୫୦ ସିଏଚ୍‌ସିରେ ମିଳିବ ସ୍ଥାୟୀ ଚକ୍ଷୁ ଚିକିତ୍ସା ସୁବିଧା

ଭୁବନେଶ୍ୱର, ୧୭।୧୦ (ବ୍ୟୁରୋ): ରାଜ୍ୟରୁ ଅନ୍ଧତ୍ୱ ଦୂରୀକରଣ ଲାଗି ଚଳିତ ଆର୍ଥିକ ବର୍ଷରେ ନିଆଯିବ ନୂତନ ପଦକ୍ଷେପ। ପୂର୍ବରୁ ୧୦ ଜିଲାରେ ଭ୍ରାମ୍ୟମାଣ ଚକ୍ଷୁ ଚିକିତ୍ସା କେନ୍ଦ୍ର କାର୍ଯ୍ୟକାରୀ ହୋଇଥିବାବେଳେ ଏବେ ଆଉ ୧୦ ଜିଲାରେ ଏହାକୁ ପ୍ରଚଳନ କରାଯିବ। ଏହାସହ ୨୦୧୯-୨୦ ବର୍ଷରେ ଆଉ ୫୦ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (ସିଏଚ୍‌ସି)ରେ ମଧ୍ୟ ସ୍ଥାୟୀ ଚକ୍ଷୁ ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ। ଏନେଇ ବୁଧବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଅନୁଷ୍ଠିତ ସାର୍ବଜନୀନ ଚକ୍ଷୁ ସ୍ବାସ୍ଥ୍ୟ ‘ସୁନେତ୍ର’ ଯୋଜନାର ସମୀକ୍ଷା ବୈଠକରୁ ସୂଚନା ମିଳିଛି। ବୈଠକରେ ବିଭାଗୀୟ ଶାସନ ସଚିବ ଡା. ପ୍ରମୋଦ କୁମାର ମେହେର୍ଦ୍ଦା ଅଧ୍ୟକ୍ଷତା କରି ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିଲେ।
ବିଦ୍ୟାଳୟ ପିଲାମାନଙ୍କ ଚକ୍ଷୁ ପରୀକ୍ଷା କାର୍ଯ୍ୟକ୍ରମରେ ଚଳିତବର୍ଷ ୮,୧୪,୪୮୩ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା କରାଯାଇଥିବାବେଳେ ସେଥିରୁ ୨୫,୩୬୦ ଜଣ ପିଲାଙ୍କ ଦୃଷ୍ଟିଶକ୍ତି ସମସ୍ୟା ଥିବା ଚିହ୍ନଟ ହୋଇଛି। ସେମାନଙ୍କ ମଧ୍ୟରୁ ୮୯୨୯ ଜଣଙ୍କୁ ମାଗଣାରେ ଚଷମା ଯୋଗାଇ ଦିଆଯାଇଛି। ଛାତ୍ରୀଛାତ୍ରଙ୍କୁ ସେମାନଙ୍କ ନିକଟସ୍ଥ ଚକ୍ଷୁ ଚିକିତ୍ସା କେନ୍ଦ୍ରଗୁଡ଼ିକ ସହ ଯୋଗାଯୋଗ କରିବାକୁ ସଚିବ ପରାମର୍ଶ ଦେଇଛନ୍ତି। ଫଳରେ ସେମାନେ ଆଉ ଦୂରଦୂରାନ୍ତକୁ ଯାଇ ଅଯଥା ଖର୍ଚ୍ଚାନ୍ତ ହେବେ ନାହିଁ।
ସମୀକ୍ଷାରୁ ଜଣାପଡ଼ିଛି ଯେ, ଚଳିତବର୍ଷ ସେପ୍ଟେମ୍ବର ସୁଦ୍ଧା ୭୧୨ ଜଣ ଚକ୍ଷୁଦାନ କରିଥିବାବେଳେ ୫୧୪ ଜଣଙ୍କ ଚକ୍ଷୁ ପ୍ରତିରୋପଣ ହୋଇଛି। ସେହିପରି ମୋଟ ୪୯,୩୨୮ ଜଣଙ୍କ ମୋତିଆବିନ୍ଦୁ ଅସ୍ତ୍ରୋପଚାର କରାଯାଇଛି। ସେଥି ମଧ୍ୟରୁ ମେଡିକାଲ କଲେଜରେ ୨୭୯୭, ଜିଲା ଏବଂ ଉପଖଣ୍ଡ ଚିକିତ୍ସାଳୟଗୁଡ଼ିକରେ ୫୮୯୯, ଘରୋଇ ଡାକ୍ତରଖାନାଗୁଡ଼ିକରେ ୬୯୩୫ ଏବଂ ସ୍ବେଚ୍ଛାସେବୀ ସଙ୍ଗଠନଗୁଡ଼ିକ ଦ୍ୱାରା ବିଭିନ୍ନ କ୍ୟାମ୍ପ୍‌ ଲଗାଯାଇ ୩୩,୯୬୫ ଜଣଙ୍କ ମୋତିଆବିନ୍ଦୁ ଅସ୍ତ୍ରୋପଚାର ହୋଇଛି। ଏହି ସଂଖ୍ୟାକୁ ଆହୁରି ବୃଦ୍ଧି କରିବାକୁ ବୈଠକରେ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ସେହିଭଳି ଆର୍ଥିକ ଦୁର୍ବଳ ଶ୍ରେଣୀଙ୍କଠାରେ ପରିଲକ୍ଷିତ ହେଉଥିବା ଅନ୍ଧାରକଣା ଜନିତ ଚକ୍ଷୁ ସମସ୍ୟାର ସମାଧାନ ପାଇଁ ବିଭିନ୍ନ ଜିଲା ମୁଖ୍ୟ ଚିକିତ୍ସାଳୟ, ମେଡିକାଲ କଲେଜ ଓ ଅନ୍ୟ ସ୍ବାସ୍ଥ୍ୟାନୁଷ୍ଠାନଗୁଡିକରେ ଚକ୍ଷୁ ପରୀକ୍ଷା କରାଯିବାର ବ୍ୟବସ୍ଥା ହେବ। ଏହାସହ ସେମାନଙ୍କୁ ଆବଶ୍ୟକ ପଡୁଥିବା ଚଷମା ଆଦି ମଧ୍ୟ ସରକାର ଯୋଗାଇଦେବେ। ସମୀକ୍ଷା ଅବସରରେ ସୁନେତ୍ର ଯୋଜନାକୁ ତ୍ୱରାନ୍ବିତ କରି ରାଜ୍ୟରେ ଅନ୍ଧତ୍ୱ ଦୂରୀକରଣ କାର୍ଯ୍ୟକ୍ରମକୁ ବ୍ୟାପକ କରିବା ପାଇଁ ସଚିବ ପରାମର୍ଶ ଦେଇଛନ୍ତି। ବୈଠକରେ କ୍ଷମତାପନ୍ନ କମିଟି ଅଧ୍ୟକ୍ଷ ଡା. ଟି. ପି. ଦାଶ, ସୁନେତ୍ର ସିଇଓ ୟାମିନୀ ଷଡ଼ଙ୍ଗୀ, ଅତିରିକ୍ତ ସଚିବ ସୁଶାନ୍ତ ମହାପାତ୍ର, ଯୁଗ୍ମ ସଚିବ ସ୍ମିତା ବିଶ୍ୱାଳ ଓ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ଅଜିତ୍‌ ମହାନ୍ତିଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ପଦାଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri