‘୫-ଟି’କୁ ପୁଣି ଅପରାଜିତାଙ୍କ କଟାକ୍ଷ: ‘ଏହା ଅଭିନବ ପଦକ୍ଷେପ ନୁହେଁ, ବହୁତ ପୁରୁଣା କଥା’

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ କରାଯାଇଥିବା ‘୫-ଟି’ କାର୍ଯ୍ୟକ୍ରମକୁ ପୁଣି ଥରେ ସମାଲୋଚନା କରିଛନ୍ତି ଭାଜପା ଏମ୍‌ପି ଅପରାଜିତା ଷଡଙ୍ଗୀ। ଗୁରୁବାର ରେଳବାଇ ଷ୍ଟାଡିୟମରେ ଆୟୋଜିତ ‘ଏକତା ପାଇଁ ଦୌଡ଼’ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଅପରାଜିତା କଟାକ୍ଷ କରି କହିଛନ୍ତି, ଏହା ଏକ ଅଭିନବ ପଦକ୍ଷେପ ନୁହେଁ। ଏହା ବହୁତ ପୁରୁଣା କଥା। ଶାସନର ୨୦ବର୍ଷ ପରେ ଏହାକୁ କାହିଁକି ଅଣାଗଲା। ଏହି ୨୦ ବର୍ଷ ଶାସନରେ କ’ଣ ୫-ଟି ସରକାରରେ ନ ଥିଲା କି ବୋଲି ସେ ପ୍ରଶ୍ନ କରିଛନ୍ତି। ଏହାଛଡ଼ା ଏହାକୁ ଅଲଗା ବିଭାଗ କରି ଜଣେ ବ୍ୟକ୍ତିଙ୍କୁ ଦାୟିତ୍ୱ ଦେବା ଠିକ୍‌ ନୁହେଁ। ଏହାଦ୍ୱାରା ଅନ୍ୟ ବିଭାଗଗୁଡ଼ିକ ଦୁର୍ବଳ ହୋଇଯିବ। ଆଇଏଏସ୍‌ ପ୍ରଶିକ୍ଷଣ ସମୟରେ ୫-ଟି ସମ୍ପର୍କରେ ପାଠ ପଢ଼ାଯାଇଥାଏ। ଏଣୁ ଏହା ସୁଶାସନ ନୁହେଁ ବରଂ ଏହା ମନ୍ତ୍ରୀ ଏବଂ ସଚିବଙ୍କ ଗାରିମା ଉପରେ ପ୍ରଶ୍ନ ବୋଲି କହିବା ସହ ରାଜ୍ୟ ସରକାରଙ୍କ ଏହି ଯୋଜନା ସୁଶାସନ ଆଣିପାରିବ ବୋଲି ସେ ଭାବୁ ନ ଥିବା କହିଛନ୍ତି।

ସୂଚନାଯୋଗ୍ୟ, ପୂର୍ବରୁ କେନ୍ଦ୍ରମନ୍ତ୍ରୀ ତଥା ଭାଜପା ବରିଷ୍ଠ ନେତା ପ୍ରତାପ ଷଡ଼ଙ୍ଗୀ ‘୫-ଟି’ ଏବଂ ମୋ ସରକାର କାର୍ଯ୍ୟକ୍ରମ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ସମାଲୋଚନା କରିଥିଲେ। ଏହା କ୍ଷମତା ପାଇଁ ଲୋକଦେଖାଣିଆ କାର୍ଯ୍ୟକ୍ରମ। ଏହା କେବଳ ସଚିବ ଆଧାରିତ ସରକାର। ଏଥିରେ ସମନ୍ବୟ, ସ୍ବଚ୍ଛତା କିମ୍ବା କୌଣସି ‘ଟି’ ନ ଥିବା ପ୍ରତାପ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟର ଛକା ସହ ପ୍ରେମର ନିବେଦନ… RCBର ଟାଇଟଲ ବିଜୟ ପରେ ବିରୁୁଷ୍କାଙ୍କ ରୋମାଣ୍ଟିକ ମୁଡର ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୧।୬: ଆଇପିଏଲ ଇତିହାସରେ RCBର ନାମ ସ୍ବର୍ଣ୍ଣାକ୍ଷରରେ ଲେଖାଯାଇଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ଫାଇନାଲ ମ୍ୟାଚ ଚାଲିଥିବା ସମୟରେ ଷ୍ଟାଡିୟମରେ ଥିବା…

ଚଳନ୍ତା ଅବସ୍ଥାରେ ଆମ୍ବୁଲାନ୍ସରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଭୁବନେଶ୍ୱର,୧ା୬: ଖଣ୍ଡଗିରି ନିକଟ ଜାଗମରାରେ ଏକ ଆମ୍ବୁଲାନ୍ସରେ ନିଆଁ ଲାଗି ସମ୍ପୂର୍ଣ୍ଣ ଜଳିଯାଇଛି। ଚଳନ୍ତା ଅବସ୍ଥାରେ ହିଁ ଆମ୍ବୁଲାନ୍ସଟିରେ ନିଆଁ ଲାଗିଯାଇଥିଲା। ଫଳରେ ସମ୍ପୂର୍ଣ୍ଣ ଭାବେ ଜଳିଯାଇଛି…

ଟ୍ରମ୍ପଙ୍କ ‘ପ୍ରକୃତ ବନ୍ଧୁତା’ କଥାରେ ପାକିସ୍ତାନ ଖୁସି ହେବା ଉଚିତ ନୁହେଁ! ଇରାନ ଖୋଲିଲା ଆମେରିକା ଡାଏରୀ

ତେହରାନ,୧।୬: ଆମେରିକା ପାକିସ୍ତାନକୁ ‘ପ୍ରକୃତ ବନ୍ଧୁ’ ବୋଲି ବର୍ଣ୍ଣନା କରିଛି। ଦୁଇ ରାଷ୍ଟ୍ର ମଧ୍ୟରେ ବଢୁଥିବା ଘନିଷ୍ଠତାକୁ ଦୃଷ୍ଟିରେ ରଖି, ଇରାନ ଇସଲାମାବାଦକୁ ଏକ ଚେତାବନୀ ଦେଇଛି।…

କଳା ତାଲିକାଭୁକ୍ତ ଠିକାଦାରଙ୍କୁ କାମ ନ ଦିଆଯିବା ପାଇଁ ଦାବି

ବରଗଡ଼,୧ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଥାନାଛକ ସମ୍ମୁଖରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ନେଇ ସାଧାରଣରେ ଅସନ୍ତୋଷ ଲାଗି ରହିଛି। ତୋରଣ ନିର୍ମାଣରେ ବ୍ୟାପକ ଅନିୟମିତତା ତଥା…

ଆଜି ଏହି ଜିଲାକୁ କାଳବୈଶାଖୀ: ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ବର୍ଷା ନେଇ ସତର୍କତା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧ା୬: ରାଜ୍ୟରେ ଏବେ କାଳବୈଶାଖୀ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ଦିନ ତାପମାତ୍ରା ହ୍ରାସ ପାଉଛି। ଆହୁରି ୪ଦିନ ଏଭଳି ସ୍ଥିତି ଲାଗି ରହିବ ବୋଲି…

IPL 2026 ଫାଇନାଲ ପରେ ବଡ଼ ଘଟଣା: ଖେଳାଳିମାନଙ୍କୁ ନେଇ ଯାଉଥିବା ଗୁଜରାଟ ଟାଇଟାନ୍ସ ଟିମ ବସରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ,୧।୬: IPL 2026 ଫାଇନାଲ ପରେ, ଗୁଜୁରାଟ ଟାଇଟାନ୍ସର ଦଳର ବସରେ ନିଆଁ ଲାଗିଗଲା। ଦଳ ନରେନ୍ଦ୍ର ମୋଦି ଷ୍ଟାଡିୟମରୁ ହୋଟେଲକୁ ଯାଉଥିବା ସମୟରେ ଏହି ଘଟଣା…

JEE ଆଡ୍‌ଭାନ୍ସଡ ରେଜଲ୍ଟ ପ୍ରକାଶ, ଶୁଭମ କୁମାର ଟପ୍ପର

ନୂଆଦିଲ୍ଲୀ,୧ା୬: ୨୦୨୬ JEE ଆଡ୍‌ଭାନ୍ସଡ ରେଜଲ୍ଟ ପ୍ରକାଶ ପାଇଛି। ଆଇଆଇଟି ଦିଲ୍ଲୀ ଜୋନ୍‌ରୁ ଶୁଭମ କୁମାର ଟପ୍ପର ହୋଇଛନ୍ତି। ସେ ମୋଟ୍‌ ୩୬୦ରୁ ୩୩୦ ନମ୍ବର ରଖି…

Watch:‘କେତେ କ୍ଷୀର ପିଉଛ’, ରବି ଶାସ୍ତ୍ରୀଙ୍କ ଏମିତି ପ୍ରଶ୍ନରେ ମଜାଦାର ଉତ୍ତର ଦେଲେ ବୈଭବ ସୂର୍ଯ୍ୟବଂଶୀ, ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧।୬: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଆଇପିଏଲ 2026 ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଆରସିବି ଗୁଜରାଟ ଟାଇଟନ୍ସକୁ ୫ ୱିକେଟରେ ପରାସ୍ତ କରିଛି। ୧୫ ବର୍ଷୀୟ ବୈଭବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri