Posted inଜାତୀୟ

୫ ଜୀବନ ବଞ୍ଚାଇ ଭାସିଗଲେ ଗାଇଡ୍‌

ଶ୍ରୀନଗର,୨ା୬(ପି.ଟି.): ଦୁଇ ବିଦେଶୀଙ୍କ ସମେତ ୫ ପର୍ଯ୍ୟଟକଙ୍କ ଜୀବନ ବଞ୍ଚାଇବା ପରେ ଜଣେ ଟୁରିଷ୍ଟ ଗାଇଡ୍‌ ନଦୀରେ ଭାସିଯାଇ ପ୍ରାଣ ହରାଇଛନ୍ତି। ଏଭଳି ଦୁଃଖଦ ଘଟଣା ଘଟିଛି ଜମ୍ମୁ-କଶ୍ମୀରସ୍ଥିତ ଅନ୍ତନନାଗ ଜିଲା ପହଲ୍‌ଗାମର ଏକ ରିସର୍ଟରେ।
ଦକ୍ଷିଣ କଶ୍ମୀରର ମାଓ୍ବୁରା ପହଲଗାମସ୍ଥିତ ରାଫ୍ଟିଙ୍ଗ୍‌ ପଏଣ୍ଟରେ ଶୁକ୍ରବାର ପର୍ଯ୍ୟଟକଙ୍କୁ ଏକ ରବର ବୋଟ୍‌ରେ ନେଇ ଗାଇଡ୍‌ ରୌଫ୍‌ ଅହମଦ ଦର ବାହାରିଥିଲେ। ନଈମଝିରେ ହଠାତ୍‌ ଖୁବ୍‌ ଜୋର୍‌ରେ ପବନ ବହିବାରୁ ଭେଳା ଡୁବିଯାଇଥିଲା। ରୌଫ୍‌ ନିଜ ଜୀବନକୁ ବାଜି ଲଗାଇ ବୁଡ଼ିଯାଉଥିବା ୫ ପର୍ଯ୍ୟଟକଙ୍କୁ ଉଦ୍ଧାର କରିଥିଲେ। ସେମାନଙ୍କୁ ସୁରକ୍ଷିତ ଭାବେ ସେ ବଞ୍ଚାଇଦେଇଥିଲେ। ହେଲେ ନଦୀ ସ୍ରୋତରେ ନିଜେ ଭାସିଯାଇଥିଲେ। ଉଦ୍ଧାରକାରୀ ଦଳ ଆସି ରୌଫ୍‌ଙ୍କୁ ଖୋଜିବା ବେଳକୁ ଅନ୍ଧାର ହୋଇଯାଇଥିଲା। ଶନିବାର ସକାଳେ ସାହସୀ ଟୁରିଷ୍ଟ ଗାଇଡ୍‌ଙ୍କ ମୃତଦେହ ଭବାନୀ ବ୍ରିଜ୍‌ ନିକଟରୁ ମିଳିଛି। ତାଙ୍କର ଏହି ଦୁଃସାହସିକ କାର୍ଯ୍ୟକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିମାନ ଯାତ୍ରୀଙ୍କୁ ଝଟ୍‌କା! ୨୨% ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨୮ା୫: ଇନ୍ଧନ ମୂଲ୍ୟ ଅତ୍ୟଧିକ ବୃଦ୍ଧି ଯୋଗୁ କ୍ଷତିରେ ଚାଲୁଥିବା ଏୟାର ଇଣ୍ଡିଆ ଏହାର ଘରୋଇ ବିମାନ ଉଡ଼ାଣ ଅସ୍ଥାୟୀ ଭାବେ ୨୨ ପ୍ରତିଶତ ହ୍ରାସ କରିଛି।…

ରାସ୍ତା ନ ଥିବାରୁ ୩ କିମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା: ପ୍ରଶଂସା ସାଉଁଟିଲେ ଆମ୍ବୁଲାନ୍ସ କର୍ମଚାରୀ

କେସିଙ୍ଗା/ଖପ୍ରାଖୋଲ,୨୮/୫(ତୁମେଶ୍ୱର ସାହୁ/ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଳକ ଅନ୍ତର୍ଗତ ଜାନିପଡା ପାହାଡ଼ ପାଖରେ ରହୁଥିବା ରୋହିତ ଧରୂଆଙ୍କ ସ୍ତ୍ରୀ ସୀମା ମାଝୀଙ୍କ ଗର୍ଭଯନ୍ତ୍ରଣା ହେଉଥିବାରୁ ତାଙ୍କୁ ଡାକ୍ତରଖାନା ଆଣିବା…

୯ମ ଶ୍ରେଣୀ ପାଇଁ CBSEର ତ୍ରିଭାଷୀ ନିୟମ: କେନ୍ଦ୍ର, ଏନ୍‌ସିଇଆର୍‌ଟିକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଜୁଲାଇ ୧ରୁ ନବମ ଶ୍ରେଣୀ ପିଲାଙ୍କ ପାଇଁ ୩ ଭାଷା ପଢ଼ିବା ବାଧ୍ୟତାମୂଳକ ନୀତି ଲାଗୁ କରିଥିବାରୁ ଏହାକୁ…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri