୫ମ ଥର ଖୋଲିଲା ରେଙ୍ଗାଳି ଗେଟ୍‌

କଣିହାଁ,୧୧।୧୦(ଡି.ଏନ.ଏ)-ଅନୁଗୋଳ ଜିଲା କଣିହାଁ ବ୍ଲକସ୍ଥିତ ବ୍ରାହ୍ମଣୀ ନଦୀ ବନ୍ଧ ଯୋଜନାର ରେଙ୍ଗାଳି ଡ୍ୟାମରେ ଜଳସ୍ତର ବୃଦ୍ଧି ପାଇଛି। ଏଥିଯୋଗୁ ଡ୍ୟାମ କର୍ତ୍ତୃପକ୍ଷ ୫ମ ଥର ବନ୍ୟାଜଳ ନିଷ୍କାସନ ପାଇଁ ଗୁରୁବାର ସାରେ ଗୋଟିଏ ଗେଟ ଖୋଲିଛନ୍ତି। ନିର୍ବାହୀ ଯନ୍ତ୍ରୀ ଅଜିତ କୁମାର ଜେନା କହିଛନ୍ତି, ଡ୍ୟାମର ଜଳ ଧାରଣ କ୍ଷମତା ୧୨୫.୪୦ ମିଟର ହୋଇଥିବାବେଳେ ସା ସୁଦ୍ଧା ଜଳସ୍ତର ୧୨୪.୩୪ ମିଟର ପହଞ୍ଚିଥିଲା। ଫଳରେ ଡ୍ୟାମର ୯ ନଂ. ଗେଟକୁ ଖୋଲାଯାଇଛି। ଜଳ ଭଣ୍ଡାରକୁ ପ୍ରତି ସେକେଣ୍ଡରେ ୧୦୧୮ ଘନ ମିଟର ଜଳ ପ୍ରବେଶ କରୁଥିବାବେଳେ ବିଦ୍ୟୁତ୍‌ ଉତ୍ପାଦନ ପାଇଁ ପାଓ୍ବାର ଚାନେଲ ଓ ଖୋଲାଯାଇଥିବା ଗେଟରେ ୨୩୭୩ ଘନ ମିଟର ପାଣି ପ୍ରତି ସେକେଣ୍ଡରେ ନିଷ୍କାସିତ ହେଉଛି। ପ୍ରକାଶ ଥାଉ କି, ୪ର୍ଥ ଥର ପାଇଁ ଗତ ୭ ତାରିଖ ସକାଳେ ଗୋଟିଏ ଗେଟ ଖୋଲଯାଇ ୮ ତାରିଖରେ ବନ୍ଦ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ…

ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍‌ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍‌ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri