୫ରୁ ମିଶନ ଶକ୍ତି ମେଳା

ଭୁବନେଶ୍ୱର, ୪ା୧୨(ବ୍ୟୁରୋ):ମିଶନ ଶକ୍ତି ନିର୍ଦ୍ଦେଶାଳୟ, ମହିଳା ଓ ଶିଶୁ ବିକାଶ ଏବଂ ମିଶନ୍‌ ଶକ୍ତି ବିଭାଗ ପକ୍ଷରୁ ରାଜ୍ୟରେ ପ୍ରଥମ ଥର ପାଇଁ ଆସନ୍ତା ୫ତାରିଖରୁ ‘ମିଶନ ଶକ୍ତି ମେଳା’ ଆୟୋଜିତ ହେବ। ସ୍ବୟଂ ସହାୟକ ଗୋଷ୍ଠୀଙ୍କ ଦ୍ୱାରା ପ୍ରସ୍ତୁତ ଦ୍ରବ୍ୟର ବିକ୍ରୟ ଲାଗି ବିଭାଗ ପକ୍ଷରୁ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆରେ ଏହି ମେଳାର ଆୟୋଜନ କରାଯାଉଛି। ମେଳାରେ ୨୦୦ ଷ୍ଟଲ ମାଧ୍ୟମରେ ବିଭିନ୍ନ ପ୍ରକାରର ହସ୍ତତନ୍ତ, ହସ୍ତଶିଳ୍ପ, ଜଙ୍ଗଲଜାତ ଦ୍ରବ୍ୟ, ଖାଦ୍ୟ ଜାତୀୟ ଦ୍ରବ୍ୟ, ମସଲା ଏବଂ ଅଣକୃଷି ଜାତୀୟ ଦ୍ରବ୍ୟ ପ୍ରଦର୍ଶନ ଓ ବିକ୍ରୟ କରାଯିବ। ଭୁବନେଶ୍ୱର ଭଳି ସହରାଞ୍ଚଳର ଲୋକମାନଙ୍କ ପାଇଁ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କ ଦ୍ୱାରା ପ୍ରସ୍ତୁତ ବିଭିନ୍ନ ପଦାର୍ଥ ବିଷୟରେ ସୂଚନା ଦେବା ଏବଂ ଏହାକୁ ଉପଲବ୍ଧ କରାଇବା ମେଳାର ଉଦ୍ଦେଶ୍ୟ। ଏହା ଗ୍ରାମଞ୍ଚଳ ଓ ସହରାଞ୍ଚଳର ମହିଳା ଉତ୍ପାଦକ ଗୋଷ୍ଠୀମାନଙ୍କ ଦ୍ୱାରା ଉତ୍ପାଦିତ ପଦାର୍ଥର ପ୍ରଦର୍ଶନ, ବିକ୍ରୟ ପାଇଁ ବଜାର ବ୍ୟବସ୍ଥା ଓ ଖାଉଟିମାନଙ୍କ ପ୍ରାଥମିକତା ଆଧାରରେ ପଦାର୍ଥଗୁଡ଼ିକର ମାନବୃଦ୍ଧି କରାଇବାରେ ବିଶେଷ ସହାୟକ ହେବ। ମେଳାରେ ବିଭିନ୍ନ ପ୍ରକାରର ଗ୍ରାମୀଣ ଦ୍ରବ୍ୟ ଯଥା ହସ୍ତତନ୍ତ, ହସ୍ତକଳା, ଜଙ୍ଗଲଜାତ ଦ୍ରବ୍ୟ, ବିଭିନ୍ନ ଖାଦ୍ୟ ପଦାର୍ଥ, ମସଲା ଏବଂ ଅଣକୃଷି ଜାତୀୟ ଦ୍ରବ୍ୟ ଆଦି ଉପଲବ୍ଧ ହେବ। ମେଳାକୁ ବିଭାଗୀୟ ମନ୍ତ୍ରୀ ଟୁକୁନି ସାହୁ ଉଦ୍‌ଘାଟନ କରିବେ ବୋଲି ମିଶନ ଶକ୍ତିର କମିଶନର ତଥା ନିର୍ଦ୍ଦେଶକ ସୁଜାତା ଆର୍‌. କାର୍ତ୍ତିକେୟନ ସୂଚନା ଦେଇଛନ୍ତି। ମଙ୍ଗଳବାର ବିଭାଗ ପକ୍ଷରୁ ମିଶନ ଶକ୍ତି ଭବନରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସୁଜାତା ଆର୍‌. କାର୍ତ୍ତିକେୟନ କହିଥିଲେ, ରାଜ୍ୟର ଗ୍ରାମାଞ୍ଚଳ ଓ ସହରାଞ୍ଚଳର ମହିଳା ସଶକ୍ତୀକରଣ ପାଇଁ ୨୦୦୧ରେ ରାଜ୍ୟ ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ମିଶନ ଶକ୍ତି ଏକ ବୈପ୍ଳବିକ ପରିବର୍ତ୍ତନ ଆଣିପାରିଛି। ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଏବଂ ଉପତ୍ାଦକ ଗୋଷ୍ଠୀଙ୍କୁ ସ୍ଥାୟୀ ରୋଜଗାର ଉତ୍ସ ମାଧ୍ୟମରେ ଦୀର୍ଘ ରୋଜଗାର ଯୋଗାଇଦେବା ଏହାର ପ୍ରମୁଖ ଆଭିମୁଖ୍ୟ। ସ୍ଥାନୀୟ ପ୍ରଦର୍ଶନୀ ପଡ଼ିଆରେ ଆସନ୍ତା ୫ତାରିଖରୁ ଆରମ୍ଭ ହେବାକୁ ଥିବା ଏହି ମେଳା ଡିସେମ୍ବର ୧୬ ପର୍ଯ୍ୟନ୍ତ ପ୍ରତ୍ୟହ ସକାଳ ୧୧ଟାରୁ ରାତି ୯ଟା ପର୍ଯ୍ୟନ୍ତ ଚାଲିବ। ୩୦ ଜିଲାର ୨୫୧ ସ୍ବୟଂ ସହାୟକ ଗୋଷ୍ଠୀ ଏବଂ ଉତ୍ପାଦକ ଗୋଷ୍ଠୀରୁ ୫୦୦ରୁ ଅଧିକ ସ୍ବୟଂ ସହାୟକ ଗୋଷ୍ଠୀ ସେମାନଙ୍କ ଦ୍ରବ୍ୟ ସହିତ ଅଂଶଗ୍ରହଣ କରିବେ। ଖବରଦାତା ସମ୍ମିଳନୀରେ ମିଶନ ଶକ୍ତି ଯୁଗ୍ମ ସଚିବ ସୁଧାଂଶୁ ଶେଖର ନାୟକ ଏବଂ ଉପସଚିବ ବିନୋଦ କୁମାର ଜେନା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓମ୍‌ଫେଡ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଦୁଗ୍ଧଚାଷୀଙ୍କୁ ଲିଟର ପ୍ରତି ୨ ଟଙ୍କା ଅଧିକ ମିଳିବ

ଭୁବନେଶ୍ୱର,୯ା୯: ରାଜ୍ୟର ଦୁଗ୍ଧଚାଷୀମାନଙ୍କ ଜୀବିକା, ଆୟ ଓ ସ୍ବାର୍ଥକୁ ପ୍ରାଥମିକତା ଦେଇ ଓମ୍‌ଫେଡ୍‌ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୧୧ ତାରିଖରୁ ଚାଷୀମାନଙ୍କଠାରୁ ଦୁଗ୍ଧ…

ମଦ ନିଶାରେ ବାପାଙ୍କୁ ପିଟି ହତ୍ୟା, ଥାନାରେ ଆତ୍ମସମର୍ପଣ କଲା ପୁଅ

ପାଟଣା, ୯/୯ (ବୀର କିଶୋର ଦାଶ): ପାରିବାରିକ କଳହକୁ କେନ୍ଦ୍ର କରି କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ନୁଆଖମଣ ଗ୍ରାମରେ ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି।…

ବିବାହ ପରେ ଏହି ୨ ରାଶିଙ୍କର ଖୋଲେ ଭାଗ୍ୟର ତାଲା, ହୁଅନ୍ତି କୋଟିପତି! ଜୀବନରେ ଆସେ ଧନ-ଐଶ୍ୱର୍ଯ୍ୟ

ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟେକ ରାଶିର ନିଜସ୍ବ ଗୁଣ ଓ ଗ୍ରହ ପ୍ରଭାବ ରହିଛି। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ, କିଛି ରାଶିର ଲୋକଙ୍କ ପାଇଁ ବିବାହ ପରେ ଧନ,…

ବ୍ଲାକ୍‌ରୋଜ୍‌ ଜାହାଜ ବୁଡ଼ି ଘଟଣାକୁ ୧୭ ବର୍ଷ ପୂରିଲା: କାରଣ ଏବେବି ଅସ୍ପଷ୍ଟ

ପାରାଦୀପ, ୯।୯(ଶରତ ରାଉତ):ପାରାଦୀପ ବନ୍ଦରରୁ ଚାଇନା ଅଭିମୁଖେ ଯାଉଥିବା ଏମ୍‌ଭି ବ୍ଲାକରୋଜ୍‌ ଜାହାଜ ବୁଡ଼ିବା ଘଟଣାକୁ ଇତିମଧ୍ୟରେ ୧୭ ବର୍ଷ ପୂରିଗଲାଣି। ଉକ୍ତ ବ୍ଲାକରୋଜ୍‌ ବୁଡ଼ି ଘଟଣାକୁ…

୪୮ ଘଣ୍ଟା ପରେ ବଦଳିବ ଗ୍ରହଙ୍କ ଚଳନ: ଫେବୃଆରୀ ୨୦୨୭ ଯାଏ ବୃଷ ସମେତ ୪ ରାଶିଙ୍କୁ ମିଳିବ ଅପ୍ରତ୍ୟାଶିତ ଲାଭ, ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ୟୁରେନସ୍‌କୁ ଅରୁଣ ଗ୍ରହ ବୋଲି କୁହାଯାଏ। ଆଧୁନିକ ଏବଂ ପାଶ୍ଚାତ୍ୟ ଜ୍ୟୋତିଷରେ ଏହି ଗ୍ରହକୁ ଅଚାନକ ପରିବର୍ତ୍ତନ, ନୂଆ ପରିସ୍ଥିତି ଓ ଅପ୍ରତ୍ୟାଶିତ…

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୫ ଓରାଙ୍ଗଉଟାନ: ଦେଖନ୍ତୁ…

ଭୁବନେଶ୍ୱର,୯।୯: ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ଉଦ୍ଧାର ହୋଇଥିବା ୫ଟି ଓରାଙ୍ଗଉଟାନ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପହଞ୍ଚିଛନ୍ତି। ଉଦୟପୁର ଫରେଷ୍ଟ ଅଫିସରୁ ଏହି ୫ଟି ଓରାଙ୍ଗଉଟାନଙ୍କୁ ନନ୍ଦନକାନନକୁ ଅଣାଯାଇଛି।…

ଫ୍ଲାଟ୍‌ରୁ ଝୁଲନ୍ତା ଅବସ୍ଥାରେ ମିଳିଲା ପୂର୍ବତନ ମୁଖ୍ୟ ଶାସନ ସଚିବଙ୍କ ମୃତଦେହ, ଘଟଣାକୁ ନେଇ ଖେଳିଗଲା ଚାଞ୍ଚଲ୍ୟ

ନୂଆଦିଲ୍ଲୀ, ୯।୯: ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ୧୯୭୫ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ରାକେଶ ମେହଟ୍ଟା (୭୪) ନୋଏଡ଼ା ସ୍ଥିତ ନିଜ ଫ୍ଲାଟ୍‌ରେ ଆତ୍ମହତ୍ୟା…

କୋହଲିଙ୍କୁ ପଛରେ ପକାଇଲେ ରୋହିତ! ଟି-୨୦ ଅନ୍ତର୍ଜାତୀୟରେ ଭାରତର ଦ୍ରୁତତମ ଶତକ ଭାବେ ନମ୍ବର-୧, ଜାଣନ୍ତୁ କିଏ କେଉଁ ସ୍ଥାନରେ…

ନୂଆଦିଲ୍ଲୀ,୯।୯: ଗତ ଦୁଇ ଦଶନ୍ଧି ଧରି କ୍ରିକେଟର ସବୁଠୁ ଲୋକପ୍ରିୟ ଫର୍ମାଟ ହେଉଛି ଟି-୨୦। ପ୍ରାୟ ପ୍ରତି ମାସରେ ବିଶ୍ୱର କୌଣସି ନା କୌଣସି ଦେଶରେ ଟି-୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri