୫-ଟି ଉପରେ ସମୀକ୍ଷା କଲେ ସଚିବ

ଫୁଲବାଣୀ ଅଫିସ, ୧୨ା୧୦- ସରକାର ଏବେ ୫-ଟି (ଟିମ୍‌ ୱାର୍କ, ଟେକ୍ନୋଲୋଜି, ଟାଇମ୍‌ ଲିମିଟ୍‌, ଟ୍ରାନ୍ସଫର୍ମେଶନ ଓ ଟ୍ରାନ୍ସପରେନ୍ସି) ଉପରେ ଗୁରୁତ୍ୱ ଦେଉଛନ୍ତି। ଏହା କିପରି କାର୍ଯ୍ୟକାରୀ ହେଉଛି ତାହାର ତଦାରଖ ସଚିବମାନେ କରୁଛନ୍ତି। ସରକାରୀ ଯୋଜନା କିପରି ଚାଲିଛି, ଲୋକଙ୍କ ନିକଟରେ ସ୍ବାସ୍ଥ୍ୟସେବା ଠିକ୍‌ଭାବେ ପହଞ୍ଚୁଛି କି ନାହିଁ, ୫-ଟି ସମ୍ପର୍କରେ ସରକାରୀ କର୍ମଚାରୀ କେତେ ଅବଗତ ଏବଂ କିପରି କାମ କରୁଛନ୍ତି ତାହାର ଅନୁଧ୍ୟାନ ୫-ଟି ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନ କରିବା ସହ ବିିଭିନ୍ନ ଜିଲା ବୁଲୁଛନ୍ତି। ଶୁକ୍ରବାର ସେ କନ୍ଧମାଳ ଜିଲା ଗସ୍ତରେ ଆସି ମେଡିକାଲ ବୁଲିବା ସହ ସମୀକ୍ଷା କରିଛନ୍ତି। ମେଡିକାଲରେ ରୋଗୀମାନଙ୍କ ସହ କଥା ହୋଇ ସେମାନଙ୍କୁ କିପରି ଚିକିତ୍ସା ସୁବିଧା ମିଳୁଛି, ମାଗଣାରେ ଔଷଧ ଦିଆଯାଉଛି କି ନାହିଁ, ଡାକ୍ତରମାନେ ଉତ୍ତମ ବ୍ୟବହାର କରୁଛନ୍ତି ନା ନାହିଁ ଆଦି ବିଷୟରେ କେତେଜଣ ରୋଗୀଙ୍କୁ ପଚାରି ବୁଝିଥିଲେ। ଏହାପରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ମେଡିକାଲରେ ଲାଗି ରହିଥିବା ବିଭିନ୍ନ ସମସ୍ୟା ସମ୍ପର୍କରେ ପଚାରି ବୁଝିଥିଲେ। ମେଡିକାଲରେ ସବୁବେଳେ ଡାକ୍ତର ସମସ୍ୟା ଲାଗି ରହିଛି। ଫଳରେ ରୋଗୀମାନେ ଅସୁବିଧାର ସମ୍ମୁଖିନ୍ନ ହେଉଛନ୍ତି। ଏହା ମୁଖ୍ୟ ସମସ୍ୟା ବୋଲି ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସମୀର କୁମାର ଦାସ ଅବଗତ କରିଥିଲେ। ଏହି ଗସ୍ତରେ ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ, ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ପ୍ରମୁଖ ସାମିଲ ରହି ୫-ଟି ଉପରେ ସମୀକ୍ଷା କରିଥିଲେ। ଏଥିସହ ଶିଶୁ ଓ ମାତୃ ୱାର୍ଡର ବିକାଶ, ବେଡ୍‌ ସଂଖ୍ୟା ବୃଦ୍ଧି, ମେଡିକାଲ ରୋଷେଇ ଘରର ଆଧୁନିକୀକରଣ କରିବାକୁ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri