୫୦ ଚେକ୍‌ ଡ୍ୟାମ୍‌ ନିର୍ମାଣ ହେବ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ଚାଷଜମିକୁ ପର୍ଯ୍ୟାପ୍ତ ଜଳସେଚନ ପାଇଁ ରାଜ୍ୟ ସରକାର ରାଜ୍ୟର ବିଭିନ୍ନ ଅଞ୍ଚଳରେ ୫୦ଟି ଚେକ୍‌ ଡ୍ୟାମ୍‌ ନିର୍ମାଣ କରିବାକୁ ଯୋଜନା କରିଛନ୍ତି। ନିକଟରେ ମୁଖ୍ୟ ଶାସନ ସଚିବ ଅସିତ୍‌ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ନଦୀର ଉପର ମୁଣ୍ଡରେ ଥିବା ପୋଲ ନିକଟରେ ଏହି ଚେକ୍‌ ଡ୍ୟାମ୍‌ ନିର୍ମାଣ କରାଯିବ। ଗ୍ରାମ୍ୟ ଉନ୍ନୟନ ବିଭାଗ ଏବଂ ପୂର୍ତ୍ତ ବିଭାଗ ତତ୍ତ୍ୱାବଧାନରେ ଏହି ଚେକ୍‌ ଡ୍ୟାମ୍‌ ନିର୍ମାଣ କରାଯିବ। ଯେଉଁ ଜିଲାରେ ଚାଷଜମି ପାଇଁ କମ୍‌ ଜଳସେଚନ ହୋଇଛି ସେଠାରେ ଏହି ସବୁ ଚେକ୍‌ ଡ୍ୟାମ୍‌ ନିର୍ମାଣ କରାଯିବ। ମିଳିଥିବା ସୂଚନା ଅନୁଯାୟୀ ଏହିସବୁ ଚେକ୍‌ ଡ୍ୟାମ୍‌ ନିର୍ମାଣ ପାଇଁ ଜଳ ସେଚନ ବିଭାଗ ସମ୍ପୂର୍ଣ୍ଣ ପ୍ରକଳ୍ପ ରିପୋର୍ଟ ପ୍ରସ୍ତୁତ କରିବ। କ୍ଷୁଦ୍ର ଜଳସେଚନ ବିଭାଗ ମୁଖ୍ୟଯନ୍ତ୍ରୀ ଚେକ୍‌ ଡ୍ୟାମ୍‌ ନିର୍ମାଣର ତଦାରଖ କରିବେ। ଏଥିପାଇଁ ଆସନ୍ତା ବଜେଟରେ ୨୫ କୋଟି ଟଙ୍କା ବ୍ୟୟ ବରାଦ କରାଯିବ। ମହାରାଷ୍ଟ୍ର ସରକାର ଚାଷଜମିକୁ ପାଣି ଯୋଗାଇ ଦେବାକୁ ପ୍ରତ୍ୟେକ ପୋଲ ନିକଟରେ ଚେକ୍‌ ଡ୍ୟାମ୍‌ କରିଛନ୍ତି। ତେବେ ଏହାର ରକ୍ଷଣା ବେକ୍ଷଣ ନେଇ ସମସ୍ୟା ସୃଷ୍ଟି ହେବ। ମହାନଦୀ ଜଳ ବିବାଦ ପରେ ରାଜ୍ୟ ସରକାରଙ୍କର ଚେତା ପଶିଛି। ଏହାଛଡ଼ା ବଡ଼ ବଡ଼ ନଦୀ ଯଥା ମହାନଦୀ, ବ୍ରାହ୍ମଣୀ, ବୈତରଣୀ, ଋଷିକୁଲ୍ୟା ନଦୀରେ ରାଜ୍ୟ ସରକାର ବ୍ୟାରେଜ ନିର୍ମାଣ କରିବାକୁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ୪୦ଟି ବୃହତ୍‌ ବ୍ୟାରେଜ ନିର୍ମାଣ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ୨୦୧୯-୨୦ରୁ ଆରମ୍ଭହୋଇ ୬ ବର୍ଷ ମଧ୍ୟରେ ପ୍ରକଳ୍ପ କାର୍ଯ୍ୟ ଶେଷ ହେବ। ଏଥିରେ ମୋଟ ୧୧,୭୧୩.୨୨ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଆକଳନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri