Posted inରାଜ୍ୟ

୫୬୮ ଏକର ଜଙ୍ଗଲ ଜମି ଗାଏବ

କଟକ ଅଫିସ, ୮।୬: ରାଜଧାନୀ ଭୁବନେଶ୍ୱରର ୫୬୮ ଏକର ଜଙ୍ଗଲ ଜମି ଗାଏବ ହୋଇଯାଇଛି। ଏହାକୁ ନେଇ ଜାତୀୟ ସବୁଜ ପ୍ରାଧିକରଣ (ଏନ୍‌ଜିଟି)ରେ ମାମଲା ରୁଜୁ ହୋଇଛି। ମାମଲାର ଶୁଣାଣି କରି ଏନ୍‌ଜିଟି ଖୋର୍ଦ୍ଧା ଜିଲାପାଳ ଓ ଖୋର୍ଦ୍ଧା ବନଖଣ୍ଡ ଅଧିକାରୀଙ୍କୁ ଘଟଣାର ସରଜମିନ ତଦନ୍ତ କରି ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଆବେଦନକାରୀ ସୁବାସ ମହାପାତ୍ରଙ୍କ ପକ୍ଷରୁ ରୁଜୁ କରାଯାଇଥିବା ଏହି ମାମଲାରେ ରାଜ୍ୟ ମୁଖ୍ୟ ଶାସନ ସଚିବ, ଜଙ୍ଗଲ ବିଭାଗ ସଚିବ, ରାଜସ୍ବ ସଚିବ, ବିଡିଏ କର୍ତ୍ତୃପକ୍ଷ, ଖୋର୍ଦ୍ଧା ଜିଲାପାଳ, ଖୋର୍ଦ୍ଧା ଡିଏଫ୍‌ଓଙ୍କ ସହିତ କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରଣାଳୟର ସଚିବଙ୍କୁ ପକ୍ଷଭୁକ୍ତ କରାଯାଇଛି।
ଆବେଦନକାରୀ ପିଟିଶନରେ ଉଲ୍ଲେଖ କରିଛନ୍ତି, ଭୁବନେଶ୍ୱର ତହସିଲ ଅଧୀନ ଜୟଦେବ ବିହାର ମୌଜାର ଖାତା ନମ୍ବର ୧୪୨୭ରେ ଥିବା ୫୬୮ ଏକର ୩୯ ଡେସିମିଲ ଜଙ୍ଗଲ-୨ କିସମର ଜମିକୁ ଅଣଜଙ୍ଗଲ କାର୍ଯ୍ୟରେ ବ୍ୟବହାର କରାଯାଇଛି। ଏହି ଜମିରେ ହୋଟେଲ, ବ୍ୟବସାୟିକ ପ୍ରତିଷ୍ଠାନ ଓ କୋଠା ଆଦି ନିର୍ମାଣ କରାଯାଇଛି। ଜଙ୍ଗଲ ଜମିକୁ ଅଣଜଙ୍ଗଲ କାର୍ଯ୍ୟରେ ବ୍ୟବହାର କରିବା ନେଇ ଉଦ୍ଦିଷ୍ଟ ଜଙ୍ଗଲ ସଂରକ୍ଷଣ ଆଇନ-୧୯୮୦ ଅନୁଯାୟୀ କେନ୍ଦ୍ର ପରିବେଶ ଓ ଜଙ୍ଗଲ ମନ୍ତ୍ରଣାଳୟଠାରୁ କୌଣସି ଅନୁମତି ଅଣାଯାଇନାହିଁ। ଏହାଦ୍ୱାରା କେବଳ ଜଙ୍ଗଲ ଆଇନର ଉଲ୍ଲଂଘନ ନୁହେଁ, ସୁପ୍ରିମକୋର୍ଟ ଆଦେଶର ଉଲ୍ଲଂଘନ ମଧ୍ୟ ହୋଇଥିବା ଆବେଦନକାରୀ ପିଟିଶନରେ ଉଲ୍ଲେଖ କରିଛନ୍ତି। ଆବେଦନକାରୀ ଦର୍ଶାଇଛନ୍ତି, ୧୯୯୬ ଡିସେମ୍ବର ୧୨ ତାରିଖରେ ଏକ ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ କହିଥିଲେ, ଜଙ୍ଗଲ କିସମର ଜମି ଯେକୌଣସି ଖାତାରେ ଥାଉ ନା କାହିଁକି ତାହା କେବଳ ଜଙ୍ଗଲ ଜମି ଭାବେ ମାନ୍ୟତା ପାଇବ। କିନ୍ତୁ ଏଠାରେ ବ୍ୟତିକ୍ରମ ପରିଲକ୍ଷିତ ହୋଇଛି। ୨୦୧୭ ମେ ୧୫ରେ ଆବେଦନକାରୀ ନିଜେ ଜଙ୍ଗଲ ଓ ପରିବେଶ ବିଭାଗ ସଚିବଙ୍କୁ ଦରଖାସ୍ତ ଲେଖି ଜଙ୍ଗଲ ଜମିର ଅପବ୍ୟବହାର ଉପରେ କଡ଼ା ପଦକ୍ଷେପ ନେବାକୁ ଅନୁରୋଧ କରିଥିଲେ। ମାତ୍ର ତାହା ଫଳପ୍ରଦ ହୋଇ ନ ଥିଲା। ଏପରି କି ୨୦୧୨ ମାର୍ଚ୍ଚରେ ସିଏଜି ତାଙ୍କ ରିପୋର୍ଟରେ ଉକ୍ତ ମୌଜାରେ ୭ ଏକର ଜଙ୍ଗଲ ଜମିକୁ କେତେକ ଘରୋଇ ବ୍ୟକ୍ତିବିଶେଷଙ୍କୁ ଅଯାଚିତ ଭାବେ ଦିଆଯାଇଥିବା ନେଇ ପ୍ରଶ୍ନ ଉଠାଇଥିଲେ। ଏହି ଅନୁଯାୟୀ ଦେଖିଲେ ଭୁବନେଶ୍ୱରର ଦୁଇଟି ହୋଟେଲ ଓ ଅନ୍ୟ ଏକ ଘରୋଇ ସଂସ୍ଥାକୁ ୭ ଏକର ଜଙ୍ଗଲ ଜମି ଦିଆଯାଇଥିବା ସିଏଜି ତାଙ୍କ ରିପୋର୍ଟରେ ଉଲ୍ଲେଖ କରିଥିଲେ।
ସେହିପରି ୨୦୧୭ ରାଜ୍ୟ ଜଙ୍ଗଲ ସର୍ଭେ ରିପୋର୍ଟ ଅନୁଯାୟୀ, ଖୋର୍ଦ୍ଧା ଜିଲାରେ ମାତ୍ର ୧୬.୨୫ ପ୍ରତିଶତ ଜଙ୍ଗଲ ଥିବା କୁହାଯାଇଥିଲା। ଜାତୀୟ ବନ ନୀତି ଅନୁଯାୟୀ ଅତିକମ୍‌ରେ ୩୩ ପ୍ରତିଶତ ଜଙ୍ଗଲ ରହିବା କଥା। ଅନ୍ୟପକ୍ଷରେ ବିଡିଏ ଉକ୍ତ ଜମିର ପୂର୍ବପର ସ୍ଥିତି ଅନୁଧ୍ୟାନ ନ କରି ଜମି ଉପରେ ନିର୍ମାଣ ପାଇଁ ଅନୁମୋଦନ ଦେଇଥିବା ଆବେଦନକାରୀ ପିଟିଶନରେ ଉଲ୍ଲେଖ କରିଛନ୍ତି। ସରକାରୀ ଅଧିକାରୀମାନଙ୍କ ଦାୟିତ୍ୱହୀନତା ପାଇଁ ଜଙ୍ଗଲ ସମ୍ପଦ ଧ୍ୱଂସ ହେଉଥିବା ଆବେଦନକାରୀଙ୍କ ଓକିଲ ଶଙ୍କର ପ୍ରସାଦ ପାଣି କହିଛନ୍ତି। ଅଗଷ୍ଟ ୨୭ରେ ପରବର୍ତ୍ତୀ ଶୁଣାଣି ପାଇଁ ଦିନଧାର୍ଯ୍ୟ ହୋଇଛି। ଉକ୍ତ ଦିନ ସରକାର ସରଜମିନ ତଦନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଏନ୍‌ଜିଟି ଆଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ଏମ୍‌ଏମ୍‌ଡିଆର୍‌ ବିଲ୍‌ ପ୍ରତ୍ୟାହାର ପ୍ରସ୍ତାବ ନେଇ ଲୋଡ଼ିଲେ..

ଭୁବନେଶ୍ୱର,୨୧ା୯(ରବିନାରାୟଣ ଜେନା): ଖଣି, ଖଣିଜ ଦ୍ରବ୍ୟ ବିକାଶ ଓ ନିୟନ୍ତ୍ରଣ ଆଇନ (ଏମ୍‌ଏମ୍‌ଡିଆର୍‌) ଆକ୍ଟ ପ୍ରତ୍ୟାହାର ଲାଗି ଗୃହରେ ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ ପାରିତ କରିବା ଲାଗି…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

କ୍ଷଣସ୍ଥାୟୀ କରୁଛନ୍ତି କ୍ଷତି

ଭାରତ ନୂଆଦିଲ୍ଲୀଠାରେ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜନ କରି ବାହାବା ନେଲା। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତକୁ ବିରାଟ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ…

ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି

ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି…

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

ଇତିହାସ ପାଲଟିବ ବକିଂହାମ୍‌ ପ୍ରାସାଦର ଭାଲୁଛାଲ ଟୋପି

ବକିଂହାମ୍‌, ୨୧।୯: ଲଣ୍ଡନ ବକିଂହାମ୍‌ ପ୍ରାସାଦ ବାହାରେ ଉଜ୍ଜ୍ୱଳ ନାଲି ପୋଷାକ ଏବଂ ଉଚ୍ଚ, କଳା ଲୋମଶ ଟୋପି ପିନ୍ଧିଥିବା ସୈନିକଙ୍କ ଏକ ସ୍ବତନ୍ତ୍ର ପରିଚୟ ରହିଛି।…

ବିଦ୍ୟାଳୟରେ ବୁର୍ଖା ଉପରେ ଲାଗୁ ହେବ କଟକଣା! ସୀମିତ ହେବ ବିଦେଶୀ ଛାତ୍ରଙ୍କ ସଂଖ୍ୟା

ରୋମ୍‌,୨୦।୯: ଇଟାଲୀର ସ୍କୁଲଗୁଡ଼ିକରେ ବୁର୍ଖା ଭଳି ମୁହଁ ସମ୍ପୂର୍ଣ୍ଣ ଢାଙ୍କୁଥିବା ପୋଷାକ ଉପରେ ପ୍ରତିବନ୍ଧ ଲଗାଇବା ସହ ପ୍ରତି କ୍ଲାସରେ ବିଦେଶୀ ଛାତ୍ରଙ୍କ ସଂଖ୍ୟା ସୀମିତ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?