୫-ଟି ଓ ମୋ ସରକାର କାର୍ଯ୍ୟକ୍ରମର ସମୀକ୍ଷା: ସ୍ବଚ୍ଛତା, ଦକ୍ଷତା ବୃଦ୍ଧି ସମସ୍ତଙ୍କ ଲକ୍ଷ୍ୟ ହେଉ

ଢେଙ୍କାନାଳ ଅଫିସ,୨୯ା୧୨ – ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଶନିବାର ଜିଲାରେ ୫-ଟି ଓ ମୋ ସରକାର କାର୍ଯ୍ୟକ୍ରମର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଅଧ୍ୟକ୍ଷତା କରି ଜିଲାପାଳ ଭୂମେଶଚନ୍ଦ୍ର ବେହେରା କହିଥିଲେ ଯେ, ପ୍ରତ୍ୟେକ ବିଭାଗର କର୍ମଚାରୀଙ୍କ ମଧ୍ୟରେ ସ୍ବଚ୍ଛତା ରହିବା ସହିତ କାର୍ଯ୍ୟଦକ୍ଷତା ବୃଦ୍ଧି ଏବଂ ସଚେତନତା ସୃଷ୍ଟି ହେଲେ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନାର ସଫଳ ରୂପାୟନ ହୋଇପାରିବ। ଏହା ସମସ୍ତଙ୍କ ମୂଳଲକ୍ଷ୍ୟ ହେବା ଉଚିତ ବୋଲି ଜିଲାପାଳ କହିଥିଲେ। ଏହି ବୈଠକରେ ରୋଗୀସେବା, ଔଷଧ ବିତରଣ, ସଫେଇ କାର୍ଯ୍ୟ, ପଞ୍ଜୀକରଣ ଓ ଆନୁସଙ୍ଗିକ ବ୍ୟବସ୍ଥା ଉପରେ ଆଲୋଚନା ହୋଇଥିଲା। ଚିକିତ୍ସାଜନିତ ସୁବିଧା ନିମନ୍ତେ ପଞ୍ଜୀକରଣ ପାଇଁ ଆଉ ୫ଟି କାଉଣ୍ଟର ଖୋଲାଯିବ ବୋଲି ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ନିରଞ୍ଜନ ମିଶ୍ର ସୂଚନା ଦେଇଥିଲେ। ମମତା ଯୋଜନାରେ ହିତାଧିକାରୀମାନଙ୍କୁ ଠିକ୍‌ ମାନର ଛତୁଆ ଓ ନିୟମିତ ଅଣ୍ଡା ଯୋଗାଣ ନିମନ୍ତେ ଅଧିକାରୀମାନେ ଯତ୍ନବାନ ହେବାକୁ ପରାମର୍ଶ ଦିଆଯାଇଥିଲା। ଖାଉଟି ସାମଗ୍ରୀ ଯୋଗାଣ ନିମନ୍ତେ ରିଟେଲରମାନେ ବିକ୍ରୟ କେନ୍ଦ୍ରରେ ସବିଶେଷ ତଥ୍ୟ ସୂଚନା ଫଳକ ମାଧ୍ୟମରେ ଦର୍ଶାଇବା ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ଜଳ ଯୋଗାଣକୁ ଦୃଷ୍ଟିରେ ରଖି ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଜଳଯୋଗାଣ ନିୟମିତ କରିବାକୁ ବ୍ୟବସ୍ଥା କରିବା, ପାଇପ୍‌ ଦ୍ୱାରା ଜଳଯୋଗାଣ ହେଉ ନ ଥିଲେ ପାଣିଟାଙ୍କି ରଖି ଟ୍ୟାଙ୍କର ଯୋଗେ ଜଳ ଯୋଗାଇ ଦେବାକୁ ଜିଲାପାଳ ପରାମର୍ଶ ଦେଇଥିଲେ। ରେଳଷ୍ଟେଶନ ନିକଟ ସଞ୍ଜୟ କଲୋନି ଅନ୍ତେବାସୀଙ୍କୁ ଜଳଯୋଗାଣ କରିବାକୁ ଆଲୋଚନା ହୋଇଥିଲା। ସେହିପରି ଗାଡିଚାଳନା ନିମନ୍ତେ ଆବଶ୍ୟକ ଡିଏଲ୍‌ ପ୍ରଦାନ, ରାସ୍ତା ମରାମତି ସମ୍ପର୍କରେ ମଧ୍ୟ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଗୁରୁତ୍ୱ ପ୍ରଦାନ କରାଯାଇଥିଲା। ଆଶ୍ରମ ସ୍କୁଲ ଗୁଡିକରେ ପଢୁଥିବା ପିଲାମାନଙ୍କ ସ୍ବାସ୍ଥ୍ୟ, ପାଠପଢା ଓ ଅନ୍ୟାନ୍ୟ ବିଷୟ ଉପରେ ବିଶେଷ ଧ୍ୟାନ ଦେବାକୁ ଜିଲାପାଳ କହିଥିଲେ। ହାତୀ ଆକ୍ରମଣରେ ମୃତ୍ୟୁଜନିତ କ୍ଷତିପୂରଣ ତୁରନ୍ତ ପ୍ରଦାନ କରିବା ସହ ଘରଭଙ୍ଗା ସାହାଯ୍ୟ ଦେବାକୁ ବୈଠକରେ ଆଲୋଚନା ହୋଇଥିଲା। ସେହିପରି ଉଦ୍ୟାନକୃଷି, ଜଳଛାୟା ମିଶନ, ଅବକାରୀ ବିଭାଗ ଓ ବିଦ୍ୟୁତ୍‌ ଯୋଗାଣ କାର୍ଯ୍ୟକାରିତା ସମ୍ପର୍କରେ ଆଲୋଚନା କରାଯାଇଥିଲା। ବୈଠକରେ ଅତିରିକ୍ତ ଜିଲାପାଳ ଭବେଶ କୁମାର ନାୟକ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ନରୋତ୍ତମ ବେହେରା, ଜିଲା ବନଖଣ୍ଡ ଅଧିକାରୀ ବିମଳ ପ୍ରସନ୍ନ ଆଚାର୍ଯ୍ୟ, ଆରଟିଓ ବସନ୍ତ କୁମାର ମାଝି, ପୂର୍ତ୍ତ ବିଭାଗ ନିର୍ବାହୀଯନ୍ତ୍ରୀ ମନୋରଞ୍ଜନ ବିଶ୍ୱାଳ, ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ ନିର୍ବାହୀଯନ୍ତ୍ରୀ ବିଜୟାନନ୍ଦ ସାହୁ, ଢେଙ୍କାନାଳ ପୌରସଂସ୍ଥା ନିର୍ବାହୀ ଅଧିକାରୀ ଅତନୁ କୁମାର ସାମନ୍ତ ପ୍ରମୁଖଙ୍କ ସହ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri