୫-ଟି ସଚିବଙ୍କୁ ଭେଟିଲେ ଆଥଲେଟ ଜଉନା ମୁର୍ମୁ

ବାରିପଦା ଅଫିସ,୨ା୧୧- ୨୦୨୦ରେ ଟୋକିଓରେ ହେବାକୁ ଥିବା ଅଲିମ୍ପିକ ପାଇଁ ପ୍ରସ୍ତୁତ ହେବାକୁ ଆନ୍ତର୍ଜାତୀୟସ୍ତରୀୟ ଆଥଲେଟ ତଥା ମୟୂରଭଞ୍ଜ ଜିଲା ତିରିଂ ବ୍ଲକ ଅନ୍ତର୍ଗତ ବଡକୁମରୁମ ଗ୍ରାମର ଜଉନା ମୁର୍ମୁଙ୍କ ନିକଟରେ ସମ୍ବଳ ନାହିଁ। ଏହି ଅଲମ୍ପିକ୍ସ ପାଇଁ ପ୍ରସ୍ତୁତ ହେବାକୁ ତାଙ୍କୁ ପ୍ରାୟ ୪୦ ଲକ୍ଷ ଟଙ୍କାର ଆବଶ୍ୟକତା ରହିଛି। ଏହି ସମ୍ପର୍କରେ ଶୁକ୍ରବାର ଜଉନା ରାଜ୍ୟ ସରକାରଙ୍କ ୫-ଟି ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନଙ୍କୁ ଭୁବନେଶ୍ୱରଠାରେ ସାକ୍ଷାତ କରିଛନ୍ତି। ସଚିବ ପାଣ୍ଡିଆନ ମଧ୍ୟ ତାଙ୍କୁ ସହଯୋଗ କରିବା ପାଇଁ ପ୍ରତିଶ୍ରୁତି ଦେଇଥିବା ଜଉନା କହିଛନ୍ତି। ଏହା ପୂର୍ବରୁ ଗତ ବୁଧବାର ସେ ଖମୟୂରଭଞ୍ଜ ଜିଲାପାଳ ବିନୀତ ଭରଦ୍ୱାଜଙ୍କୁ ସାକ୍ଷାତ କରି ସହଯୋଗ କରିବାକୁ ଅନୁରୋଧ କରିଥିଲେ। ରାଜ୍ୟର ବିଭିନ୍ନ ଶିଳ୍ପ ସଂସ୍ଥା ଜରିଆରେ ତାଙ୍କୁ ପ୍ରୋତ୍ସାହନ ଯୋଗାଇ ଦେବାକୁ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ଆଉ ସହି ହେବନି,ଏଥର ଭୋଟ ବର୍ଜନ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ପାଦଦେଶ ଯଦୁନାଥପୁର ପଞ୍ଚାୟତବାସୀ ଅବହେଳିତ ଓ ନିଷ୍ପେଷିିତ ଅବସ୍ଥାରେ ଜୀବନଯାପନ କରୁଛନ୍ତି। ଦେଶ ସ୍ବାଧୀନତାର ୭୭ବର୍ଷ ପରେ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ମୋରଡ଼ା ବିଜେଡି ବିଧାୟିକା ପ୍ରାର୍ଥିନୀଙ୍କ ପ୍ରତି ଛୁଟୁଛି ବିଦ୍ରୋହର ସୁଅ: ଦଳରୁ ଇସ୍ତଫା ଦେଲେ ସାଧାରଣ ସମ୍ପାଦକ

ମୋରଡ଼ା,୨୨ା୪(ସ୍ମାରକ ମାଜୀ): ଆଗକୁ ସାଧାରଣ ନିର୍ବାଚନ ଥିବା ବେଳେ ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ପାଇଁ ବିଜୁ ଜନତା ଦଳ ମୋରଡ଼ା ବିଧାୟକ ରାଜକିଶୋର ଦାସଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri