୫-ଟି ସଚିବଙ୍କ ଗସ୍ତ ପୂର୍ବରୁ ସଫା ହେଲା କ୍ୟାପିଟାଲ ହସ୍ପିଟାଲ

ଭୁବନେଶ୍ୱର, ୧୮ା୧୦(ବ୍ୟୁରୋ): ‘ମୋ ସରକାର’ କାର୍ଯ୍ୟକ୍ରମ ଆରମ୍ଭ ହେବାପରେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ଉପରେ ଗୁରୁତ୍ୱ ବଢ଼ିଯାଇଛି। ବିଶେଷକରି ହସ୍ପିଟାଲ ଓ ଥାନାକୁ ଯାଉଥିବା ଲୋକଙ୍କୁ ଉନ୍ନତ ସେବା ଯୋଗାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ବ୍ୟବସ୍ଥାର ଅନୁଧ୍ୟାନ ଲାଗି ଏବେ ୫-ଟି ସଚିବ ଭି.କେ. ପାଣ୍ଡିଆନ ରାଜ୍ୟର ବିଭିନ୍ନ ସରକାରୀ ହସ୍ପିଟାଲ ପରିଦର୍ଶନ କରୁଛନ୍ତି। ଯେଉଁଠି ସମସ୍ୟା ଦେଖୁଛନ୍ତି ତୁରନ୍ତ ତାହାକୁ ସମାଧାନ କରିବାକୁ ନିର୍ଦ୍ଦେଶ ଦେଉଛନ୍ତି। ଅବହେଳା ଓ କର୍ତ୍ତୃପକ୍ଷଙ୍କ ବେପରୁଆ କାର୍ଯ୍ୟାଧାରା ନଜରକୁ ଆସିଲେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି। ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୦ଟା ୩୦ରେ ସଚିବ ପାଣ୍ଡିଆନ ରାଜ୍ୟର ଅନ୍ୟତମ ପ୍ରମୁଖ ସରକାରୀ ଚିକିତ୍ସାଳୟ କ୍ୟାପିଟାଲ ହସ୍ପିଟାଲ ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଖବର ମିଳିବା ପରେ ଗୁରୁବାର ହସ୍ପିଟାଲ ହଠାତ୍‌ ଚଳଚଞ୍ଚଳ ହୋଇଉଠିଥିଲା। ହସ୍ପିଟାଲ ପରିସରକୁ ସଫା ସୁତୁରା କରାଯାଇଥିଲା। ଆହାର କେନ୍ଦ୍ର ନିକଟରେ ପଡ଼ୁଥିବା ବଳକା ଖାଦ୍ୟ ସ୍ଥାନକୁ ମାଟି ପକାଇ ପୋତାଯାଇଥିଲା। ଏହାସହ ଅନେକ ଅନାବନା ଘାସ ଓ ଅନ୍ୟ ଅଳିଆକୁ ସ୍ଥାନାନ୍ତର କରାଯାଇଥିଲା। ବର୍ଷସାରା ପଡ଼ି ରହୁଥିବା ଅଳିଆକୁ କାହିଁକି ହଠାତ୍‌ ଏପରି ତରବରିଆ ଭାବେ ସଫା କରାଗଲା ତାହା ଦେଖି ହସ୍ପିଟାଲକୁ ଆସୁଥିବା ଲୋକେ କଟାକ୍ଷ କରୁଥିବା ଦେଖିବାକୁ ମିଳିଥିଲା। ନିରାମୟ ଔଷଧ କେନ୍ଦ୍ର ସମ୍ମୁଖରେ ହଜାର ହଜାର ଲୋକ ଗରମରେ ଲାଇନ୍‌ରେ ଛିଡା ହେଉଥିଲେ। ଏବେ ସେଠାରେ ଫ୍ୟାନ୍‌ ଲଗାଇ ଦିଆଯାଇଥିଲା। କେବଳ ଏତିକି ନୁହେଁ, ହସ୍ପିଟାଲର ବିଭିନ୍ନ ବିଭାଗରେଅଚଳ ଏକାଧିକ ଏସିଓ ଫ୍ୟାନ୍‌କୁ ମଧ୍ୟ ମରାମତି କରାଯାଇଥିଲା। ସୌନ୍ଦର୍ଯ୍ୟବୃଦ୍ଧି ପାଇଁ ଫୁଲକୁଣ୍ଡକୁ ସଜାଇ ଦିଆଯାଇଥିଲା। ସେହିଭଳି ପୋଲିସ ମଧ୍ୟ ହସ୍ପିଟାଲ ପରିସର ଫାଣ୍ଡି ଭିତରକୁ ସଫାସୁତୁରା କରିଛି। ଏହାସହ ଯଦି ସଚିବ ଫାଣ୍ଡି ଭିତରକୁ ଯିବେ କିପରି ତାଙ୍କୁ ସନ୍ତୁଷ୍ଟ କରାଯିବ ତାହାର ସବୁକିଛି ବ୍ୟବସ୍ଥାକୁ ଠିକ୍‌ କରିବାକୁ ଉଦ୍ୟମ ହୋଇଛି। ହସ୍ପିଟାଲ କର୍ତ୍ତୃପକ୍ଷ, ଡାକ୍ତର, କର୍ମଚାରୀ ଓ ପୋଲିସ ସଚିବଙ୍କ ଗସ୍ତକୁ ନେଇ ଏକପ୍ରକାର ଭୟ ତଥା ଆଶଙ୍କା ଭିତରେ ରହିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ?

ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ…

ସରକାରଙ୍କ ବଡ ପଦକ୍ଷେପ: ରସୁଲଗଡ଼ରେ ହେବ ୫୦୦ ମିଟରର ସ୍କାଏୱାକ୍‌

ଭୁବନେଶ୍ବର,୧୮।୨: ରାଜଧାନୀର ଜାତୀୟ ରାଜପଥ-୧୬ରେ ଆଉ ରହିବନି ଦୁର୍ଘଟଣାର ଭୟ। ପଥଚାରୀଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ବା NHAI। ପଳାଶୁଣିରୁ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri