୫୫ ଶ୍ରମିକଙ୍କୁ ପଶ୍ଚିମବଙ୍ଗ ପଠାଇଲା ଜିଲା ପ୍ରଶାସନ

ମାଲକାନଗିରି,୧୩ା୫ (ଡି.ଏନ୍‌.ଏ.): ନିଜ ରାଜ୍ୟ ହାଇଦ୍ରାବାଦର ସିକନ୍ଦରାବାଦକୁ ଚାଲିଚାଲି ଯାଉଥିବା ୫୫ ଜଣ ଶ୍ରମିକଙ୍କୁ ମାଲକାନଗିରି ଜିଲା ପ୍ରଶାସନ ବୁଧବାର ଗାଡି ବ୍ୟବସ୍ଥା କରି ନିଜ ରାଜ୍ୟକୁ ପଠାଇଛନ୍ତି। ଏହି ଶ୍ରମିକମାନେ ଚାଲିଚାଲି ଓଡିଶା ସୀମାନ୍ତ ମୋଟୁ ଠାରେ ପହଞ୍ଚତ୍ବା ପରେ ସେଠାରେ ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ରଖାଯାଇଥିଲା। ସେଠାରେ ସେମାନେ ୩ ଦିନ ଧରି ଥିଲେ। ଜିଲା ପ୍ରଶାସନ ପକ୍ଷରୁ ସେମାନଙ୍କ ଖାଇବା, ରହିବା ଆଦି ବ୍ୟବସ୍ଥା କରାଯାଇଥିଲା। ଶ୍ରମିକ ମାନେ ଗଣମାଧ୍ୟମ ଜରିଆରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କୁ ଏଠାରୁ ନେବା ପାଇଁ ଅନୁରୋଧ କରିଥିଲେ ମଧ୍ୟ ପଶ୍ଚିମବଙ୍ଗ ସରକାର ଶୁଣି ନ ଥିଲେ। ପରେ ସେମାନେ ମାଲକାନଗିରି ଜିଲା ପ୍ରଶାସନକୁ ସେମାନଙ୍କୁ ନିଜ ରାଜ୍ୟକୁ ପଠାଇବା ପାଇଁ ଅନୁରୋଧ କରିଥିଲେ। ଜିଲାପାଳ ମନୀଷ ଅଗ୍ରଓ୍ବାଲ ପଶ୍ଚିମବଙ୍ଗ ମେଦିନିପୁର ଜିଲାପାଳଙ୍କ ସହ ଟେଲିଫୋନ ଯୋଗେ କଥା ହୋଇ ବୁଧବାର ଏକ ସ୍ବତନ୍ତ୍ର ବସ୍‌ ଯୋଗେ ଶ୍ରମିକମାନଙ୍କୁ ପଶ୍ଚିମବଙ୍ଗ ପଠାଇଥିଲେ। ପ୍ରତ୍ୟେକଙ୍କୁ ଶୁଖିଲା ଖାଦ୍ୟ ପୁଡିଆ ସହ ୫୦୦ ଟଙ୍କା ଲେଖାଏ ଜିଲା ପ୍ରଶାସନ ପକ୍ଷରୁ ପ୍ରଦାନ କରାଯାଇଛି। ସେମାନେ ପଶ୍ଚିମବଙ୍ଗ ସୀମାନ୍ତରେ ପହଞ୍ଚତ୍ଲା ପରେ ମେଦିନିପୁର ଜିଲାପାଳ ସେମାନଙ୍କୁ ନିଜ ନିଜ ଗ୍ରାମକୁ ପଠାଇବା ବ୍ୟବସ୍ଥା କରିବେ ବୋଲି ଜିଲାପାଳ ଅଗ୍ରଓ୍ବାଲ କହିଛନ୍ତି। ଏହି ଶ୍ରମିକମାନଙ୍କ ମଧ୍ୟରେ ପଶ୍ଚିମବଙ୍ଗର ମୁର୍ସିଦାବାଦ ଜିଲାର ୨୯ ଜଣ, ବର୍ଦ୍ଦମାନ ଜିଲାର ୯ ଜଣ, ବଙ୍କୁଡା ଜିଲାର ୯ ଜଣ, ମାଲଦା ଉତ୍ତର ବିନାୟକର ୨ ଜଣ ଏବଂ ଅନ୍ୟ ୧୬ ଜଣ ଅନ୍ୟାନ୍ୟ ଜିଲାର ରହିଛନ୍ତି। ଏହି ସମୟରେ ପିଡି ବାଳମୁକୁନ୍ଦ ଭୂୟାଁଙ୍କ ସହ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

CBSE Copy Scanning Fees: ଆକାଉଣ୍ଟରୁ ଦୁଇଥର କଟିଛି କି ଟଙ୍କା? ଫେରସ୍ତ ନେଇ ବଡ଼ ଘୋଷଣା କଲା ବୋର୍ଡ

ନୂଆଦିଲ୍ଲୀ,୨୪।୫: ସିବିଏସ୍‌ଇ (CBSE) ଦ୍ୱାଦଶ ଶ୍ରେଣୀ ଖାତା ପୁନଃମୂଲ୍ୟାୟନ (Re-evaluation) ପ୍ରକ୍ରିୟାକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆବେଦନ ସମୟରେ ବାରମ୍ବାର ଦେଖାଦେଉଥିବା ବୈଷୟିକ…

ଦୂର ହେଲା ଏଲପିଜ-ତୈଳ ସଙ୍କଟ! କିଛି ଘଣ୍ଟା ମଧ୍ୟରେ ହର୍ମୁଜରୁ ଆସିବ ଖୁସି ଖବର…

ନୂଆଦିଲ୍ଲୀ,୨୪।୫: ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ନୂଆଦିଲ୍ଲୀରୁ ଭାଷଣ ଦେଇ ସେ ଘୋଷଣା କରିଛନ୍ତି ଯେ…

ମୃତ୍ୟୁକୁ ବିତିଲାଣି ୧୩ ଦିନ, ଆଜି ଭଦଭଦା ଘାଟରେ ହେବ ଟ୍ବିଶାଙ୍କ ଅନ୍ତିମ ସଂସ୍କାର

ଭୋପାଳ,୨୪।୫: ବିବାହର ମାତ୍ର ୫ ମାସ ପରେ ହୋଇଥିବା ଟ୍ବିଶା ଶର୍ମାଙ୍କ ସନ୍ଦେହଜନକ ମୃତ୍ୟୁ ମାମଲା ଏବେ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି। ମୃତ୍ୟୁର ୧୩…

ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଲୋକଙ୍କୁ ନୂଆ ଆଇନ ବିଷୟରେ ସଚେତନ

ଭଞ୍ଜନଗର,୨୪ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତାଲୁକ ଆଇନ ସେବା କମିଟି ପକ୍ଷରୁ ରବିବାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଦଦରାଲୁଣ୍ଡାରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି: ୨ ମୃତ, ୩୦ ରୁ ଅଧିକ ଅସୁସ୍ଥ

ହେମଗିର, ୨୪।୫ (ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲାର ହେମଗିର ବ୍ଲକ ଅନ୍ତର୍ଗତ ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି ପ୍ରକୋପ ଦେଖାଦେଇଛି। ଗାଁର ୩୦ରୁ ଅଧିକ ଲୋକ ଏଥିରେ ଆକ୍ରାନ୍ତ…

ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ ନେଲେ ଭାଜପା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, କହିଲେ ମୋ’ ରାଜନୈତିକ ଜୀବନ…

ଭୁବନେଶ୍ୱର,୨୪ା୫: ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନୀଳମଣି ରାଉତରାୟଙ୍କ ଜନ୍ମଜୟନ୍ତୀରେ ଯୋଗଦେବାକୁ ଆସୁଥିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏହି ସମୟରେ ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ…

ପୋଖରୀକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଯୁବକ

ବ୍ରହ୍ମପୁର,୨୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୁଲି ନୂଆ ସାହି ନିକଟରେ ଥିବା ବଡ଼ ବନ୍ଧ(ପୋଖରୀ)ରେ ବୁଡ଼ି ଜଣେ ଛାତ୍ର ସମେତ ଦୁଇଜଣଙ୍କ ମୃତ୍ୟୁ ଘଟିଛି।…

ଗଞ୍ଜାମ ପାଇଁ ଖୁସି ଖବର :ତାରାତାରିଣୀ କଲେଜରେ ଖୋଲିଲା ପିଜି ପାଠ୍ୟକ୍ରମ

ପୁରୁଷୋତ୍ତମପୁର, ୨୪।୫ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ସ୍ଥିତ ତାରାତାରିଣୀ କଲେଜରେ ଓଡ଼ିଆ ବିଷୟରେ ସ୍ନାତକୋତ୍ତର (ପିଜି) ପାଠ୍ୟକ୍ରମ ଖୋଲାଯାଇଛି। ସେହିପରି ସାଇକୋଲୋଜି ଓ ହୋମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri