୫ ଜିଲାରେ ବନ୍ୟା, ୯ ମୃତ

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ଲଘୁଚାପଜନିତ ଲଗାଣ ବର୍ଷାରେ ଦକ୍ଷିଣ-ପଶ୍ଚିମ ଓଡ଼ିଶା ସ୍ଥିତି ସଙ୍ଗିନ ହୋଇପଡ଼ିଛି। ବିଶେଷ କରି ୫ ଜିଲା ବଲାଙ୍ଗୀର, ବୌଦ୍ଧ, କଳାହାଣ୍ଡି, ସୁବର୍ଣ୍ଣପୁର ଓ କନ୍ଧମାଳରେ ଅଧିକ ବର୍ଷା ହୋଇ ବନ୍ୟା ସୃଷ୍ଟି ହୋଇଛି। କଳାହାଣ୍ଡି ଜିଲାର କର୍ଲାମୁଣ୍ଡା ବ୍ଲକରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୬୦୮ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଏହାଛଡ଼ା କଳାହାଣ୍ଡିର ମଦନପୁର ରାମପୁର ବ୍ଲକରେ ୪୪୫ ମିମି, ନର୍ଲାରେ ୨୪୧, ବଲାଙ୍ଗୀରର ଗୁଡ଼ଭେଲା ବ୍ଲକରେ ୪୧୪, ଦେଓଗଁାରେ ୩୨୮, ସଇଁତଳାରେ ୩୧୩, ପୁଇଁତଳାରେ ୨୯୨, ବଲାଙ୍ଗୀରରେ ୨୬୩, ଟିଟିଲାଗଡ଼ରେ ୨୦୧, ବୌଦ୍ଧ ଜିଲାର କଣ୍ଟାମାଳରେ ୩୪୫, କନ୍ଧମାଳ ଜିଲାର ବାଲିଗୁଡ଼ାରେ ୩୦୨ ମି.ମି. ବର୍ଷା ରେକର୍ଡ କରାଯାଇଛି। ସୋମବାର ରାତିତମାମ ବର୍ଷା ଯୋଗୁ ଏହି ଜିଲାଗୁଡ଼ିକ ଜଳମଗ୍ନ ହୋଇଯାଇଛି। ଅନେକ ଗାଁ ପାଣି ଘେରରେ ରହି ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ବହୁ ଘର ବନ୍ୟାପାଣିରେ ବୁଡ଼ି ରହିଛି। ରେଳ ଟ୍ରାକ୍‌ ଉପରେ ବର୍ଷାପାଣି ରହିଥିବା ଯୋଗୁ ଟ୍ରେନ୍‌ ଚଳାଚଳକୁ ସାମୟିକ ଭାବେ ବନ୍ଦ କରାଯାଇଛି। ଉପରୋକ୍ତ ୫ ଜିଲା ସମେତ ବରଗଡ଼ ଓ ନୂଆପଡ଼ା ଜିଲା ମଧ୍ୟ ଲଗାଣ ବର୍ଷାରେ ଗୁରୁତର ପ୍ରଭାବିତ ହୋଇଛି। ଏହି ୭ଜିଲାର ମୋଟ ୧୯ ବ୍ଲକର ୧୩୪ଟି ଗଁାର ୨,୦୫, ୫୫୦ ଲୋକ ବନ୍ୟାରେ ପ୍ରଭାବିତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୧,୬୭୫ଜଣଙ୍କୁ ଉଦ୍ଧାର କରାଯାଇ ୧୧୫ ଆଶ୍ରୟସ୍ଥଳୀରେ ରଖାଯାଇ ଖାଦ୍ୟ ଦିଆଯାଉଛି। ମୋଟ ୧୦୯ ଘର ଭାଙ୍ଗିପଡ଼ିଛି। ବିଭିନ୍ନ ଜିଲାର ନଦୀ ଜଳସ୍ତର ବିପଦ ସଙ୍କେତ ତଳେ ରହିଥିବାବେଳେ କଳାହାଣ୍ଡି କାଳୀଗଙ୍ଗା ନଦୀର ଜଳସ୍ତର ବଢ଼ିଛି ବୋଲି ସ୍ବତନ୍ତ୍ର ରିଲିଫ୍‌ କମିଶନର ବିଷ୍ଣୁପଦ ସେଠୀ କହିଛନ୍ତି। ବଲାଙ୍ଗୀର, ସୁବର୍ଣ୍ଣପୁର, ନୟାଗଡ଼, ଅନୁଗୋଳ, ଖୋର୍ଦ୍ଧା, କଟକ, ପୁରୀ, ଜଗତ୍‌ସିଂହପୁର, ଯାଜପୁର, କେନ୍ଦ୍ରପଡ଼ା, ବୌଦ୍ଧ, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ରାୟଗଡ଼ା ଆଦି ୧୫ ଜିଲାରେ ୧୫ ଓଡ୍ରାଫ୍‌ ଓ ୩ ଏନ୍‌ଡିଆରଏଫ୍‌ ଟିମ୍‌ ମୁତୟନ ହୋଇଛନ୍ତି। ଏଥିସହିତ ଅଗ୍ନିଶମ ବିଭାଗ କର୍ମଚାରୀଙ୍କୁ ମଧ୍ୟ ନିୟୋଜିତ କରାଯାଇଥିବା ଏସ୍‌ଆର୍‌ସିଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ସେପଟେ ରାଜ୍ୟରେ ବର୍ଷା ଓ ବନ୍ୟାରେ ବର୍ତ୍ତମାନ ସୁଦ୍ଧା ୯ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସେମାନଙ୍କ ମଧ୍ୟରେ କଳାହାଣ୍ଡିର ୩ ଜଣ ଥିବାବେଳେ କନ୍ଧମାଳର ୨, ମାଲକାନଗିରିର ୨, କୋରାପୁଟର ଜଣେ ଓ ନବରଙ୍ଗପୁର ଜଣେ ରହିଛନ୍ତି ବୋଲି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବୁଧବାର ନୂଆପଡ଼ା, ବଲାଙ୍ଗୀର, ସୁବର୍ଣ୍ଣପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କଳାହାଣ୍ଡି, କୋରାପୁଟ, ରାୟଗଡ଼ା ଆଦି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଲୋକ ସେବା ଭବନରେ ବନ୍ୟା ପରିସ୍ଥିତି ସମୀକ୍ଷା କରିଛନ୍ତି। ବନ୍ୟା ପରିସ୍ଥିତି ଉପରେ ୨୪ଘଣ୍ଟା ସତର୍କ ରହିବା ଏବଂ ଲୋକଙ୍କୁ ସୁରକ୍ଷା ଓ ସହାୟତା କରିବା ପାଇଁ ସବୁ ବିଭାଗ ସଜାଗ ରହିବାକୁ ସେ ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଅଧିକ ପ୍ରଭାବିତ ୧୩ ଜିଲାର ଜିଲାପାଳଙ୍କ ସହ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ପରିସ୍ଥିତି ସମ୍ପର୍କରେ ଆଲୋଚନା କରି ସେମାନଙ୍କ ଆବଶ୍ୟକତା ସମ୍ପର୍କରେ ପଚାରି ବୁଝିଥିଲେ। ବଲାଙ୍ଗୀର ସହରରେ ପ୍ରବଳ ବର୍ଷା ଯୋଗୁ ପରିସ୍ଥିତି ଗମ୍ଭୀର ରହିଥିବାରୁ ସେଠାରେ ଅଧିକ ୩ ଓଡ୍ରାଫ ଟିମ୍‌ ପଠାଯାଇଛି।
ବୁଧବାର ହୀରାକୁଦରୁ ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ। ୧୫ ତାରିଖ ସକାଳ ୬ଟାରୁ ୧୦ଟା ଭିତରେ ମହାନଦୀକୁ ସାଢ଼େ ୧୧ଲକ୍ଷ କ୍ୟୁସେକ୍‌ ପାଣି ଛଡ଼ାଯିବ। ଏହାଦ୍ୱାରା ଖୋର୍ଦ୍ଧା, ପୁରୀ, କଟକ, ଜଗତ୍‌ସିଂହପୁର, ନୟାଗଡ଼ ଓ କେନ୍ଦ୍ରାପଡ଼ା ଜିଲାରେ ବନ୍ୟା ଆଶଙ୍କା ରହିଛି। ତେଣୁ ଏହି ୬ ଜିଲାର ଜିଲାପାଳଙ୍କୁ ସତର୍କ ରହିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। କଟକ ସହରର ରିଙ୍ଗ୍‌ରୋଡ୍‌ ଉପରେ ମଧ୍ୟ ନଜର ରଖିବା ପାଇଁ ପରାମର୍ଶ ଦିଆଯାଇଛି। ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ବନ୍ୟା ପ୍ରଭାବିତ ୫ ଜିଲା ପାଇଁ ୭ ଦିନିଆ ରିଲିଫ ଘୋଷଣା କରାଯାଇଛି। ତଦନୁଯାୟୀ ଦୈନିକ ପ୍ରତି ବୟସ୍କଙ୍କୁ ୬୦ ଟଙ୍କା ଏବଂ ପିଲାଙ୍କୁ ୪୫ ଟଙ୍କା ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri