୫୦ ଚେକ୍‌ ଡ୍ୟାମ୍‌ ନିର୍ମାଣ ହେବ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ଚାଷଜମିକୁ ପର୍ଯ୍ୟାପ୍ତ ଜଳସେଚନ ପାଇଁ ରାଜ୍ୟ ସରକାର ରାଜ୍ୟର ବିଭିନ୍ନ ଅଞ୍ଚଳରେ ୫୦ଟି ଚେକ୍‌ ଡ୍ୟାମ୍‌ ନିର୍ମାଣ କରିବାକୁ ଯୋଜନା କରିଛନ୍ତି। ନିକଟରେ ମୁଖ୍ୟ ଶାସନ ସଚିବ ଅସିତ୍‌ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ନଦୀର ଉପର ମୁଣ୍ଡରେ ଥିବା ପୋଲ ନିକଟରେ ଏହି ଚେକ୍‌ ଡ୍ୟାମ୍‌ ନିର୍ମାଣ କରାଯିବ। ଗ୍ରାମ୍ୟ ଉନ୍ନୟନ ବିଭାଗ ଏବଂ ପୂର୍ତ୍ତ ବିଭାଗ ତତ୍ତ୍ୱାବଧାନରେ ଏହି ଚେକ୍‌ ଡ୍ୟାମ୍‌ ନିର୍ମାଣ କରାଯିବ। ଯେଉଁ ଜିଲାରେ ଚାଷଜମି ପାଇଁ କମ୍‌ ଜଳସେଚନ ହୋଇଛି ସେଠାରେ ଏହି ସବୁ ଚେକ୍‌ ଡ୍ୟାମ୍‌ ନିର୍ମାଣ କରାଯିବ। ମିଳିଥିବା ସୂଚନା ଅନୁଯାୟୀ ଏହିସବୁ ଚେକ୍‌ ଡ୍ୟାମ୍‌ ନିର୍ମାଣ ପାଇଁ ଜଳ ସେଚନ ବିଭାଗ ସମ୍ପୂର୍ଣ୍ଣ ପ୍ରକଳ୍ପ ରିପୋର୍ଟ ପ୍ରସ୍ତୁତ କରିବ। କ୍ଷୁଦ୍ର ଜଳସେଚନ ବିଭାଗ ମୁଖ୍ୟଯନ୍ତ୍ରୀ ଚେକ୍‌ ଡ୍ୟାମ୍‌ ନିର୍ମାଣର ତଦାରଖ କରିବେ। ଏଥିପାଇଁ ଆସନ୍ତା ବଜେଟରେ ୨୫ କୋଟି ଟଙ୍କା ବ୍ୟୟ ବରାଦ କରାଯିବ। ମହାରାଷ୍ଟ୍ର ସରକାର ଚାଷଜମିକୁ ପାଣି ଯୋଗାଇ ଦେବାକୁ ପ୍ରତ୍ୟେକ ପୋଲ ନିକଟରେ ଚେକ୍‌ ଡ୍ୟାମ୍‌ କରିଛନ୍ତି। ତେବେ ଏହାର ରକ୍ଷଣା ବେକ୍ଷଣ ନେଇ ସମସ୍ୟା ସୃଷ୍ଟି ହେବ। ମହାନଦୀ ଜଳ ବିବାଦ ପରେ ରାଜ୍ୟ ସରକାରଙ୍କର ଚେତା ପଶିଛି। ଏହାଛଡ଼ା ବଡ଼ ବଡ଼ ନଦୀ ଯଥା ମହାନଦୀ, ବ୍ରାହ୍ମଣୀ, ବୈତରଣୀ, ଋଷିକୁଲ୍ୟା ନଦୀରେ ରାଜ୍ୟ ସରକାର ବ୍ୟାରେଜ ନିର୍ମାଣ କରିବାକୁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ୪୦ଟି ବୃହତ୍‌ ବ୍ୟାରେଜ ନିର୍ମାଣ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ୨୦୧୯-୨୦ରୁ ଆରମ୍ଭହୋଇ ୬ ବର୍ଷ ମଧ୍ୟରେ ପ୍ରକଳ୍ପ କାର୍ଯ୍ୟ ଶେଷ ହେବ। ଏଥିରେ ମୋଟ ୧୧,୭୧୩.୨୨ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଆକଳନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri