୫୭ତମ ଗୃହରକ୍ଷୀ ପ୍ରତିଷ୍ଠା ଦିବସ: ସେବା ମନୋବୃତ୍ତି ନେଇ କାମ କରିବାକୁ ଆହ୍ବାନ

ବ୍ରହ୍ମପୁର ଅଫିସ,୬।୧୨: ଆମ୍ବପୁଆସ୍ଥିତ ରିଜର୍ଭ ପୋଲିସ ପଡ଼ିଆରେ ଶୁକ୍ରବାର ୫୭ତମ ଗୃହରକ୍ଷୀ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଦକ୍ଷିଣାଞ୍ଚଳ ଆରକ୍ଷୀ ଉପ ମହାନିରୀକ୍ଷକ (ଡିଆଇଜି) ସତ୍ୟବ୍ରତ ଭୋଇ ଯୋଗଦେଇ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ। ଏହି ଅବସରରେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତାକୁ ପଢ଼ି ଶୁଣାଇଥିଲେ। ଆଇନ ଶୃଙ୍ଖଳା, ପ୍ରାକୃତିକ ବିପର୍ଯ୍ୟୟ, ଟ୍ରାଫିକ ନିୟନ୍ତ୍ରଣ ହେଉ ପ୍ରତ୍ୟେକ କ୍ଷେତ୍ରରେ ଗୃହରକ୍ଷୀଙ୍କ କାର୍ଯ୍ୟଦକ୍ଷତା ଅତ୍ୟନ୍ତ ପ୍ରଶଂସନୀୟ ବୋଲି ଡିଆଇଜି କହିଥିଲେ। ସେହିପରି ଗୃହରକ୍ଷୀମାନେ ଯେ କୌଣସି ପରିସ୍ଥିତିରେ ସେବା ମନୋବୃତ୍ତି ନେଇ ସମାଜର ବିଭିନ୍ନ କ୍ଷେତ୍ରରେ କାମ କରିବାକୁ ସେ ଆହ୍ବାନ ଦେଇଛନ୍ତି। ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟଦକ୍ଷତା ପାଇଁ ଶ୍ରେଷ୍ଠ ଗୃହରକ୍ଷୀ ଭାବେ ୩ ଜଣଙ୍କୁ ସମ୍ମାନିତ କରାଯାଇଛି। ସଦର ଥାନାରେ କାର୍ଯ୍ୟରତ ଗୃହରକ୍ଷୀ ରିତେନ୍ଦ୍ର କୁମାର ଶତପଥୀ, ଗୋଷାଣୀନୂଆଗାଁ ଥାନାର ବିଷ୍ଣୁଦେବ ପଣ୍ଡାଙ୍କୁ ଶାନ୍ତିଶୃଙ୍ଖଳା ଓ ବଡ଼ବଜାର ଥାନାରେ କାର୍ଯ୍ୟରତ ମିଟୁ ଗୌଡ଼ଙ୍କୁ ଅପରାଧିକ ଗୁପ୍ତ ତଥ୍ୟ ପ୍ରଦାନ ପାଇଁ ଆର୍ଥିକ ରାଶି ୫୦୦ ଟଙ୍କା ପ୍ରଦାନ ପୂର୍ବକ ସମ୍ମାନିତ କରାଯାଇଛି । ଏଥିରେ ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଏସ୍‌ପି ପ୍ରଭାତ ରାଉତରାୟ,ପ୍ରଶାନ୍ତ କୁମାର ମିଶ୍ର, ବ୍ରହ୍ମପୁର ଏସ୍‌ଡିପିଓ ବିଷ୍ଣୁପ୍ରସାଦ ପତି,ସଦର ଏସ୍‌ଡିପିଓ ଜୟନ୍ତ ମହାପାତ୍ର, ଚିକିଟି ଏସ୍‌ଡିପିଓ ସୁରେନ୍ଦ୍ର ନାଥ ମୁର୍ମୁ, ରିଜର୍ଭ ଆରଆଇ ଦିଲୀପ ବେହେରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ମାଟ୍ରିକ ପରୀକ୍ଷା, ସ୍ଥିତି ପରଖିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୯ା୨(ଦିଲ୍ଲୀପ ସାମଲ): ଗୁରୁବାରଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ମାତୃଭାଷାରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର । ସକାଳ ୯…

ନାନା ସମସ୍ୟା ଦେଇ ଗତି କରୁଛି ବଳରାମପୁର ଗାଁ, ଅଭିଯୋଗ କରି ଗ୍ରାମବାସୀ…

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳି ପଞ୍ଚାୟତ ବଳରାମପୁର ଗ୍ରାମ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ରାସ୍ତାଘାଟଠାରୁ ଆରମ୍ଭ କରି ବହୁ କ୍ଷେତ୍ରରେ ଅବହେଳିତ ହୋଇରହିଛି।…

କରଡ଼ା ଘାଟିରେ ଦୁର୍ଘଟଣା: ନିୟନ୍ତ୍ରଣ ହରାଇ ୫୦ ଫୁଟ ଗାତକୁ ଖସିଲା ଟ୍ରକ

ରାଇକିଆ,୧୯।୨(ପ୍ରଦୀପ ବେହେରା)- କନ୍ଧମାଳ ଜିଲା ରାଇକିଆ ବ୍ଳକର କରଡ଼ା ଘାଟିଠାରେ ନିୟନ୍ତ୍ରଣ ହରାଇ ଏକ ମହୁଲ ବୋଝେଇ ଟ୍ରକ ଘାଟିର ୫୦ ଫୁଟ ଘାଟି ତଳକୁ ଖସିଯାଇଛି।…

୧୫ ବର୍ଷ କ୍ୟାରିଅରର ଅନ୍ତ, 30 ବର୍ଷ ବୟସରେ ଅବସର ଘୋଷଣା କଲେ ଏହି ଖୋଳାଳି

ନୂଆଦିଲ୍ଲୀ,୧୯ା୨: ନ୍ୟୁଜିଲାଣ୍ଡ ମହିଳା କ୍ରିକେଟରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ନ୍ୟୁଜିଲାଣ୍ଡ ମହିଳା କ୍ରିକେଟ ଦଳର ଜଣେ ନିର୍ଭରଯୋଗ୍ୟ ବ୍ୟାଟ୍ସମ୍ୟାନ୍ ଲରେନ୍ ଡାଉନ୍ କ୍ରିକେଟରୁ…

ମାଓବାଦୀଙ୍କୁ ଧରାଇଦେଲେ ୧ କୋଟି ଟଙ୍କା ପର୍ଯ୍ୟନ୍ତ ପୁରସ୍କାର: ମାର୍ଚ୍ଚ ୩୧ ଡେଡ୍‌ଲାଇନ

ନୂଆଦିଲ୍ଲୀ,୧୯ା୨ (ପିଟି/ଏଜେନ୍ସି):୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଭାରତକୁ ମାଓବାଦମୁକ୍ତ କରିବାକୁ କେନ୍ଦ୍ର ସରକାର ଲକ୍ଷ୍ୟ ରଖିଥିବାବେଳେ ଉକ୍ତ ଡେଡ୍‌ଲାଇନ୍‌ ପାଖେଇ ଆସିଲାଣି। ଏହି ପରିପ୍ରେକ୍ଷୀରେ ସୁରକ୍ଷା ବଳର…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣଙ୍କ ଜୀବନ ଗଲା: ତଦନ୍ତ ଆରମ୍ଭ

ପଟ୍ଟାଙ୍ଗି,୧୯।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ଅଧିନସ୍ଥ ପାଟଖଣ୍ଡା ଦେବତା ନିକଟରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ…

ଟ୍ରେଲରକୁ ପଛପଟୁ ଧକ୍କା ଦେଲା ଟିପର, ଚାଳକ ଗୁରୁତର

ପରଜଙ୍ଗ,୧୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦେଇ ଯାଇଥିବା ୫୩ ନଂ ଜାତୀୟ ରାଜପଥର ପରଜଙ୍ଗ ବାଇପାସ୍ ରାସ୍ତାରେ ଦୁର୍ଘଟଣା । ଗୁରୁବାର ଭୋର ଏକ…

ମା’ଝିଅଙ୍କୁ ଜାଳିଦେଲେ ସମ୍ପର୍କୀୟ: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ରାଞ୍ଚି,୧୯ା୨:ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମ ଜିଲା କାଲାଇୟା ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଜଣେ ୩୨ ବର୍ଷୀୟା ମହିଳା ଓ ତାଙ୍କ ୨ ମାସର ଝିଅଙ୍କୁ ସମ୍ପର୍କୀୟମାନେ ଜାଳି ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri