Posted inଜାତୀୟ

୫୮ ବର୍ଷ ପରେ ଭାରତ-ଚାଇନା ସୀମାରେ ଯୁଦ୍ଧ ସଜବାଜ

ଲଦାଖ,୨୨।୬: ଗଲଓ୍ବାନ ଘାଟିରେ ଘଟିଥିବା ହିଂସକ ସଂଘର୍ଷ ପରେ ସୀମାରେ ଭାରତ ଚାଇନା ମୁହାଁମୁହିଁ ହେବାରେ ଲାଗିଛନ୍ତି। ଗୋଟିଏ ପଟେ ଶାନ୍ତିପୂର୍ଣ୍ଣ ଆଲୋଚନା ପାଇଁ ଉଭୟ ପକ୍ଷ ଉଦ୍ୟମ କରୁଥିବାବେଳେ ଅନ୍ୟପଟେ ସୀମାରେ ସଜବାଜ ହେବାରେ ଲାଗିଛନ୍ତି। ୫୮ ବର୍ଷ ପରେ ପୁଣି ଦୁଇ ଦେଶ ସୀମାରେ ମୁହାଁମୁହିଁ ହୋଇଛନ୍ତି। ଲଦାଖଠାରେ ଲାଇନ ଅଫ୍‌ ଆଚୁଆଲ୍‌ କଣ୍ଟ୍ରୋଲ(ଏଲ୍‌ଏସି)ଠାରେ ମାତ୍ର କିଛି ମିଟର ବ୍ୟବଧାନରେ ଦୁଇ ଦେଶର ହଜାର ହଜାର ସୈନ୍ୟ ମୁତୟନ ହୋଇଛନ୍ତି। ଭାରତ ମିଗ୍‌-୨୯, ଆପାଚେ ବିମାନକୁ ରଖିଥିବାବେଳେ ଚାଇନା ପକ୍ଷରୁ ମଧ୍ୟ ସମାନ ପ୍ରକାର ପ୍ରସ୍ତୁତି ହୋଇଥିବା କୁହାଯାଉଛି। ୧୯୬୨ରେ ଏଭଳି ସ୍ଥିତି ସୃଷ୍ଟି ହୋଇଥିଲା। ଭାରତ ଚାଇନା ମଧ୍ୟରେ ୧୯୬୨ ଅକ୍ଟୋବର ୨୦ରୁ ନଭେମ୍ବର ୨୧ ପର୍ଯ୍ୟନ୍ତ ଯୁଦ୍ଧ ହୋଇଥିଲା। ଏଥିରେ ଚାଇନା ବିଜୟ ଲାଭ କରିଥିଲା। ଭାରତର ୧,୩୮୩ ଯବାନ ଏଥିରେ ଶହୀଦ ହୋଇଥିଲେ। ସେହିପରି ୧,୦୪୭ ଯବାନ ଆହତ ହୋଇଥିବାବେଳେ ୧,୬୯୬ ଯବାନ ନିଖୋଜ ଥିଲେ। ଅପରପକ୍ଷରେ ଚାଇନାର ୭୨୨ ସୈନ୍ୟଙ୍କ ମୃତ୍ୟୁ ଘଟିଥିବାବେଳେ ୧,୬୯୭ ସୈନ୍ୟ ଆହତ ହୋଇଥିଲେ। ତେବେ ଇତିମଧ୍ୟରେ ପ୍ରତିରକ୍ଷା କ୍ଷେତ୍ରରେ ଭାରତର ସ୍ଥିତି ବଦଳି ଯାଇଛି। ଭାରତ ପାଖରେ ବିକଶିତ ଯୁଦ୍ଧ ସରଞ୍ଜାମ ରହିଛି। ଚାଇନାକୁ କଡ଼ା ଜବାବ ଦେବାକୁ ଭାରତ ପୂର୍ଣ୍ଣ ସକ୍ଷମ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri