୫ରୁ ଶ୍ରୀକ୍ଷେତ୍ର ପୁସ୍ତକ ମେଳା

ପୁରୀ ଅଫିସ,୩।୧: ଶ୍ରୀକ୍ଷେତ୍ର ପୁସ୍ତକ ମେଳା କମିଟି ଆନୁକୂଲ୍ୟରେ ଜାନୁୟାରୀ ୫ରୁ ୧୪ ତାରିଖ ପର୍ଯ୍ୟନ୍ତ ୨୬ତମ ପୁସ୍ତକ ମେଳା ଆୟୋଜିତ ହେବ। ୧୦ ଦିନ ବ୍ୟାପୀ ହେବାକୁ ଥିବା ଏହି ପୁସ୍ତକ ମେଳା ଶରଧାବାଲିଠାରେ ଅନୁଷ୍ଠିତ ହେବ । ଚଳିତ ବର୍ଷ ଏହି ପୁସ୍ତକ ମେଳାରେ ଭୁବନେଶ୍ବର, କଟକ, ବ୍ରହ୍ମପୁର, ବାଲେଶ୍ବର, ରାଉରକେଲା ସମେତ କୋଲକାତା, ଦିଲ୍ଲୀ ପ୍ରଭୃତି ଅଞ୍ଚଳରୁ ୧୫୦ରୁ ଊଦ୍ଧର୍‌ବ ପ୍ରକାଶନ ସଂସ୍ଥା ଯୋଗଦେବେ। ପ୍ରତ୍ୟେକ ସନ୍ଧ୍ୟାରେ ସାହିତ୍ୟ ଆସର, କବିତା ପାଠୋତ୍ସବ, ପୁସ୍ତକ ଉନ୍ମୋଚନ କାର୍ଯ୍ୟକ୍ରମ ରହିଛି। ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ଯୋଜନା ରହିଛି । ମେଳା କମିଟିର ମୁଖପତ୍ର ବହି ବିଚିତ୍ରା ଉନ୍ମୋଚିତ ହେବ ।
ପ୍ରତିଦିନ ଅପରାହ୍ନରେ କୁଇଜ ମାଷ୍ଟର ଚନ୍ଦ୍ରବିଜୟ ମିଶ୍ରଙ୍କ ଦ୍ବାରା ବିଦ୍ୟାର୍ଥୀମାନଙ୍କୁ ନେଇ କୁଇଜ ପ୍ରତିଯୋଗିତା କରାଯିବ। ଚଳିତ ବର୍ଷ ସାହିତି୍ୟକ ସୁବିଦ୍ୟା ଦେବୀ, ଗବେଷକ ଡ.ସୁନୀଲ ରଥ, ବିଜୟ ପ୍ରକାଶନ ସଂସ୍ଥା ଏବଂ ରାଜକିଶୋର ମିଶ୍ରଙ୍କୁ ଆଜୀବନ ସାରସ୍ବତ ସେବା ସମ୍ମାନ ପ୍ରଦାନ କରାଯିବ ବୋଲି ଶୁକ୍ରବାର ସଙ୍ଗୀତ ମହାବିଦ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ କମିଟି ସମ୍ପାଦକ ଚକ୍ରଧର ମହାପାତ୍ର କହିଛନ୍ତି । ଅନ୍ୟମାନଙ୍କ ମଧ୍ୟରେ ସଭାପତି ଭାଷାବିତ୍‌ କୈଳାସ ଟିକାୟତରାୟ, କାର୍ଯ୍ୟକାରୀ ସମ୍ପାଦକ ରାଜକିଶୋର ମିଶ୍ର, ସୁକାନ୍ତ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ…

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ…

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri