୫ହଜାର ଲୋକଙ୍କୁ ଦିଆଯାଉଛି ରନ୍ଧାଖାଦ୍ୟ

ନୂଆପଡା ଅଫିସ,୧୧ା୪: ଲକ୍‌ଡାଉନ ସମୟରେ କାହାକୁ ଭୋକରେ ରହିବାକୁ ଦିଆଯିବ ନାହିଁ ବୋଲି ସରକାର ବିକଳ୍ପ ପନ୍ଥା ମାନ ଅବଲମ୍ବନ କରୁଛନ୍ତି। ନୂଆପଡା ଜିଲାର ୧୩୧ ପଞ୍ଚାୟତ ମଧ୍ୟରୁ ୧୧୦ ପଞ୍ଚାୟତରେ ପ୍ରତ୍ୟହ ୫ହଜାର ଲୋକଙ୍କୁ ରନ୍ଧାଖାଦ୍ୟ ଦିଆଯାଉଛି। ହେଲେ ବହୁ ଜାଗାରେ ଓଳିଏ ଖାଦ୍ୟ ଦିଆଯାଉଥିବାରୁ ଲୋକେ ଓଳିଏ ଭୋକ ଉପାସରେ ରହୁଥିବା ଅଭିଯୋଗ ହୋଇଛି। ସେହିଭଳି ବହୁ ପଞ୍ଚାୟତରେ ଶଯ୍ୟାଶାୟୀ ବରିଷ୍ଠ ନାଗରିକଙ୍କ ଘରେ ଖାଦ୍ୟ ପହଞ୍ଚାଇବାକୁ ଦାବି ହୋଇଛି। ବୋଡେନ ବ୍ଲକର ୧୫ ପଞ୍ଚାୟତରେ ୧୨୧୬ଜଣଙ୍କୁ, ଖଡିଆଳ ବ୍ଲକରେ ୨୮ରୁ ୨୬ପଞ୍ଚାୟତରେ ୧୭୫୦ଜଣ, କୋମନା ବ୍ଲକର ୩୨ ପଞ୍ଚାୟତରୁ ୩୧ରେ, ସିନାପାଲିର ୨୭ରୁ ୨୦ପଞ୍ଚାୟତର ୭୩୩ଜଣ ଏବଂ ନୂଆପଡା ବ୍ଲକରେ ୩୧ରୁ ୨୭ ପଞ୍ଚାୟତର ୫୭୯ ହିତାଧିକାରୀଙ୍କୁ ରନ୍ଧାଖାଦ୍ୟ ବଣ୍ଟନ କରାଯାଉଛି। ତେବେ କେତେକ ପଞ୍ଚାୟତରେ ଭୋଟିଏ ସ୍ଥାନରେ ଖାଦ୍ୟ ରାନ୍ଧି ବଣ୍ଟନ କରାଯାଉଥିବାରୁ ବୃଦ୍ଧାବୃଦ୍ଧ ଲୋକ ଦୂରଦୂରାନ୍ତରୁ ଆସି ଖାଦ୍ୟ ନେଉଛନ୍ତି। ଏଥିପ୍ରତି ବିଭାଗୀୟ କର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ ଦାବି ହୋଇଛି। ଏ ନେଇ ଜିଲା ଗ୍ରାମ ପଞ୍ଚାୟତ ଅଧିକାରୀ ବିବେକାନନ୍ଦ ମହାନନ୍ଦଙ୍କୁ ପଚାରିବାରୁ ଏ ଦିଗରେ ତୁରନ୍ତ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri