୫୦ ଦିନରେ କରୋନା: ୯୦ ହଜାର କୋଟି ଖର୍ଚ୍ଚ କଲାଣି ଚାଇନା; ୭୬ କୋଟିରୁ ଅଧିକ ଲୋକ ଘରେ ବନ୍ଦ !

ବେଜିଂ,୧୮।୨: ଇତିମଧ୍ୟରେ ଚାଇନାରେ ଦେଖାଦେଇଥିବା କରୋନା ଭୁତାଣୁ ସଂକ୍ରମଣକୁ ୫୦ ଦିନ ବିତିଛି। ୨୦୧୯ ଡିସେମ୍ବର ୩୧ରେ ପ୍ରଥମ କରୋନା ସଂକ୍ରମଣ ଘଟଣା ଘଟିଥିଲା। କରୋନା ଏବେ ପୃଥିବୀର ୨୯ରୁ ଅଧିକ ଦେଶରେ ପହଞ୍ଚିସାରିଛି। ଚାଇନାରୁ ସେଠାକୁ ଯାଇଥିବା ସଂକ୍ରମିତ ଲୋକଙ୍କ ଦ୍ୱାରା ଏହା ବ୍ୟାପିଥିବା କୁହାଯାଉଛି। କରୋନା ସଂକ୍ରମଣକୁ ରୋକିବା ପାଇଁ ବର୍ତ୍ତମାନ ସୁଦ୍ଧା କୌଣସି ପ୍ରତିଷେଧକ ଔଷଧ ବାହାରି ନାହିଁ। ତେବେ ଏହାର ଚିହ୍ନଟ ପାଇଁ ଚାଇନା ଏକ ଟେଷ୍ଟ କିଟ୍‌ ପ୍ରସ୍ତୁତ କରିଛି। ଏଥିରେ ସନ୍ଦିଗ୍ଧଙ୍କ ବ୍ଲଡ୍‌ ନେଇ ପରୀକ୍ଷା କଲେ ୧୫ ମିନିଟ୍‌ ମଧ୍ୟରେ ସଂକ୍ରମଣ ସମ୍ପର୍ର୍କିତ ଆବଶ୍ୟକ ସୂଚନା ମିଳିଥାଏ। ଫେବୃୟାରୀ ୭ରେ ଏହି ଭୁତାଣୁକୁ କୋଭିଡ୍‌-୧୯ ଭାବେ ନାମିତ କରାଯାଇଛି। କରୋନାରୁ ମୁକ୍ତି ପାଇଁ ଇତିମଧ୍ୟରେ ଚାଇନା ସରକାର ୯୦ ହଜାର କୋଟି ଟଙ୍କା ଖର୍ଚ୍ଚ କରି ସାରିଲେଣି। ତେବେ ମଧ୍ୟ ସଂକ୍ରମିତଙ୍କୁ ଜୀବିତ ରଖିବା ଅସମ୍ଭବ ହୋଇ ପଡୁଛି। ସରକାରଙ୍କ ପକ୍ଷରୁ ଘରୁ ବାହାରକୁ ନ ବାହାରିବା ପାଇଁ ଲୋକଙ୍କୁ ପରାମର୍ଶ ଦିଆଯାଇଛି। ଫଳରେ ଲୋକ ଭୟରେ ନିଜ ଘରେ ବନ୍ଦ ହୋଇ ଜୀବନ ବିତାଇବାକୁ ବାଧ୍ୟ ହେଉଛନ୍ତି। ଫେବୃୟାରୀ ୧୬ ସୁଦ୍ଧା ଦେଶର ୭୬ କୋଟିରୁ ଅଧିକ ଲୋକଙ୍କ ଅବସ୍ଥା ଏଭଳି ହୋଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

ମଝି ଆକାଶରେ ପରସ୍ପର ସହ ଧକ୍କା ହେଲା ଦୁଇ ବିମାନ: ଆଉ ତା’ପରେ ଘଟିଲା ଏମିତି, ଦେଖନ୍ତୁ ଭିଡିଓ

କ୍ୱାଲାଲାମ୍ପପୁର,୨୩।୪: ମାଲେସିଆରେ ଏକ ଦୁଃଖଦ ଘଟଣା ଘଟିଛି। ଏଠାରେ ଦୁଇଟି ନୌସେନା ହେଲିକପ୍ଟର ପରସ୍ପର ସହ ମୁହାଁମୁହିଁ ଧକ୍କା ହୋଇଯାଇଥିଲା। ଏହି ହେଲିକପ୍ଟରଗୁଡ଼ିକ ରୟାଲ ମାଲେସିଆ...

ଏଲନ ମସ୍କଙ୍କୁ ‘ଅହଂକାରୀ’ କହିଲେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ

ସିଡନୀ,୨୩।୪: ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନି ମଙ୍ଗଳବାର ବିଲିୟନେୟାର ବ୍ୟବସାୟୀ ଏଲନ ମସ୍କଙ୍କୁ ‘ଅହଂକାରୀ’ ବୋଲି ବର୍ଣ୍ଣନା କରିଛନ୍ତି। ପ୍ରକାଶ ଯେ, ଅଷ୍ଟ୍ରେଲିଆର ସିଡନୀରେ ଜଣେ...

ତାଇଓ୍ବାନ୍‌ରେ ବଡ଼ ଧରଣର ଭୂକମ୍ପ: ଭୁଶୁଡ଼ିଲା କୋଠା

ତାଇୱାନ,୨୩।୪: ତାଇୱାନରେ ଭୂକମ୍ପ କମ୍ପନ ଅନୁଭୂତ ହୋଇଛି। ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି (ଏନସିଏସ) ଅନୁଯାୟୀ ସୋମବାର ବିଳମ୍ବିତ ରାତିରେ ଘଟିଥିବା ଭୂକମ୍ପର ତୀବ୍ରତା ରିକ୍ଟର...

ଇସ୍ରାଏଲ ତିକ୍ତତା ମଧ୍ୟରେ ପାକିସ୍ତାନରେ ପହଞ୍ଚିଲେ ଇରାନ ରାଷ୍ଟ୍ରପତି

ଇସଲାମାବାଦ,୨୨ା୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ କଡ଼ା ସୁରକ୍ଷା ମଧ୍ୟରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସି ତିନି ଦିନିଆ ସରକାରୀ ଗସ୍ତରେ ସୋମବାର ପହଞ୍ଚିଛନ୍ତି। ଏନେଇ ବୈଦେଶିକ...

ମାଳଦ୍ୱୀପ ରାଷ୍ଟ୍ରପତି ମୁଇଜୁଙ୍କୁ ବଡ଼ ସଫଳତା

ମାଲେ,୨୨ା୪:ମାଳଦ୍ୱୀପ ରାଷ୍ଟ୍ରପତି ମୋହମ୍ମଦ ମୁଇଜୁଙ୍କ ପିପୁଲ୍ସ ନ୍ୟାଶନାଲ କଂଗ୍ରେସ (ପିଏନ୍‌ସି)କୁ ରବିବାର ଅନୁଷ୍ଠିତ ସଂସଦୀୟ ନିର୍ବାଚନରେ ବଡ଼ ସଫଳତା ମିଳିଛି। ୯୩ ସଦସ୍ୟ ବିଶିଷ୍ଟ ପାର୍ଲାମେଣ୍ଟ...

ଭାରତରେ ୫ ଲକ୍ଷ ଲୋକଙ୍କୁ ଚାକିରି ଦେବ ଆପଲ୍‌

କାଲିଫର୍ନିଆ,୨୨।୪:ବିଶ୍ୱର ଅଗ୍ରଣୀ ସ୍ମାର୍ଟଫୋନ ନିର୍ମାତା ଆପଲ ଭାରତ ପାଇଁ ଏକ ବଡ ଯୋଜନା ପ୍ରସ୍ତୁତ କରିଛି। ଆପଲର ଏହି ଯୋଜନା ଚାକିରି ଖୋଜୁଥିବା ଲୋକଙ୍କୁ ଆଶ୍ୱସ୍ତି...

ଚାଇନା ନାଁରେ ସାଂଘାତିକ ଅଭିଯୋଗ ଆଣିଲା ନାସା

ନ୍ୟୁୟର୍କ,୨୧।୪: ଚାଇନା ନାଁରେ ସାଂଘାତିକ ଅଭିଯୋଗ ଆଣିଛି ଆମେକାର ସ୍ପେସ୍‌ ଏଜେନ୍ସି ନାସା। ନାସା ମୁଖ୍ୟ ବିଲ ନେଲସନ, ଚାଇନା ବିଷୟରେ ଏକ ଆଶ୍ଚର୍ଯ୍ୟଜନକ ଦାବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri