Posted inପୁରୀ

୫୮ ଦିନ ପରେ ଘରକୁ ଫେରିଲେ ଛତିଶଗଡ଼ ଶ୍ରମିକ

ସାକ୍ଷୀଗୋପାଳ, ୨୪ା୫(ଡି.ଏନ.ଏ)- ଲକଡାଉନ ଯୋଗୁ ସତ୍ୟବାଦୀ ବ୍ଲକ କାଦୁଆ ପ୍ରାଥମିକ ବିଦ୍ୟାଳୟରେ ଆଶ୍ରୟ ନେଇଥିବା ଛତିଶଗଡ଼ ରାଜ୍ୟର ୭ଟି ଶ୍ରମଜୀବୀ ପରିବାରର ୩୫ଜଣ ସଦସ୍ୟ ୫୮ ଦିନ ପରେ ରବିବାର ନିଜ ଘରକୁ ଫେରିଛନ୍ତି। ଏକ ସ୍ବତନ୍ତ୍ର ବସ୍‌ରେ ସେମାନଙ୍କୁ ଭୁବନେଶ୍ୱର ପଠାଯାଇଛି। ଭୁବନେଶ୍ୱରରୁ ସେମାନେ ଟ୍ରେନରେ ନିଜ ଘରକୁ ଫେରିବା ନିମନ୍ତେ ବ୍ୟବସ୍ଥା କରାଯାଇଥିବା ଜଣାପଡ଼ିଛି। ଜିଲା ଶ୍ରମ ଅଧିକାରୀ ଦିଲୀପ କୁମାର ପାଣି, ସତ୍ୟବାଦୀ ବିଡିଓ ସରୋଜ କୁମାର ଦତ୍ତ, କାଦୁଆ ସରପଞ୍ଚ ସୁବାସ ଚନ୍ଦ୍ର ମହାପାତ୍ର ପ୍ରମୁଖ ଉପସ୍ଥିତ ରହି ଶ୍ରମିକମାନଙ୍କୁ ଫେରିବା ନେଇ ସୁବିଧା ଯୋଗାଇ ଦେଇଥିଲେ। ପେଟପାଟଣା ପାଇଁ ସେମାନେ ଏଠାରେ ରାଜମିସ୍ତ୍ରି, ହେଲପର ଭାବେ କାମ କରୁଥିବା ବେଳେ ମହିଳା ଓ ଛୋଟପିଲାମାନେ ଗ୍ରାମାଞ୍ଚଳରେ ଚୁଡି ଶଙ୍ଖା ଆଦି ବିକ୍ରୟ କରି ଜୀବିକା ନିର୍ବାହ କରୁଥିଲେ। ଲକଡାଉନ ଯୋଗୁ ସେମାନେ ଫସି ରହିଥିବାରୁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ସେମାନଙ୍କୁ କାଦୁଆ ପ୍ରାଥମିକ ବିଦ୍ୟାଳୟରେ ଆଶ୍ରୟ ଦିଆଯିବା ସହ ଖାଦ୍ୟପେୟ ଯୋଗାଇ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଲା ଜଙ୍ଗଲ ଜମି ଅନୁମତି

ପୁରୀ,୪ା୪: ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଛି ଜଙ୍ଗଲ ଜମି ଅନୁମତି। ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ କେନ୍ଦ୍ର ସରକାର ଷ୍ଟେଜ୍‌-୧ ଅନୁମୋଦନ କରିଛନ୍ତି। ପ୍ରକଳ୍ପକୁ ବାସ୍ତବରେ ରୂପାୟନ…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

‘ଆତ୍ମନିର୍ଭର ଓଡ଼ିଶା ଗଠନ ପାଇଁ ସରକାର ସଂକଳ୍ପବଦ୍ଧ’

ସାକ୍ଷୀଗୋପାଳ,୧ା୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ସ୍ମୃତିପୀଠ ପୁରୀ ଜିଲାର ସତ୍ୟବାଦୀରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ବୁଧବାର ପାଳିତ ହୋଇଛି। ଏହି…

ଲହଡ଼ିରେ ଭାସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପୁରୀ,୩୦।୩(ଅଜିତ୍‌ କୁମାର ମହାନ୍ତି): ପୁରୀ ସମୁଦ୍ରରେ ସୋମବାର ପୁଣି ଏକ ଅଘଟଣ ଘଟିଛି। ଡିପ୍‌ କରେଣ୍ଟ ଯୋଗୁ ସମୁଦ୍ରରେ ଗାଧୋଇବା ବେଳେ ୨ଜଣ ପର୍ଯ୍ୟଟକ ଭାସିଯାଇ ମୃତ୍ୟୁବରଣ…

ଏ କେଉଁ ପ୍ରକାର ସଙ୍କେତ? ଶ୍ରୀମନ୍ଦିର ନୀଳଚକ୍ର ଉପରେ ପୁଣି ବସିଲା ଚିଲ

ପୁରୀ,୩୦।୩( ଅଜିତ୍ କୁମାର ମହାନ୍ତି)ଶ୍ରୀମନ୍ଦିର ନୀଳଚକ୍ର ଉପରେ ଲଗାତାର ଚିଲ ବସୁଥିବା ଦେଖିବାକୁ ମିଳୁଛି ।  ସୋମବାର ସକାଳୁ ଚିଲ ବସିଥିବା ଦେଖିବାକୁ ମିଳିଛି । ଏକ…

‘ଧରିତ୍ରୀ’ ବିରୋଧରେ ଅଭିଯୋଗ ଭିତ୍ତିହୀନ, ମାମଲା ଖାରଜ କଲେ କୋର୍ଟ

ପୁରୀ/ଗୋପ,୩୦ା୩( ଅଜିତ ମହାନ୍ତି/ ଭାରତୀ ଭୂଷଣ ଉପାଧ୍ୟାୟ): ଜାଲ ସାର୍ଟିଫିକେଟ ରାକେଟ ସମ୍ପର୍କିତ ଖବର ପ୍ରକାଶନ ବିରୋଧରେ ଧରିତ୍ରୀ ଏବଂ ଏହାର ଖବରଦାତାଙ୍କ ବିରୋଧରେ ହୋଇଥିବା ଏକ…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

ମହାପ୍ରଭୁଙ୍କୁ ଦର୍ଶନ କଲେ ଭାରତର ସ୍ଥଳସେନା ମୁଖ୍ୟ, ଆଶିଷ ନେଇ ସେନା ପାଇଁ କଲେ ଏହି ପ୍ରାର୍ଥନା

ପୁରୀ,୨୮ା୩(ଅଜିତ କୁମାର ମହାନ୍ତି): ଭାରତର ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ୩ ଦିନିଆ ଗସ୍ତରେ ଆସି ଶନିବାର ପୁରୀରେ ପହଞ୍ଚିଛନ୍ତି। ଜେନେରାଲ ଦ୍ୱିବେଦୀ ବାଇପାସ୍‌ ରୋଡ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri