେଞ୍ଜର ଠିଆନାଲ ସେକ୍ସନ ଅନ୍ତର୍ଗତ ରେଙ୍ଗାଲି ଜଳଭଣ୍ଡାର (କୁଲସରା ଗ୍ରାମ ନିକଟରେ) ନିକଟରେ ବୁଧବାର ଏକ ବର୍ଷ…

ଶାଶୁଙ୍କ ମୃତ୍ୟୁଖବର ଶୁଣି ଚାଲିଗଲା ବୋହୂଙ୍କ ଜୀବନ

ନୀଳଗିରି,୧୮।୨(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଶାଶୁଙ୍କ ମୃତ୍ୟୁ ଖବର ଶୁଣି ବୋହୂ ଆଖି ବୁଜିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ…

୯୮ କେନ୍ଦ୍ରରେ ହେବ ମାଟ୍ରିକ୍‌ ପରୀକ୍ଷା: ଏଥର ପରୀକ୍ଷା ଦେବେ ୧୭,୯୬୭ ଛାତ୍ରୀଛାତ୍ର

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୯ତାରିଖରୁ ହାଇସ୍କୁଲ ସାର୍ଟିଫିକେଟ୍‌(ମାଟ୍ରିକ) ପରୀକ୍ଷା ଆରମ୍ଭ ହେବ। ମାର୍ଚ୍ଚ ୨ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ। ପ୍ରତ୍ୟେକ ଦିନ ଗୋଟିଏ ବିଷୟରେ ପରୀକ୍ଷା ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri