୫୧ ଏସ୍‌ଏସ୍‌ଜିଙ୍କୁ ସଫେଇ ଦାୟିତ୍ୱ ଦେଲେ ସରପଞ୍ଚ

ରଘୁନାଥପୁର,୧୫।୧୦(ଡି.ଏନ୍‌ଏ.): ରଘୁନାଥପୁର ବ୍ଲକ ବିଦ୍ୟାଧରପୁର ପଞ୍ଚାୟତର ସଫେଇ କାର୍ଯ୍ୟ ପାଇଁ ୫୧ ସ୍ବୟଂ ସହାୟିକା ଗୋଷ୍ଠୀ(ଏସ୍‌ଏଚ୍‌ଜି)ର ସଦସ୍ୟାଙ୍କୁ ଦାୟିତ୍ୱ ଦେଇଛନ୍ତି ସରପଞ୍ଚ ସାହେଦା ତବସୁମ। ଏ ସବୁ ଏସ୍‌ଏଚ୍‌ଜିରେ ପ୍ରାୟ ୫୦୦ରୁ ଊର୍ଦ୍ଧ୍ୱ ମହିଳା ରହିଛନ୍ତି। ପ୍ରତି ଓ୍ବାର୍ଡର ସଫେଇ ପାଇଁ ସେହି ଓ୍ବାର୍ଡର ଏସ୍‌ଏଚ୍‌ଜିକୁ ଦାୟିତ୍ୱ ଦିଆଯାଇଛି। ଅଳିଆ ସଫେଇ ପରେ ଆବର୍ଜନାଗୁଡ଼ିକୁ ଏଥିପାଇଁ ତିଆରି ହୋଇଥିବା କୁଣ୍ଡରେ ପକାଇବା ଲାଗି ଏସ୍‌ଏଚ୍‌ଜିର ସଦସ୍ୟାମାନଙ୍କୁ ସରପଞ୍ଚ ତବସୁମ କହିଛନ୍ତି। ଏହି ସଫେଇ ପାଇଁ ପଞ୍ଚାୟତ ପାଣ୍ଠିରୁ ପ୍ରତି ୱାର୍ଡର ଜନସଂଖ୍ୟା ଅନୁଯାୟୀ ମୁଣ୍ଡ ପିଛା ୨୦ ଟଙ୍କା ଲେଖାଏ ଖର୍ଚ୍ଚ କରାଯିବାକୁ ବ୍ୟବସ୍ଥା କରାଯାଇଛି। ଏହି କାର୍ଯ୍ୟରେ ସମିତିସଭ୍ୟା ସାଗରିକା ତରେଇ, ସାମାଜିକ କର୍ମୀ ରହିମ୍‌ ଖାଁ, ଅଜୟ ସାମଲ ଓ ପଞ୍ଚାୟତବାସୀ ସହଯୋଗ କରୁଛନ୍ତି। ଏସବୁ କାର୍ଯ୍ୟ ସରପଞ୍ଚ ତବସୁମ୍‌ ନିଜେ ତଦାରଖ କରିବା ସହ ଘରକୁ ଘର ଯାଇ ପରିବେଶ ସୁରକ୍ଷା ସମ୍ପର୍କିତ ସଚେତନତା ବାର୍ତ୍ତା ପ୍ରଦାନ କରୁଛନ୍ତି। ଏହାଛଡ଼ା ଘରେ ପାଇଖାନା ଥାଇ ବାହାରେ ଶୌଚ କରୁଥିବା ବ୍ୟକ୍ତିଙ୍କୁ ବୁଝାଇ ଏଥିରୁ ନିବୃତ୍ତ ରହିବାକୁ ପରାମର୍ଶ ଦେଇଛନ୍ତି। ପ୍ରତ୍ୟେକ ବ୍ୟକ୍ତି ଗଛଟିଏ ଲଗାଇ ତିନିବର୍ଷ ପର୍ଯ୍ୟନ୍ତ ଏହାର ଦାୟିତ୍ୱ ନେବାକୁ ସରପଞ୍ଚ ଆହ୍ବାନ କରିଛନ୍ତି। ନିଜ ପଞ୍ଚାୟତକୁ ମେଡିକାଲ ଟିମ୍‌ ଡାକି ଜଳବାହିତ ଓ ଡେଙ୍ଗୁ, ମ୍ୟାଲେରିଆଠାରୁ କିପରି ଦୂରେଇ ରହିହେବ ସେନେଇ ସଚେତନ କରୁଛନ୍ତି। ତବସୁମ୍‌ ସରପଞ୍ଚ ଦାୟିତ୍ୱ ନେବାର ୩ ମାସ ମଧ୍ୟରେ ପଞ୍ଚାୟତର ୨୫୦ ଲୋକଙ୍କୁ ଏମ୍‌ଜିଏନ୍‌ଆରଇଜିଏସ୍‌ ଜରିଆରେ କାର୍ଯ୍ୟ ଯୋଗାଇ ଦେଇଛନ୍ତି। ତାଙ୍କର ଏଭଳି କାର୍ଯ୍ୟକୁ ସ୍ଥାନୀୟ ଅଞ୍ଚଳରେ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌ରୁ ୩୦ ଲକ୍ଷ ଟଙ୍କା ଜବତ କଲା ପୋଲିସ

ମାଲକାନଗିରି,୨୪।୪(ଦୁର୍ଯ୍ୟୋଧନ ପାତ୍ର): ନିର୍ବାଚନ ନେଇ ସୀମାରେ ହାଇଆଲର୍ଟ ଜାରି କରାଯିବା ସହ ଯାଞ୍ଚକୁ କଡାକଡି କରାଯାଉଛି। ଛତିଶଗଡ଼ ପଟୁ ଆସୁଥିବା ଏକ କାରକୁ ପୋଲିସ ଯାଞ୍ଚ...

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

୨୯ ଓଭର ହେଡ୍‌ ଟାଙ୍କି, ଲୋକଙ୍କୁ ପାଣି ମୁନ୍ଦେ ମିଳୁନି

ମାର୍ଶାଘାଇ,୨୪ା୪ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟାକୁ ନେଇ ଲୋକେ ତ୍ରାହି ତ୍ରାହି ଡାକିଲେଣି। ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ...

ଋ଼ଣ ଖିଲାପ ପରେ ଘର ଅଧିଗ୍ରହଣ କଲା ବ୍ୟାଙ୍କ

ପାରାଦୀପ,୨୪।୪(ଶରତ ରାଉତ):ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ଠାରେ ମଙ୍ଗଳବାର ଏକ କୋଠାଘରକୁ ବ୍ୟାଙ୍କ କର୍ତ୍ତୃପକ୍ଷ ନିଜ ହେପାଜତକୁ ନେଇଛନ୍ତି। ଉକ୍ତ ଘର ପାଇଁ ନିଆଯାଇଥିବା ଋ଼ଣ...

ଶୁଖିଲାଣି ଜଳାଶୟ, ଉତ୍କଟ ଜଳ ସଙ୍କଟ

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁ ଜଗତ୍‌ସିଂହପୁର ସହରରେ ଜଳସଙ୍କଟ ସୃଷ୍ଟି ହୋଇଛି। ଗଡିଆ, ପୋଖରୀଗୁଡିକ ଶୁଖିଯିବା ସହ ଭୂତଳ ଜଳସ୍ତର ହ୍ରାସ...

ବିଜେଡି, ଭାଜପାରେ ଗୋଷ୍ଠୀ କନ୍ଦଳ

ପଟ୍ଟାମୁଣ୍ଡାଇ,୨୪ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ଆସନ ସବୁବେଳେ ରାଜ୍ୟ ରାଜନୀତିରେ ସମ୍ବେଦନଶୀଳ ଓ ଗୁରୁତ୍ୱପୂର୍ଣ୍ଣ ହୋଇଆସିଛି। ସବୁଥର ଏହି ଆସନରେ ବିଜେଡି ଓ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri