Posted inଜାତୀୟ

୫୫୦୦ କୋଟିର ଆକାଶ ମିସାଇଲ ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୬-୯:ପାକିସ୍ତାନ ଓ ଚାଇନା ସୀମାରେ ମୁତୟନ ହେବ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆକାଶ ଏୟାର ଡିଫେନ୍ସ ମିସାଇଲ ସିଷ୍ଟମ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସୁରକ୍ଷା ସମ୍ପର୍କିତ କେନ୍ଦ୍ର କ୍ୟାବିନେଟ କମିଟି ନିକଟରେ ବାୟୁସେନା ପାଇଁ ୫୫୦୦ କୋଟି ଟଙ୍କାର ଏହି ପ୍ରକଳ୍ପକୁ ଅନୁମୋଦନ କରିଛି। ଏ ସମ୍ପର୍କରେ ବାୟୁସେନାକୁ ଜଣାଇ ଦିଆଯାଇଥିବା ଏକ ସରକାରୀ ସୂତ୍ରରୁ ଜଣାପଡିଛି। ତଦନୁଯାୟୀ ଆକାଶ ଭୂପୃଷ୍ଠରୁ ଆକାଶକୁ ନିକ୍ଷେପ କରାଯାଇପାରୁଥିବା କ୍ଷେପଣାସ୍ତ୍ର ସମେତ ୮୩ଟି ହାଲୁକା ଲଢ଼ୁଆ ବିମାନ କିଣାଯିବ। ଏହା ବ୍ୟତୀତ ଚଳିତ ବର୍ଷ ୧୫ଟି ହାଲୁକା ଲଢ଼ୁଆ ହେଲିକପ୍ଟର ପାଇଁ ମଧ୍ୟ ଚୁକ୍ତିନାମା ସ୍ବାକ୍ଷର ହେବାକୁ ଯାଉଛି। ଅସ୍ତ୍ର କିଣାକୁ ସହଜ କରିବା ପାଇଁ ସରକାର ଆସନ୍ତା ବର୍ଷ ମାର୍ଚ୍ଚ ସୁଦ୍ଧା ନୂଆ ପ୍ରତିରକ୍ଷା ସାମଗ୍ରୀ କ୍ରୟ ନୀତି ଆଣିବେ ବୋଲି ଆଶା କରାଯାଉଛି।
ତିନି ବର୍ଷ ତଳର ଏହି ପ୍ରସ୍ତାବକୁ ସରକାର ମଞ୍ଜୁରୀ ଦେଇଥିବାରୁ ବାୟୁସେନାର ଆକାଶ ମିସାଇଲ ସିଷ୍ଟମ୍‌ ୧୫କୁ ବୃଦ୍ଧି ପାଇବ। ପ୍ରଥମେ ବାୟୁସେନା ଦୁଇଟି ସ୍କ୍ବାଡ୍ରନ୍‌ ପାଇଁ ଅର୍ଡର କରିଥିବାବେଳେ ବର୍ତ୍ତମାନ ଏହାକୁ ବୃଦ୍ଧି କରାଯାଇଥିବାରୁ ଉକ୍ତ ସିଷ୍ଟମ୍‌ ପ୍ରତି ଆସ୍ଥା ବୃଦ୍ଧି ପାଇଥିବା ସ୍ପଷ୍ଟ ହୋଇଛି। ସୂର୍ଯ୍ୟ ଲଙ୍କା ସମରାଭ୍ୟାସ ବେଳେ ଅନ୍ୟାନ୍ୟ ଏୟାର ଡିଫେନ୍ସ ମିସାଇଲ ସହ ଆକାଶ ମିସାଇଲ ସିଷ୍ଟମ୍‌ର ପରୀକ୍ଷା କରାଯାଇଥିଲା। ଆକାଶ ସର୍ବଶ୍ରେଷ୍ଠ ପ୍ରଦର୍ଶନ କରିଥିଲା ବୋଲି ଏହି ସୂତ୍ରରୁ କୁହାଯାଇଛି। ଫଳରେ ବିଦେଶୀ ଡିଫେନ୍ସ ସିଷ୍ଟମ ପରିବର୍ତ୍ତେ ପ୍ରତିରକ୍ଷା ମନ୍ତ୍ରଣାଳୟ ଆକାଶକୁ ଚୟନ କରିଥିଲା। ବାଲାକୋଟ ଏୟାରଷ୍ଟ୍ରାଇକ୍‌ ପରେ ଫେବୃୟାରୀ ୨୭ରେ ପ୍ରତିଶୋଧ ନେବା ପାଇଁ ପାକିସ୍ତାନ ଉଦ୍ୟମ କରିଥିଲା। ଯଦି ଭବିଷ୍ୟତରେ ଏଭଳି ଆକ୍ରମଣ ହୁଏ ତାକୁ ପ୍ରତିହତ କରିବା ପାଇଁ ଅଧିକ ଆକାଶ ମିସାଇଲ ସିଷ୍ଟମର ଆବଶ୍ୟକତାକୁ ସେନା ଅନୁଭବ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri