୫ ଦିନ ଯାଏ ସାରା ଓଡ଼ିଶାରେ ବର୍ଷା

ଭୁବନେଶ୍ୱର,୭ା୫ (ବ୍ୟୁରୋ): ପୂର୍ବ ବିହାର, ଦକ୍ଷିଣ ତାମିଲନାଡୁ, ବିଦର୍ଭ ଏବଂ ରୟାଲ ସୀମା ଉପରେ ଏକ ଟ୍ରପ ଲାଇନ ରହିଛି। ଏଥିସହିତ ବିଦର୍ଭ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୂପୃଷ୍ଠରୁ ୦.୯ କିମି ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନ, ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହିତ ଉପକୂଳ ଓଡ଼ିଶା, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ ଏବଂ ରାୟଗଡ଼ା ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଝଡ଼ର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ରହିବ ବୋଲି ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।
ଗତ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଯାଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଅନୁଗୋଳରେ ୨୧.୮ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ବାଲେଶ୍ୱର ୧୧.୧, ଚାନ୍ଦବାଲି ୪.୮, କଟକ ୧୦.୪, ଭୁବନେଶ୍ୱର ୬.୬, ଗୋପାଳପୁର ୨, ଝାରସୁଗୁଡା ୬.୪, କେନ୍ଦୁଝର ୭.୩, ସୁନ୍ଦରଗଡ଼ ୬, ତାଳଚେର ୧୨, ବଲାଙ୍ଗୀର ୨୭, ଫୁଲବାଣୀ ୩, ସୋନପୁର ୩୫, ଦାରିଙ୍ଗବାଡ଼ି ୩୫, ବୌଦ୍ଧ ୨୫.୪, ଛତ୍ରପୁରରେ ୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଝଡ଼ବର୍ଷା ଯୋଗୁ ରାଜ୍ୟରେ ତାତି ହ୍ରାସ ପାଇଛି। କେବଳ ଟିଟିଲାଗଡ଼ରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ରାଜ୍ୟର ଅନ୍ୟାନ୍ୟ ଭାଗରେ ସର୍ବୋଚ୍ଚ ତାପମାତ୍ରା ୩୧ରୁ ୩୯ ଡିଗ୍ରୀ ସେଲ୍‌ସିୟସ ମଧ୍ୟରେ ରିହଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶର ପଞ୍ଚମ ସର୍ବାଧିକ ମହଙ୍ଗା ରାଜ୍ୟରେ ପରିଣତ ହୋଇଛି ଓଡ଼ିଶା; ଚିନ୍ତା ବଢ଼ାଇଛି ଚିନି-ପିଆଜର ଦର ବୃଦ୍ଧି

ନୂଆଦିଲ୍ଲୀ/ଭୁବନେଶ୍ୱର,୧୫।୯: ଓଡ଼ିଶା ଦେଶର ଅନ୍ୟତମ ମହଙ୍ଗା ବଜାର ଭାବରେ ଉଭା ହୋଇଛି। କ୍ରମାଗତ ଭାବେ ବୃଦ୍ଧି ପାଉଥିବା ମୂଲ୍ୟ ଯୋଗୁ, ଅଗଷ୍ଟ ମାସରେ ରାଜ୍ୟର ଖୁଚୁରା ମୁଦ୍ରାସ୍ଫୀତି…

ସରକାରୀ ଖର୍ଚ୍ଚର ହିସାବ ଦେଉନାହାନ୍ତି ବିଭାଗ, ବକେୟା ୨୫,୯୩୮ କୋଟିର ୟୁସି

ଭୁବନେଶ୍ୱର,୧୫।୯(ରବିନାରାୟଣ ଜେନା): ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୀବ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରୁ ମିଳିଥିବା ତଥ୍ୟ ଅନୁଯାୟୀ, ବିଭିନ୍ନ ବିଭାଗ…

ଓଡ଼ିଶାରେ କମୁଛି ବର୍ଷା; ଏହା ତାରିଖରୁ ଫେରିଯିବ ମୌସୁମୀ

ଭୁବନେଶ୍ୱର,୧୫।୯(ବନ୍ଦନା ସେଠୀ): ରାଜ୍ୟରେ ଧୀରେ ଧୀରେ କମୁଛି ବର୍ଷା । ଉତ୍ତର-ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି…

ଆକାଶରେ ଦେଖାଗଲା ବିରଳ ମହାଜାଗତିକ ଦୃଶ୍ୟ: ଚନ୍ଦ୍ର ପଛରେ…

ଭୁବନେଶ୍ୱର,୧୫।୯(ବନ୍ଦନା ସେଠୀ): ଆକାଶରେ ସୋମବାର ଏକ ବିରଳ ମହାଜାଗତିକ ଘଟଣା ଦେଖିବାକୁ ମିଳିଛି। ପୃଥିବୀ ଏବଂ ଶୁକ୍ର ଗ୍ରହ ମଧ୍ୟରେ ଚନ୍ଦ୍ର ଆସିଯିବା ଫଳରେ କିଛି ସମୟ…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…

କନ୍ଧମାଳ ସମସ୍ୟା ନେଇ ‘ବିଚାର ମନ୍ଥନ’, ସରକାରଙ୍କ ନିକଟରେ ଦାବି ରଖିବାକୁ ନିଷ୍ପତ୍ତି

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହନୁମାନ ମନ୍ଦିର ପ୍ରାଙ୍ଗଣସ୍ଥିତ ସଭାଗୃହରେ ସୋମବାର ‘ବିଚାର ମନ୍ଥନ’ ନାମରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?