୫୦ ଦିନରେ କରୋନା: ୯୦ ହଜାର କୋଟି ଖର୍ଚ୍ଚ କଲାଣି ଚାଇନା; ୭୬ କୋଟିରୁ ଅଧିକ ଲୋକ ଘରେ ବନ୍ଦ !

ବେଜିଂ,୧୮।୨: ଇତିମଧ୍ୟରେ ଚାଇନାରେ ଦେଖାଦେଇଥିବା କରୋନା ଭୁତାଣୁ ସଂକ୍ରମଣକୁ ୫୦ ଦିନ ବିତିଛି। ୨୦୧୯ ଡିସେମ୍ବର ୩୧ରେ ପ୍ରଥମ କରୋନା ସଂକ୍ରମଣ ଘଟଣା ଘଟିଥିଲା। କରୋନା ଏବେ ପୃଥିବୀର ୨୯ରୁ ଅଧିକ ଦେଶରେ ପହଞ୍ଚିସାରିଛି। ଚାଇନାରୁ ସେଠାକୁ ଯାଇଥିବା ସଂକ୍ରମିତ ଲୋକଙ୍କ ଦ୍ୱାରା ଏହା ବ୍ୟାପିଥିବା କୁହାଯାଉଛି। କରୋନା ସଂକ୍ରମଣକୁ ରୋକିବା ପାଇଁ ବର୍ତ୍ତମାନ ସୁଦ୍ଧା କୌଣସି ପ୍ରତିଷେଧକ ଔଷଧ ବାହାରି ନାହିଁ। ତେବେ ଏହାର ଚିହ୍ନଟ ପାଇଁ ଚାଇନା ଏକ ଟେଷ୍ଟ କିଟ୍‌ ପ୍ରସ୍ତୁତ କରିଛି। ଏଥିରେ ସନ୍ଦିଗ୍ଧଙ୍କ ବ୍ଲଡ୍‌ ନେଇ ପରୀକ୍ଷା କଲେ ୧୫ ମିନିଟ୍‌ ମଧ୍ୟରେ ସଂକ୍ରମଣ ସମ୍ପର୍ର୍କିତ ଆବଶ୍ୟକ ସୂଚନା ମିଳିଥାଏ। ଫେବୃୟାରୀ ୭ରେ ଏହି ଭୁତାଣୁକୁ କୋଭିଡ୍‌-୧୯ ଭାବେ ନାମିତ କରାଯାଇଛି। କରୋନାରୁ ମୁକ୍ତି ପାଇଁ ଇତିମଧ୍ୟରେ ଚାଇନା ସରକାର ୯୦ ହଜାର କୋଟି ଟଙ୍କା ଖର୍ଚ୍ଚ କରି ସାରିଲେଣି। ତେବେ ମଧ୍ୟ ସଂକ୍ରମିତଙ୍କୁ ଜୀବିତ ରଖିବା ଅସମ୍ଭବ ହୋଇ ପଡୁଛି। ସରକାରଙ୍କ ପକ୍ଷରୁ ଘରୁ ବାହାରକୁ ନ ବାହାରିବା ପାଇଁ ଲୋକଙ୍କୁ ପରାମର୍ଶ ଦିଆଯାଇଛି। ଫଳରେ ଲୋକ ଭୟରେ ନିଜ ଘରେ ବନ୍ଦ ହୋଇ ଜୀବନ ବିତାଇବାକୁ ବାଧ୍ୟ ହେଉଛନ୍ତି। ଫେବୃୟାରୀ ୧୬ ସୁଦ୍ଧା ଦେଶର ୭୬ କୋଟିରୁ ଅଧିକ ଲୋକଙ୍କ ଅବସ୍ଥା ଏଭଳି ହୋଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri