୫-ଟି ସଚିବଙ୍କୁ ଭେଟିଲେ ଆଥଲେଟ ଜଉନା ମୁର୍ମୁ

ବାରିପଦା ଅଫିସ,୨ା୧୧- ୨୦୨୦ରେ ଟୋକିଓରେ ହେବାକୁ ଥିବା ଅଲିମ୍ପିକ ପାଇଁ ପ୍ରସ୍ତୁତ ହେବାକୁ ଆନ୍ତର୍ଜାତୀୟସ୍ତରୀୟ ଆଥଲେଟ ତଥା ମୟୂରଭଞ୍ଜ ଜିଲା ତିରିଂ ବ୍ଲକ ଅନ୍ତର୍ଗତ ବଡକୁମରୁମ ଗ୍ରାମର ଜଉନା ମୁର୍ମୁଙ୍କ ନିକଟରେ ସମ୍ବଳ ନାହିଁ। ଏହି ଅଲମ୍ପିକ୍ସ ପାଇଁ ପ୍ରସ୍ତୁତ ହେବାକୁ ତାଙ୍କୁ ପ୍ରାୟ ୪୦ ଲକ୍ଷ ଟଙ୍କାର ଆବଶ୍ୟକତା ରହିଛି। ଏହି ସମ୍ପର୍କରେ ଶୁକ୍ରବାର ଜଉନା ରାଜ୍ୟ ସରକାରଙ୍କ ୫-ଟି ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନଙ୍କୁ ଭୁବନେଶ୍ୱରଠାରେ ସାକ୍ଷାତ କରିଛନ୍ତି। ସଚିବ ପାଣ୍ଡିଆନ ମଧ୍ୟ ତାଙ୍କୁ ସହଯୋଗ କରିବା ପାଇଁ ପ୍ରତିଶ୍ରୁତି ଦେଇଥିବା ଜଉନା କହିଛନ୍ତି। ଏହା ପୂର୍ବରୁ ଗତ ବୁଧବାର ସେ ଖମୟୂରଭଞ୍ଜ ଜିଲାପାଳ ବିନୀତ ଭରଦ୍ୱାଜଙ୍କୁ ସାକ୍ଷାତ କରି ସହଯୋଗ କରିବାକୁ ଅନୁରୋଧ କରିଥିଲେ। ରାଜ୍ୟର ବିଭିନ୍ନ ଶିଳ୍ପ ସଂସ୍ଥା ଜରିଆରେ ତାଙ୍କୁ ପ୍ରୋତ୍ସାହନ ଯୋଗାଇ ଦେବାକୁ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା

ଉଦଳା,୨ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…

ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରୀ ସେବା ସମ୍ପୂର୍ଣ୍ଣ ଠପ: ଓମସାର କାର୍ଯ୍ୟବନ୍ଦ ଆନ୍ଦୋଳନ

ବାରିପଦା, ୧।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ ସମେତ ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ  …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri