୫୦ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ରେମୁଣା,୨୪।୭(ଡି.ଏନ.ଏ.)-ଖନ୍ତାପଡ଼ା ଥାନା ବରପଦା ଗାଁରୁ ଏକ କାର୍‌(ନଂ. ଓଡ଼ି୩୧-୭୦୭୦)ରେ ଥିବା ୭ ପେଟି ଗଞ୍ଜେଇ (ଆନୁମାନିକ ଓଜନ ୫୦କେଜି)କୁ ମଙ୍ଗଳବାର ରାତି ପ୍ରାୟ ସାଢେ ୮ଟା ବେଳେ ପୋଲିସ ଜବତ କରିଛି। ଏଥିରେ ଥିବା ଡ୍ରାଇଭରଙ୍କୁ ଗିରଫ କରାଯାଇଛି।
କାର୍‌ ଯୋଗେ ଭୁବନେଶ୍ୱରରୁ ବାଲେଶ୍ୱର ଯାଉଥିବା ଗଞ୍ଜେଇ ଭର୍ତ୍ତି ଗାଡ଼ି ଶେରଗଡ଼ସ୍ଥିତ ଟୋଲଗେଟ୍‌ ପାର ହେବା ପରେ ବରପଦା ଗାଁକୁ ପ୍ରବେଶ କରିଥିଲା। ଉକ୍ତ ଗାଡ଼ିରେ ଡ୍ରାଇଭର ସମେତ ଜଣେ ମହିଳା ଥିବାରୁ ଗାଁ ଲୋକେ ସନ୍ଦେହ କରିଥିଲେ। ଲୋକମାନେ କାର୍‌ ନିକଟକୁ ଯାଇ କିଛି ବୁଝିବା ପୂର୍ବରୁ ଗାଡ଼ିଟି ଜୋର୍‌ରେ ଆଗକୁ ପଳାଇ ଯାଇଥିଲା। ଅଧିକ ସନ୍ଦେହ ବଢ଼ିବାରୁ ଗାଁ ଲୋକେ ଏକାଠି ହୋଇ ଗାଡ଼ିକୁ ଅଟକାଇବା ସହ ଡ୍ରାଇଭରଙ୍କୁ କାବୁ କରିଥିଲେ। ଲୋକେ ଗାଡ଼ିରେ ଗଞ୍ଜେଇ ପେଟି ଥିବାର ଜାଣିବାକୁ ପାଇ ପୋଲିସକୁ ଖବର ଦେଇଥିଲେ। ଖନ୍ତାପଡ଼ା ଥାନା ଓ ଶେରଗଡ଼ ଫାଣ୍ଡି ପୋଲିସ ପହଞ୍ଚତ୍ବା ପୂର୍ବରୁ ଚଞ୍ଚକତାର ସହ ମହିଳା ଜଣକ ସେଠାରୁ ଫେରାର ହୋଇଯାଇଥିଲେ। ଆଇଆଇସି ଶ୍ରୀବଲ୍ଲଭ ସାହୁ, ଶେରଗଡ଼ ଫାଣ୍ଡି ଅଧିକାରୀ ଅଭିମନ୍ୟୁ ଦାସ, କନଷ୍ଟେବଳ ରଞ୍ଜନ ମହାନ୍ତି, ସୁମନ୍ତ ବେହେରା ପ୍ରମୁଖ ପହଞ୍ଚତ୍ ଉକ୍ତ କାର୍‌ ସହ ଗଞ୍ଜେଇକୁ ଜବତ କରିବା ସହ ଡ୍ରାଇଭରଙ୍କୁ ଥାନାକୁ ଆଣିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ପରାଜୟର ଗୁମର ଖୋଲିଲେ ଦଳୀୟ ବିଧାୟକ ଗୌତମବୁଦ୍ଧ ଦାସ, କହିଲେ ଅଧିକ…

ଭୁବନେଶ୍ୱର,୧୩ା୬: ପୁଣି ଥରେ ବିଜେଡି ପରାଜୟର କଥା ଦୋହରାଇଛନ୍ତି ବିଜେଡିର ଭୋଗରାଇ ବିଧାୟକ ଗୌତମବୁଦ୍ଧ ଦାସ। ନିଜ ନିର୍ବାଚନ ମଣ୍ଡଳୀର ଏକ କାର୍ଯ୍ୟକ୍ରମରେ ବିଧାୟକ ବିଜେଡିର ପରାଜୟ…

ସାଙ୍ଗମାନଙ୍କ ସହ ଗାଧୋଇବାବେଳେ ପାଣିରେ ବୁଡ଼ି ୨ ଜଣଙ୍କ ଜୀବନ ଗଲା

ନୀଳଗିରି,୧୦ା୬(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ରାଧାକିଶୋରପୁର ପଞ୍ଚାୟତ ସୋନ ନଦୀ ରଣିତ ଘାଟରେ ଘଟିଛି ଅଘଟଣ। ବୁଧବାର ମଧ୍ୟାହ୍ନରେ ଦୁଇ ସାଙ୍ଗ ଜାମୁକୋଳି…

ମର୍ମନ୍ତୁଦ ଦୁର୍ଘଟଣା: ବାପା-ଝିଅଙ୍କ ଉପରେ ମାଡ଼ିଗଲା ଟ୍ରକ, ଆଉ ତା’ପରେ…

ସୋର,୭।୬(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଉତ୍ତରେଶ୍ୱର ବସ୍‌ ଷ୍ଟପ୍‌ ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ…

ନାବାଳିକାଙ୍କୁ ନେଇ ଚମ୍ପଟ ମାରିଲା ପ୍ରେମିକ, ପୁଅର କାରନାମା ପାଇଁ ଭିଟାମାଟି ଛାଡ଼ିଲେ ମାଆ-ବାପା

ଭୋଗରାଇ,୫।୬(ପ୍ରଦୀପ ଦାସ )ନାବାଳିକାଙ୍କୁ ନେଇ ଛୁ ମାରିଲେ ପ୍ରେମିକ । ପ୍ରେମିକା ଓ ପ୍ରେମିକଙ୍କ ପତ୍ତା ମିଳୁନଥିବାବେଳେ ପୋଲିସ ଓ ନାବାଳିକାଙ୍କ ପରିବାର ଭୟରେ ଆତ୍ମଗୋପନ କରିଛନ୍ତି…

ବାହା ବେଦୀରେ ବଦଳିଗଲା ବରଙ୍କ ମନ, ଅଧା ବାହାଘରରୁ ପ୍ରେମିକାଙ୍କୁ ଛାଡ଼ି ଚାଲିଆସିଲେ…

ବାଲେଶ୍ୱର,୪ା୬(ବାଞ୍ଛାନିଧି ଦେ): ୪ ବର୍ଷର ପ୍ରେମ ସମ୍ପର୍କ। ପ୍ରଥମେ କୋର୍ଟ ମ୍ୟାରେଜ୍‌। ତା’ପରେ ଚାଲିଥିଲା ମନ୍ଦିରରେ ବାହାଘର। ହେଲେ ବାହାବେଦୀରେ ବଦଳିଗଲା ବରଙ୍କ ମନ। ଅଧା ବାହାଘରରୁ…

ସଂଘବଦ୍ଧ ଆକ୍ରମଣ କଲେ ସମ୍ପର୍କୀୟ, ବ୍ୟକ୍ତି ଗୁରୁତର

ସିମୁଳିଆ,୨।୬(ସନ୍ତୋଷ କୁମାର ନାୟକ): ଜମିବାଡ଼ି ସଂକ୍ରାନ୍ତିୟ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମଙ୍ଗଳବାର ବାଲେଶ୍ୱର ଜିଲା ସିମୁଳିଆ ଥାନା କ୍ଷୀରକୋଣା ମଳିକସାହି ଅଞ୍ଚଳର ଲକ୍ଷ୍ମୀଧର ଦାସ (୪୫) ନାମକ…

ଟ୍ରେନ ଉପରେ ପଡ଼ିଲା କ୍ରେନ୍‌

ବାଲେଶ୍ୱର/ନୀଳଗିରି,୨୮।୫(ବାଞ୍ଛାନିଧି ଦେ/ପ୍ରଶାନ୍ତ ବିଶ୍ୱାଳ): ନୀଳଗିରି-ଗୋପୀନାଥପୁର ରେଲ ଷ୍ଟେଶନରେ ଏକ ଅଘଟଣ ଘଟିଛି। ଅନ୍‌ ଲୋଡିଂ ବେଳେ କ୍ରେନ୍‌ ଭାଙ୍ଗି ୨ଟି ମାଲବାହୀ ଟ୍ରେନ ଉପରେ ପଡ଼ିଥିଲା। ଫଳରେ…

ଓଲଟିଲା ଲୁଣ ବୋଝେଇ ଇଞ୍ଜିନ ରିକ୍ସା, ଖାଲାସୀ ମୃତ

ଭୋଗରାଇ,୨୮।୫( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା – ବାଲିଆପାଳ ରାସ୍ତା ଜଳଧା ଗ୍ରାମ ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri