୫ ଜିଲାରେ ବନ୍ୟା ପରିସ୍ଥିତି

ଭୁବନେଶ୍ୱର, ୮ା୮(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ବାଲେଶ୍ୱର ଉପକୂଳଠାରୁ ୭୦ କିଲୋମିଟର ଦୂର ଦକ୍ଷିଣ-ପୂର୍ବ ଦିଗରେ ଏହା କେନ୍ଦ୍ରୀଭୂତ ହୋଇଛି। ଏହା କ୍ରମଶଃ ଘନୀଭୂତ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗ ଆଡ଼କୁ ଗତି କରୁଛି। ଧୀରେ ଧୀରେ ଏହା ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏହା ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଛି। ଲଗାଣ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ଜିଲାରେ ଥିବା ନଦୀରେ ଜଳସ୍ତର ବୃଦ୍ଧି ପାଇ ବନ୍ୟା ପରିସ୍ଥିତି ସୃଷ୍ଟି କରିଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ କନ୍ଧମାଳ ଆଦି ୫ ଜିଲାରେ ବନ୍ୟା ଯୋଗୁ ସାଧାରଣ ଜୀବନଯାତ୍ରା ଗୁରୁତର ପ୍ରଭାବିତ ହୋଇଛି। ବିଶେଷକରି ବଂଶଧାରା ନଦୀ ବନ୍ୟାଜଳରେ ରାୟଗଡ଼ା ଜିଲାର ଗୁଡ଼ାରୀ, ବିଷମକଟକ ଏବଂ କନ୍ଧମାଳ ଜିଲାର କେତେକ ସ୍ଥାନରେ ବ୍ରିଜ୍‌ ଓ ରାସ୍ତା ବୁଡ଼ିଯାଇଥିବା ସ୍ବତନ୍ତ୍ର ରିଲିଫ କମିଶନର (ଏସ୍‌ଆର୍‌ସି) ବିଷ୍ଣୁପଦ ସେଠୀ ସୂଚନା ଦେଇଛନ୍ତି।
ତାଙ୍କ ସୂଚନାନୁସାରେ, ରାୟଗଡ଼ାର କାଶୀପୁର ଓ ଗୁଣପୁରରେ ବଂଶଧାରା ଜଳସ୍ତର ବିପଦସଙ୍କେତ ଉପରେ ପ୍ରବାହିତ ହେଉଛି। କାଶୀପୁରଠାରେ ୫୪.୬ ମିଟର ବିପଦ ସଙ୍କେତ ଥିବାବେଳେ ସନ୍ଧ୍ୟା ସୁଦ୍ଧା ୫୫.୭୫ ମିଟର ଉପରେ ବନ୍ୟାଜଳ ରହିଥିଲା। ସେହିପରି ଗୁଣପୁରରେ ୮୪ ମିଟର ବିପଦ ସଙ୍କେତ ଥିବାବେଳେ ୮୫.୧୦ ମିଟରରେ ବନ୍ୟାଜଳ ପ୍ରବାହିତ ହେଉଥିଲା। ବଂଶଧାରା ଫୁଲୁଥିବାରୁ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ଉଦ୍ଧାର କାର୍ଯ୍ୟରେ ଓଡ୍ରାଫ ଟିମ୍‌ ଓ ଅଗ୍ନିଶମ ବିଭାଗ ସାମିଲ ହୋଇଛି। ମାଲକାନଗିରି ଜିଲାରେ ପ୍ରାୟ ସମସ୍ତ ବ୍ରିଜ୍‌ ଉପରେ ବନ୍ୟାଜଳ ପ୍ରବାହିତ ହେଉଛି। ମାଲକାନଗିରିରୁ ଆନ୍ଧ୍ରପ୍ରଦେଶ, ଛତିଶଗଡ଼ ଓ ଜୟପୁରକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଜିଲାପାଳଙ୍କ ସହ ଯୋଗାଯୋଗ କରାଯାଇଥିବା ନେଇ ଏସ୍‌ଆର୍‌ସି ସେଠୀ ସୂଚନା ଦେଇଛନ୍ତି।

ଅନ୍ୟପକ୍ଷରେ ବୁଧବାର ରାଜ୍ୟରେ ୩ ବ୍ଲକ୍‌ରେ ୩୦୦ ମିମି ଉପରେ ବର୍ଷା ହୋଇଥିବାବେଳେ ୭ ବ୍ଲକ୍‌ରେ ୨୦୦ରୁ ୩୦୦ମିମି ଏବଂ ୬୭ ବ୍ଲକରେ ୧୦୦ରୁ ୨୦୦ମିମି ବର୍ଷା ରେକର୍ଡ କରାଯାଇଛି। ଏଥିମଧ୍ୟରୁ କଳାହାଣ୍ଡି ଲାଞ୍ଜିଗଡ଼ରେ ସର୍ବାଧିକ ୩୮୨.୬ ମିମି ବର୍ଷା ହୋଇଛି। ଏହାଛଡ଼ା ରାୟଗଡ଼ା କାଶୀପୁରରେ ୩୧୭.୪ ମିମି, କନ୍ଧମାଳ କୋଟଗାଡ଼ରେ ୩୦୮ ମିମି ବର୍ଷା ହୋଇଥିବା ଜଣାପଡ଼ିଛି। ସେପଟେ ବନ୍ୟା ସମୟରେ ସ୍ବାସ୍ଥ୍ୟ ସେବା ପ୍ରତି ଗୁରୁତ୍ୱ ଦେବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏଥିପାଇଁ ମାଲକାନଗିରି, ରାୟଗଡ଼ା, ଗଞ୍ଜାମ, କନ୍ଧମାଳ, କୋରାପୁଟ, ନବରଙ୍ଗପୁର ଓ ଗଜପତି ଆଦି ୭ ଜିଲାରେ ୨ଜଣ ଲେଖାଏ ମୋଟ ୧୪ଜଣ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି। ସେମାନେ ସ୍ଥିତି ଅନୁଧ୍ୟାନ କରି ସିଡିଏମ୍‌ଓ ଓ ପିଏଚ୍‌ଓଙ୍କୁ ରିପୋର୍ଟ ଦେବା ପାଇଁ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।
ରାଜ୍ୟରେ ଗୁରୁବାର ଦିନସାରା ମଧ୍ୟ ବର୍ଷା ଲାଗି ରହିବ। ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ଅତି ପ୍ରବଳ ବର୍ଷା ହେବ। ଏଥିପାଇଁ ୧୩ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଥିବାବେଳେ ୧୦ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ସେହିଭଳି ୯ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବରଗଡ଼, ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର ଓ ସୁନ୍ଦରଗଡ଼ ଆଦି ୬ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…

ନୂଆ ଜିଲା ଗଠନ ପାଇଁ ସରକାର ପ୍ରସ୍ତୁତ: ବିଧାନସଭାରେ ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୧୯ା୨: ଓଡ଼ିଶାରେ ନୂତନ ଜିଲା ଗଠନ ନେଇ ଚାଲିଥିବା ଦୀର୍ଘ ଦିନର ଅପେକ୍ଷା ଶେଷ ହେବାକୁ ଯାଉଛି। ୨୦୨୬-୨୭ ଆର୍ଥିକ ବର୍ଷରେ ରାଜ୍ୟରେ ନୂଆ ଜିଲା ଗଠନ…

ରାହୁଲ ଗାନ୍ଧୀଙ୍କ ସମେତ ୨୫ କଂଗ୍ରେସ ଏମ୍‌ପିଙ୍କୁ ଗୁଳି କରିବାକୁ ଧମକ

ନୂଆଦିଲ୍ଲୀ,୧୯।୨: ରାଜସ୍ଥାନ ପୋଲିସ କୋଟାର ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଛି ଯିଏ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ୨୫ ଜଣ କଂଗ୍ରେସ ଏମପିଙ୍କୁ ଗୁଳି କରିବାକୁ…

୦,୦,୦…ରେ ଆଉଟ ହୋଇଥିବା ଅଭିଷେକ ଶର୍ମାଙ୍କୁ ମିଳିଲା ଗୁରୁ ମନ୍ତ୍ର, ଗାଭାସ୍କର କହିଲେ…

ନୂଆଦିଲ୍ଲୀ,୧୯।୨: ଅଭିଷେକ ଶର୍ମା ୨୦୨୬ ଟି୨୦ ବିଶ୍ୱକପରେ ତିନୋଟି ଇନିଂସ ଖେଳିଛନ୍ତି, କିନ୍ତୁ ସେ ତାଙ୍କର ଖାତା ଖୋଲି ନାହାଁନ୍ତି। ସେ ତିନୋଟି ମ୍ୟାଚରେ ଶୂନ୍ୟରେ ଆଉଟ…

ଓଡ଼ିଶା ବିଧାନସଭା ଅଧିବେଶନ, ସୁନା ଖଣି ଚର୍ଚ୍ଚା

ଭୁବନେଶ୍ୱର,୧୯।୨: ଓଡ଼ିଶା ବିଧାନସଭାର ଚଳିତ ବଜେଟ୍ ଅଧିବେଶନରେ ପୁଣିଥରେ ରାଜ୍ୟର ସୁନା ଖଣି ପ୍ରସଙ୍ଗ ଚର୍ଚ୍ଚାର ବିଷୟ ପାଲଟିଛି। ଗୁରୁବାର ଗୃହରେ ବଡମ୍ବା ବିଧାୟକ ବିଜୟ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri