Posted inରାଜ୍ୟ

୫ ଡାକ୍ତରଖାନାକୁ ‘ଲକ୍ଷ୍ୟ’ ମାନ୍ୟତା

ଭୁବନେଶ୍ୱର, ୨୫।୮(ବ୍ୟୁରୋ): ରାଜ୍ୟର ୫ ଡାକ୍ତରଖାନାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ଜାତୀୟ ସ୍ବାସ୍ଥ୍ୟ ମିଶନ ପକ୍ଷରୁ ‘ଲକ୍ଷ୍ୟ’ ମାନ୍ୟତା ମିଳିଛି। ସେଗୁଡ଼ିକ ହେଲା ଭୁବନେଶ୍ୱରର କ୍ୟାପିଟାଲ ହସ୍ପିଟାଲ, ରାୟଗଡ଼ା ଜିଲା ଚିକିତ୍ସାଳୟ, କନ୍ଧମାଳ ଜିଲା ଚିକିତ୍ସାଳୟ, ଢେଙ୍କାନାଳ ଜିଲା ଚିକିତ୍ସାଳୟ ଓ କେନ୍ଦୁଝର ଜିଲାର ଘଟଗାଁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର। ଏନେଇ ଜାତୀୟ ସ୍ବାସ୍ଥ୍ୟ ମିଶନ ଅତିରିକ୍ତ ସଚିବ ମନୋଜ ଝାଲାନୀ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଚିବ ଡା. ପ୍ରମୋଦ କୁମାର ମେହେର୍ଦ୍ଦାଙ୍କୁ ଚିଠି ଲେଖି ଜଣାଇଛନ୍ତି। ଡାକ୍ତରଖାନାରେ ଲେବର ରୁମ୍‌ ଓ ମାଟର୍ନିଟି ଅପରେଶନ ଥିଏଟରର ଭିତ୍ତିଭୂମିକୁ ତଦାରଖ କରି ଏହି ମାନ୍ୟତା ଦିଆଯାଇଥାଏ। ଲେବର ରୁମ୍‌ ଓ ମାଟର୍ନିଟି ଅପରେଶନ ଥିଏଟର ପାଇଁ କ୍ୟାପିଟାଲ ହସ୍ପିଟାଲକୁ ଯଥାକ୍ରମେ ୯୩% ଓ ୯୫% ସ୍କୋର ମିଳିଥିବାବେଳେ ରାୟଗଡ଼ା ଜିଲା ଚିକତ୍ସାଳୟକୁ ୮୯% ଓ ୮୮%, କନ୍ଧମାଳ ଜିଲା ଚକିତ୍ସାଳୟକୁ ୯୦% ଓ ୮୪%, ଢେଙ୍କାନାଳ ଜିଲା ଚିକିତ୍ସାଳୟକୁ ୯୧% ଓ ୯୬% ଏବଂ ଘଟଗାଁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ୮୬% ଓ ୮୯% ସ୍କୋର୍‌ ମିଳିଛି। ଏଥିସହିତ କଳାହାଣ୍ଡି ଜିଲା ଚିକତ୍ସାଳୟର ୧୨ ବିଭାଗକୁ ‘କ୍ୱାଲିଟି’ ମାନ୍ୟତା ଦିଆଯାଇଥିବାବେଳେ ମୋଟ ୮୪% ସ୍କୋର ମିଳିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri