୫୯ ବସ୍ତା ଗଞ୍ଜେଇ ବୋଝେଇ ଗାଡ଼ି ଜବତ : ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ତଦନ୍ତ, ମାଷ୍ଟର ମାଇଣ୍ଡ ଫେରାର

ଦିଗପହଣ୍ଡି,୪ା୨(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଏକ ଗଞ୍ଜେଇ ବୋଝେଇ ଗାଡ଼ି ଜବତ କରବା ସହ ଜଣକୁ ଗିରଫ କରିଛି। ଗଜପତି ଜିଲାର ବିଭିନ୍ନ ଅଞ୍ଚଳରୁ ବ୍ରହ୍ମପୁର ଦେଇ ଗଞ୍ଜେଇ ଚାଲାଣ କରାଯାଉଥିବା ଗୋଇନ୍ଦା ସୂଚନାକୁ ଭିତ୍ତିକରି ଦିଗପହଣ୍ଡି ଆଇଆଇସି ବସନ୍ତ କୁମାର ସେଠୀଙ୍କ ନେତୃତ୍ୱରେ ଏକ ଟିମ ଗଠନ କରାଯାଇଥିଲା। ପୋଲିସ ସୋମବାର ସନ୍ଧ୍ୟାରେ ଡେଙ୍ଗାଓସ୍ତା ଗ୍ରାମ ମୁଖ୍ୟରାସ୍ତାରେ ସାଦା ପୋଷାକରେ ଛପି ରହିଥିଲା। ତପ୍ତପାଣିରୁ ବ୍ରହ୍ମପୁର ଅଭିମୁଖେ ଦ୍ରୁତ ଗତିରେ ଆସୁଥିବା ପିକ୍‌ଅପ ଭ୍ୟାନ (ନଂ.ଓଡି ୩୩ ଡବ୍ଲ୍ୟୁ୦୫୩୨)କୁ ଡେଙ୍ଗାଓସ୍ତା ଗ୍ରାମ ମୁଖ୍ୟରାସ୍ତାରେ ଅଟକାଇ ଯାଞ୍ଚ କରିବାରୁ ସେଥିରୁ ୫୯ ବସ୍ତା ଗଞ୍ଜେଇ ଥିବା ଜଣାପଡିଥିଲା। ଦିଗପହଣ୍ଡି ଅତିରିକ୍ତ ତହସିଲଦାର ତଥା ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ ପ୍ରଭାତୀ ମହାରଣା, ଚିକିଟି ଏସଡିପିଓ ସୁରେନ୍ଦ୍ରନାଥ ମୁର୍ମୁଙ୍କ ଉପସ୍ଥିତିରେ ଉକ୍ତ ୧୯୦୧ କି.ଗ୍ରା ୩୯୦ ଗ୍ରାମ ଗଞ୍ଜେଇ ଜବତ କରାଯାଇଛି। ପିକ୍‌ଅପ ଭ୍ୟାନ ଚାଳକ ଖୋର୍ଦ୍ଧା ଜିଲା ବାଲିଅନ୍ତା ଥାନା ପୁରୁଣା ଶାସନ ଗାଁର ବିଶ୍ୱରଞ୍ଜନ ବିଶ୍ୱାଳଙ୍କୁ ଗିରଫ କରାଯାଇଛି। ଏ ନେଇ ନଂ. ୨୮/୨୦ରେ ମକଦ୍ଦମା ରୁଜୁ କରାଯାଇଛି। ମଙ୍ଗଳବାର ଅଭିଯୁକ୍ତଙ୍କୁ ବ୍ରହ୍ମପୁର ଜିଲା ଦୋରାଜଜ କୋର୍ଟ ଚାଲାଣ କରାଯିବ ବୋଲି ପୋଲିସ କହିଛି। ଅପରପକ୍ଷରେ ଗଞ୍ଜେଇ ଚୋରା ଚାଲାଣରେ ସମ୍ପୃକ୍ତ ମାଷ୍ଟର ମାଇଣ୍ଡ କୌଶଳକ୍ରମେ ଫେରାର ହୋଇଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri