୫୧ ଏସ୍‌ଏସ୍‌ଜିଙ୍କୁ ସଫେଇ ଦାୟିତ୍ୱ ଦେଲେ ସରପଞ୍ଚ

ରଘୁନାଥପୁର,୧୫।୧୦(ଡି.ଏନ୍‌ଏ.): ରଘୁନାଥପୁର ବ୍ଲକ ବିଦ୍ୟାଧରପୁର ପଞ୍ଚାୟତର ସଫେଇ କାର୍ଯ୍ୟ ପାଇଁ ୫୧ ସ୍ବୟଂ ସହାୟିକା ଗୋଷ୍ଠୀ(ଏସ୍‌ଏଚ୍‌ଜି)ର ସଦସ୍ୟାଙ୍କୁ ଦାୟିତ୍ୱ ଦେଇଛନ୍ତି ସରପଞ୍ଚ ସାହେଦା ତବସୁମ। ଏ ସବୁ ଏସ୍‌ଏଚ୍‌ଜିରେ ପ୍ରାୟ ୫୦୦ରୁ ଊର୍ଦ୍ଧ୍ୱ ମହିଳା ରହିଛନ୍ତି। ପ୍ରତି ଓ୍ବାର୍ଡର ସଫେଇ ପାଇଁ ସେହି ଓ୍ବାର୍ଡର ଏସ୍‌ଏଚ୍‌ଜିକୁ ଦାୟିତ୍ୱ ଦିଆଯାଇଛି। ଅଳିଆ ସଫେଇ ପରେ ଆବର୍ଜନାଗୁଡ଼ିକୁ ଏଥିପାଇଁ ତିଆରି ହୋଇଥିବା କୁଣ୍ଡରେ ପକାଇବା ଲାଗି ଏସ୍‌ଏଚ୍‌ଜିର ସଦସ୍ୟାମାନଙ୍କୁ ସରପଞ୍ଚ ତବସୁମ କହିଛନ୍ତି। ଏହି ସଫେଇ ପାଇଁ ପଞ୍ଚାୟତ ପାଣ୍ଠିରୁ ପ୍ରତି ୱାର୍ଡର ଜନସଂଖ୍ୟା ଅନୁଯାୟୀ ମୁଣ୍ଡ ପିଛା ୨୦ ଟଙ୍କା ଲେଖାଏ ଖର୍ଚ୍ଚ କରାଯିବାକୁ ବ୍ୟବସ୍ଥା କରାଯାଇଛି। ଏହି କାର୍ଯ୍ୟରେ ସମିତିସଭ୍ୟା ସାଗରିକା ତରେଇ, ସାମାଜିକ କର୍ମୀ ରହିମ୍‌ ଖାଁ, ଅଜୟ ସାମଲ ଓ ପଞ୍ଚାୟତବାସୀ ସହଯୋଗ କରୁଛନ୍ତି। ଏସବୁ କାର୍ଯ୍ୟ ସରପଞ୍ଚ ତବସୁମ୍‌ ନିଜେ ତଦାରଖ କରିବା ସହ ଘରକୁ ଘର ଯାଇ ପରିବେଶ ସୁରକ୍ଷା ସମ୍ପର୍କିତ ସଚେତନତା ବାର୍ତ୍ତା ପ୍ରଦାନ କରୁଛନ୍ତି। ଏହାଛଡ଼ା ଘରେ ପାଇଖାନା ଥାଇ ବାହାରେ ଶୌଚ କରୁଥିବା ବ୍ୟକ୍ତିଙ୍କୁ ବୁଝାଇ ଏଥିରୁ ନିବୃତ୍ତ ରହିବାକୁ ପରାମର୍ଶ ଦେଇଛନ୍ତି। ପ୍ରତ୍ୟେକ ବ୍ୟକ୍ତି ଗଛଟିଏ ଲଗାଇ ତିନିବର୍ଷ ପର୍ଯ୍ୟନ୍ତ ଏହାର ଦାୟିତ୍ୱ ନେବାକୁ ସରପଞ୍ଚ ଆହ୍ବାନ କରିଛନ୍ତି। ନିଜ ପଞ୍ଚାୟତକୁ ମେଡିକାଲ ଟିମ୍‌ ଡାକି ଜଳବାହିତ ଓ ଡେଙ୍ଗୁ, ମ୍ୟାଲେରିଆଠାରୁ କିପରି ଦୂରେଇ ରହିହେବ ସେନେଇ ସଚେତନ କରୁଛନ୍ତି। ତବସୁମ୍‌ ସରପଞ୍ଚ ଦାୟିତ୍ୱ ନେବାର ୩ ମାସ ମଧ୍ୟରେ ପଞ୍ଚାୟତର ୨୫୦ ଲୋକଙ୍କୁ ଏମ୍‌ଜିଏନ୍‌ଆରଇଜିଏସ୍‌ ଜରିଆରେ କାର୍ଯ୍ୟ ଯୋଗାଇ ଦେଇଛନ୍ତି। ତାଙ୍କର ଏଭଳି କାର୍ଯ୍ୟକୁ ସ୍ଥାନୀୟ ଅଞ୍ଚଳରେ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

ପାହାଡିଆ ରାସ୍ତାରେ ଜୀବନ: ପଡିଯାଇ ବାହାରିପଡିଲା ଛାତ୍ରଙ୍କ ଅନ୍ତନଳୀ

ମୋହନା,୨୧ା୮(ମନ୍ମଥ ମିଶ୍ର): ଗଞ୍ଜାମ ଓ ଗଜପତି ଜିଲା ସୀମାନ୍ତରେ ରହିଛି ଧରାକୋଟ ବ୍ଲକର ତାନାର୍ଜିପଲ୍ଲୀ ଗାଁ। ବିଦ୍ୟାଳୟକୁ ବାଲିପଦର ଗ୍ରାମକୁ ୫ କି.ମି. ଛାତ୍ରୀଛାତ୍ରଙ୍କୁ ପାହାଡିଆ, ପଥୁରିଆ…

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ

ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri