୫-ଟି ସଚିବ ଦେଲେ କରୋନା ମୁକାବିଲା ମନ୍ତ୍ର

ଛତ୍ରପୁର,୧୦ା୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ କରୋନା ମୁକାବିଲା କରିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ‘ଚିଅର୍‌ ଅପ୍‌ ଇୟୋର’ ବାର୍ତ୍ତା ଦେଇଛନ୍ତି ୫-ଟି ସଚିବ ଭି. କାର୍ତ୍ତିକେୟନ୍‌ ପାଣ୍ଡିଆନ। ଜିଲା କରୋନା ମୁକାବିଲାରେ ଆରମ୍ଭରୁ ସଫଳତା ପ୍ରଦର୍ଶନ କରିଆସିଛି। ପର୍ଯ୍ୟାୟ କ୍ରମେ ଏହା ଗ୍ରୀନ୍‌ରୁ ଅରେଞ୍ଜ ଏବଂ ରେଡ୍‌ ଜୋନ୍‌ ହୋଇଛି। ଏହି ଆହ୍ବାନକୁ ଧର୍ଯ୍ୟର ସହିତ ମୁକାବିଲା କରୁଥିବାରୁ ଜିଲାପାଳ ଏବଂ ତାଙ୍କ ଟିମ୍‌ଙ୍କୁ ସଚିବ ଧନ୍ୟବାଦ ଦେଇଛନ୍ତି। ଏଥିରେ ମଧ୍ୟ ବ୍ୟକ୍ତିଗତ ଭାବେ ସେ ସାମିଲ ହେବେ ବୋଲି କହିଛନ୍ତି। ସେ ଜିଲାପାଳ, ସରପଞ୍ଚ ଓ ଅନ୍ୟ ପ୍ରଶାସନିକ ଅଧିକାରୀଙ୍କୁ କରୋନା ମୁକାବିଲା ମନ୍ତ୍ର ଦେଇଛନ୍ତି । ଜିଲାର ସର୍ବାଧିକ ଲୋକ ଅନ୍ୟ ରାଜ୍ୟରେ କାର୍ଯ୍ୟରତ ଥିଲେ। ଲକ୍‌ଡାଉନ ପାଇଁ କର୍ମସଂସ୍ଥାନ ବନ୍ଦ ହୋଇଯିବାରୁ ସେମାନଙ୍କର ଦୁର୍ଦ୍ଦଶା ବଢିଯାଇଥିଲା। ମେ ୩ ତାରିଖ କଟକଣା କୋହଳ ପରେ ସେମାନଙ୍କୁ ରାଜ୍ୟକୁ ଫେରାଇ ଆଣିବା ଆରମ୍ଭ ହୋଇଥିଲା। ପୂର୍ବରୁ ବସ୍‌ରେ ଆସୁଥିଲେ। କିନ୍ତୁ ପରବର୍ତ୍ତୀ ସମୟରେ ଏମାନେ ରେଳ ଯୋଗେ ଫେରିବେ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି। ଜିଲାରେ ଗୋଷ୍ଠୀ ସଂକ୍ରମଣ ହୋଇନାହିଁ। ଯେଉଁ ପ୍ରବାସୀଙ୍କର କେତେକ ଲକ୍ଷଣ ଦେଖାଯାଉଛି ତାଙ୍କୁ ପରୀକ୍ଷା କରାଯାଇ ଲୋକଙ୍କଠାରୁ ଦୂରେଇ ରଖିବା ସହିତ ଠିକ୍‌ ଚିକିତ୍ସା କରାଯାଉଛି। କାହାର ଲକ୍ଷଣ ଦେଖାଦେଲେ ସ୍ବତଃପ୍ରବୃତ୍ତ ଭାବେ ପ୍ରଶାସନକୁ ଜଣାଇବା ପାଇଁ ସଚିିବ କହିଛନ୍ତି। ପ୍ରତ୍ୟେକ କ୍ବାରାଣ୍ଟାଇନ୍‌ କେନ୍ଦ୍ରରେ ଭୋଜିଭାତ ପରି ଖାଇବା ପିଇବା ନ କରିବା, ମନୋରଞ୍ଜନ ଏବଂ ଅନ୍ତେବାସୀମାନେ ଶ୍ରମଦାନ କରି କିଛି ଅର୍ଥ ଉପାର୍ଜନ କରିବାକୁ ସଚିବ ପରାମର୍ଶ ଦେଇଛନ୍ତି। ଏହା ସହିତ ସଚିବ ମଧ୍ୟ ଭିଡିଓ କନ୍‌ଫରେନ୍ସରେ ଶନିବାର ୭ ସରପଞ୍ଚଙ୍କ ସହ କଥା ହୋଇଛନ୍ତି। ସେଗୁଡିକ ହେଲା ଧରାକୋଟ, କବିସୂର୍ଯ୍ୟନଗର, ପୋଲସରା, ଆସ୍କା, ଖଲ୍ଲିକୋଟ, କୁକୁଡାଖଣ୍ଡି ଓ ହିଞ୍ଜିଳିକାଟୁ ସରପଞ୍ଚଙ୍କ ସହିତ ବାର୍ତ୍ତାଳାପ କରିଥିଲେ। ଓଡିଶା ପ୍ରଥମ ରାଜ୍ୟ ଯିଏକି କରୋନା ମୁକାବିଲାରେ ସରପଞ୍ଚମାନଙ୍କୁ ଜିଲାପାଳ କ୍ଷମତା ପ୍ରଦାନ କରିଛି। ପୂର୍ବରୁ ଓଡିଶା ସରକାର ବିଦେଶ ଫେରନ୍ତା, ନିଜାମୁଦ୍ଦିନ ଫେରନ୍ତା ଓ ପଶ୍ଚିମବଙ୍ଗରୁ ଫେରିଥିବା ବ୍ୟକ୍ତିଙ୍କର ସଫଳ କରୋନା ମୁକାବିଲା କରିପାରିଛନ୍ତି। ସରପଞ୍ଚମାନଙ୍କ ଉଦାରତା ଓ କର୍ତ୍ତବ୍ୟନିଷ୍ଠାକୁ ନେଇ ବିଭିନ୍ନ ରାଜ୍ୟରୁ ପ୍ରବାସୀ ଫେରନ୍ତାଙ୍କର କରୋନା ମୁକାବିଲା ସଫଳତାର ସହିତ କରାଯାଇପାରିବ ବୋଲି ସଚିବ କହିଥିଲେ। ଭିଡିଓ କନଫରେନ୍ସରେ ଅନୁଷ୍ଠିତ ବୈଠକରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, କବୀନ୍ଦ୍ର କୁମାର ସାହୁ, ସୁଦାମ ଚରଣ ମଣ୍ଡଳ, ଅନାମ ଚରଣ ପାତ୍ର, ସିନ୍ଧେ ଦତ୍ତାତ୍ରେୟ ଭାଉସାହେବ, ସ୍ବତନ୍ତ୍ର ଅଧିକାରୀ ପି.ଅନ୍ବେଷା ରେଡ୍ଡୀ, ଛତ୍ରପୁର ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

ସମ୍ବଲପୁର କଂଗ୍ରେସ ଯୁବନେତା ବିଜେଡି ମୁହାଁ

ସମ୍ବଲପୁର,୨୬ା୪(ଭବାନୀ ଶଙ୍କର ଭୋଇ):ରାଜ୍ୟରେ କଂଗ୍ରେସ ଦଳର ଗୋଟିଏ ପରେ ଗୋଟିଏ ନେତା ଦଳ ଛାଡୁଛନ୍ତି। ରାଜ୍ୟ କିମ୍ବା କେନ୍ଦ୍ରୀୟ ନେତୃତ୍ୱ ନିଜର କର୍ମୀମାନଙ୍କ ଭିତରେ ଉତ୍ସାହ...

ବାପାଙ୍କ ବଦଳରେ ଲଢିବେ ଝିଅ: ୨୭ରେ ଘୋଷଣା କରିପାରେ କଂଗ୍ରେସ

କଟକ,୨୬।୪(ଶିଳ୍ପା ପ୍ରିୟଦର୍ଶିନୀ):କଂଗ୍ରେସ ପକ୍ଷରୁ ଆସନ୍ତା ୨୭ ତାରିଖରେ ବାଲିଯାତ୍ରା ଉପର ପଡ଼ିଆରେ ଏକ ବଡ଼ ସଭା ହେବ ଏବଂ ସେଥିରେ ଦଳ ମହମ୍ମଦ ମୋକିମଙ୍କ ବଡ଼...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ବିଜେଡିରୁ ପ୍ରାର୍ଥୀ ଦୌଡ଼ରେ ୪ ମହିଳା

ଖୋର୍ଦ୍ଧା,୨୬ା୪(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଆସନ୍ତା ମେ’୨୫ତାରିଖରେ ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ନିର୍ବାଚନ ହେବ।...

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri