୫ କୋଟି ଭାରତୀୟଙ୍କ ପାଖରେ ହାତଧୁଆ ସୁବିଧା ନାହିଁ: କରୋନା ସଂକ୍ରମଣ ଆଶଙ୍କା ଅଧିକ

ନୂଆଦିଲ୍ଲୀ,୨୨ା୫(ପି.ଟି.): ଭାରତର ୫ କୋଟିରୁ ଊର୍ଦ୍ଧ୍ୱ ଲୋକଙ୍କ ପାଖରେ ଉପଯୁକ୍ତ ଭାବେ ହାତ ଧୋଇବାର ସୁବିଧା ଉପଲବ୍ଧ ନୁହେଁ ବୋଲି ଏକ ଅଧ୍ୟୟନରୁ ଜଣାପଡିଛି। ତେଣୁ ଏମାନଙ୍କଠାରେ କୋଭିଡ୍‌-୧୯ ସଂକ୍ରମଣ ହେବାର ଆଶଙ୍କା ଅଧିକ। ସାରା ବିଶ୍ୱରେ ୨୦୦ କୋଟିରୁ ଅଧିକ ନିମ୍ନ ଓ ମଧ୍ୟମ ଆୟକାରୀ ଦେଶର ଜନସାଧାରଣଙ୍କ ପାଖରେ ହାତ ଧୋଇବା ପାଇଁ ସାବୁନ ଓ ସ୍ବଚ୍ଛ ଜଳ ନ ଥିବା ଓ୍ବାଶିଂଟନ ୟୁନିଭର୍ସିଟିର ଇନ୍‌ଷ୍ଟିଚ୍ୟୁଟ ଫର୍‌ ହେଲ୍‌ଥ ମେଟ୍ରିକ୍ସ ଆଣ୍ଡ ଇଭାଲୁଏଶନ (ଆଇଏଚ୍‌ଏମ୍‌ଇ)ର ଗବେଷକମାନେ ଅଧ୍ୟୟନରୁ ଜାଣିବାକୁ ପାଇଛନ୍ତି। ଏହା ବିଶ୍ୱ ଜନସଂଖ୍ୟାର ଏକ-ଚତୁର୍ଥାଂଶ। ଏପରିକି ୪୬ଟି ଉପ-ସାହାରା ଆଫ୍ରିକୀୟ ଦେଶ ଏବଂ ଓସିନିଆରେ ୫୦ ପ୍ରତିଶତରୁ ଅଧିକ ଲୋକ ଉପଯୁକ୍ତ ହାତଧୁଆ ସୁବିଧାରୁ ବଞ୍ଚିତ।
କୋଭିଡ୍‌-୧୯ ସଂକ୍ରମଣରୁ ରକ୍ଷା ପାଇବାକୁ ହେଲେ ହାତ ଧୋଇବା ମୁଖ୍ୟ ପ୍ରତିକାର ପଦକ୍ଷେପ। ତଥାପି ଏହା ଅଧିକାଂଶ ଦେଶର ଅନେକଙ୍କ ପାଇଁ ଉପଲବ୍ଧ ନୁହେଁ ବୋଲି ଆଇଏଚ୍‌ଏମ୍‌ଇ ପ୍ରଫେସର ମିଚେଲ ବ୍ରାଉର କହିଛନ୍ତି। ଭାରତ, ପାକିସ୍ତାନ, ଚାଇନା, ବାଂଲାଦେଶ, ନାଇଜେରିଆ, ଇଥିଓପିଆ, ଡେମୋକ୍ରାଟିକ୍‌ ରିପବ୍ଲିକ୍‌ ଅଫ୍‌ କଙ୍ଗୋ ଏବଂ ଇଣ୍ଡୋନେସିଆରେ ୫ କୋଟି ଲେଖାଏ ଲୋକ ଉପଯୁକ୍ତ ହାତଧୁଆ ସୁବିଧାରୁ ବଞ୍ଚତ୍ତ ବୋଲି ଅଧ୍ୟୟନରୁ ଜଣାପଡ଼ିଛି। ଏହାର ଦୀର୍ଘମିଆଦୀ ସମାଧାନ ଆବଶ୍ୟକ। କାରଣ ଉପଯୁକ୍ତ ହାତଧୁଆ ସୁବିଧାର ଅଭାବରୁ ପ୍ରତିବର୍ଷ ଅଧିକ ୭ ଲକ୍ଷ ଲୋକଙ୍କ ମୃତ୍ୟୁ ଘଟୁଥିବା ବ୍ରାଉର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ଆସିଲା ପ୍ରହ୍ଲାଦ ଜୋଷୀଙ୍କ ପ୍ରଥମ ପ୍ରତିକ୍ରିୟା – ‘ଏହି ଦାୟିତ୍ୱ…’

ନୂଆଦିଲ୍ଲୀ,୨୬।୭: ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଗ୍ରହଣ କରିବା ପରେ, କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ…

ବଦଳିଲା ଟୋଲ ନିୟମ: ହାଇୱେରେ ଯାତ୍ରା କରୁଥିବା ଲୋକଙ୍କ ଉପରେ କ’ଣ ପଡିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୭: ଯଦି ଆପଣ ପ୍ରାୟତଃ ଜାତୀୟ ରାଜପଥ (ନ୍ୟାଶନାଲ ହାଇୱେ) କିମ୍ବା ଏକ୍ସପ୍ରେସୱେରେ ଯାତ୍ରା କରନ୍ତି, ତେବେ NHAI (ଏନ.ଏଚ.ଏ.ଆଇ.) ର ଏହି ନୂତନ ନିୟମ ଆପଣଙ୍କ…

ବିଲରେ ଧାନ ରୋଇବାବେଳେ ହେଲା ବଜ୍ରପାତ, ଏକାଠି ଟଳିପଡ଼ିଲେ ବାପ-ପୁଅ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବାଲିପଡ଼ା ଗ୍ରାମରେ ଦୁଃଖଦ ଘଟଣା ଘଟିଛି। ରବିବାର ବିଲକୁ ଧାନ ରୋଇବାକୁ ଯାଇଥିବାବେଳେ ବଜ୍ରପାତ ହେବାରୁ ବାପ-ପୁଅଙ୍କ…

ପ୍ରବଳ ବର୍ଷାରେ ବୁଡ଼ିଗଲା କନ୍ଦରପୁର ଲେବଲ କ୍ରସିଂ ରାସ୍ତା, ଯାନବାହନ ଚଳାଚଳ ବନ୍ଦ

କଟକ ସଦର,୨୬ା୭(ସୁଶାନ୍ତ କୁମାର ଜେନା): କଟକ-ନୂଆଗାଁ ଜାତୀୟ ରାଜପଥ ନଂ ୫୫ର କନ୍ଦରପୁର ଲେବଲ କ୍ରସିଂ ନିକଟ ଅସ୍ଥାୟୀ ରାସ୍ତାଟି ଶନିବାର ରାତିର ଅବିଶ୍ରାନ୍ତ ବର୍ଷାରେ ବୁଡିଯାଇଛି।…

ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ

ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ…

CJP ବିରୋଧ ପ୍ରଦର୍ଶନରେ ଯୋଗଦେଲେ ମନ୍ତ୍ରୀଙ୍କ ଝିଅ; ମୁଖ୍ୟମନ୍ତ୍ରୀ କହିଲେ, ‘ତାଙ୍କୁ ଟ୍ରୋଲ କରନାହିଁ’

ଗୁଆହାଟି,୨୬।୭: NEET ପେପର୍‌ ଲିକ ବିରୋଧରେ ପ୍ରତିବାଦରେ ଆସାମ ମନ୍ତ୍ରୀ କେଶବ ମହାନ୍ତଙ୍କ ଝିଅ ଅଂଶଗ୍ରହଣ କରୁଥିବାର ଭିଡିଓ ସାମ୍ନାକୁ ଆସିବା ପରେ, ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ…

ୟୁକ୍ରେନରେ ପୁଣି ଭାରତୀୟ ଜାହାଜ ଉପରେ ଆକ୍ରମଣ; ୨ କ୍ରୁ ସଦସ୍ୟ ନିଖୋଜ

କ୍ୱିଭ,୨୬।୭: ୟୁକ୍ରେନର ଓଡେସା ବନ୍ଦରରେ ରବିବାର (ଜୁଲାଇ ୨୬) ଦିନ ଚାରି ଜଣ ଭାରତୀୟ ନାଗରିକଙ୍କୁ ନେଇ ଯାଉଥିବା ଏକ ବାଣିଜ୍ୟ ଜାହାଜ ଉପରେ ଆକ୍ରମଣ ହୋଇଥିଲା।…

ହରିହର ଯୋର ଡ୍ୟାମରୁ ପ୍ରଥମ ବନ୍ୟାଜଳ ନିଷ୍କାସନ ୪ଟି ଗେଟ୍‌ ଦେଇ ପାଣି ଛଡ଼ାଗଲା

ଅମରପାଲି, ୨୬/୭ (ପୀତାମ୍ବର ସାହୁ): ଗତକାଲି ରାତିସାରା ଲଗାଣ ବର୍ଷା ଯୋଗୁଁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଦୁର୍ଜନତୈଲା ପଞ୍ଚାୟତରେ ଅବସ୍ଥିତ ହରିହର ଯୋର ମଧ୍ୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri