Posted inଜାତୀୟ

୫ ବର୍ଷରେ ମୋଦିଙ୍କ ପ୍ରଥମ ଖବରଦାତା ସମ୍ମିଳନୀ: ପୂର୍ଣ୍ଣ ବହୁମତ ସହ ଫେରିବ ଭାଜପା

ନୂଆଦିଲ୍ଲୀ,୧୭।୫:୨୦୧୯ ସାଧାରଣ ନିର୍ବାଚନର ସପ୍ତମ ତଥା ଚୂଡାନ୍ତ ପର୍ଯ୍ୟାୟ ମତଦାନ ପାଇଁ ପ୍ରଚାର ଶେଷ ହୋଇଛି। ଆସନ୍ତା ରବିବାର ୧୯ରେ ସପ୍ତମ ପର୍ଯ୍ୟାୟ ଭୋଟ ଗ୍ରହଣ କରାଯିବ। ଲୋକ ସଭା ନିର୍ବାଚନ ପ୍ରଚାରର ଶେଷଦିନରେ ଭାଜପା କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଖବରଦାତା ସମ୍ମିଳନୀ କରିଛନ୍ତି। ପ୍ରଧାନମନ୍ତ୍ରୀ ସରକାର ଗଠନ କରିବା ପରେ ପ୍ରଥମ ଥର ପାଇଁ ଖବରଦାତା ସମ୍ମିଳନୀ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ କହିଛନ୍ତି, ତାଙ୍କ ଦଳ ପୁଣି ପୂର୍ଣ୍ଣ ବହୁମତ ସରକାର ହୋଇ କ୍ଷମତାକୁ ଫେରୁଛି। ସେ କହିଛନ୍ତି, ଦେଶରେ ଯଦି ସକ୍ଷମ ସରକାର ରହେ ତେବେ ରମଜାନ, ଆଇପିଏଲ ଓ ଏକା ସମୟରେ ନିର୍ବାଚନ ହୋଇଥାଏ। ପିଲାଙ୍କ ପରୀକ୍ଷା ମଧ୍ୟ ସେହି ସମୟରେ ହୋଇପାରିବ। ମୋଦି କହିଛନ୍ତି ଯେ, ଆମ ସରକାରର ମୂଳ ମନ୍ତ୍ର ହେଲା ଶେଷ ଲୋକଟି ଯାଏ ଶାସନ ପହଞ୍ଚୁ। ସଂଗଠନ ନେଇ କେମିତି ନିର୍ବାଚନ ଲଢାଯାଏ, ଆମେ ଦେଖାଇଛୁ। ଆମେ ସମ୍ପୂର୍ଣ୍ଣ ଯୋଜନା କରି ସଭା ସମିତି ଓ ପ୍ରଚାର କରିଥିଲୁ। ଗତ ପାଞ୍ଚ ବର୍ଷରେ ଦେଶରେ ଯେତେ ସବୁ ନିର୍ବାଚନ ହୋଇଛି ଅଧିକାଂଶ ନିର୍ବାଚନରେ ଆମେ ବିଜୟୀ ହୋଇଛୁ। ପ୍ରଥମ ଦିନର ଉତ୍ସାହ ଆଜି ଶେଷ ଦିନରେ ମଧ୍ୟ ବଜାୟ ରହିଛି। ଗତ ଥର ନିର୍ବାଚନ ଏକ ସକାରାତ୍ମକ ବାତାବରଣ ମଧ୍ୟରେ ହୋଇଥିଲା। ଏବେ ପୂର୍ଣ୍ଣ ବହୁମତ ସରକାର ପାଞ୍ଚ ବର୍ଷ ପୂରଣ କରି ପୁନର୍ବାର ସରକାର ଗଠନ କରିବାକୁ ଯାଉଛି, ଯାହା କି ଦୀର୍ଘ ଦଶନ୍ଧି ପରେ ପ୍ରଥମ ଥର ପାଇଁ ହେବାକୁ ଯାଉଛି, ଯାହା ଆମ ପାଇଁ ବହୁତ ବଡ଼ ସଫଳତାର ବିଷୟ ହେବ ବୋଲି ସେ କହିଛନ୍ତି। ଗତ ୫ ବର୍ଷ ଧରି ଦେଶବାସୀ ତାଙ୍କ ଉପରେ ବିଶାସ ପ୍ରକଟ କରିଥିବାରୁ ସେ ଦେଶବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ୨୦୧୪ ମେ’ ୧୭ ତାରିଖରେ କ୍ଷମତାଲୋଭୀଙ୍କୁ ବହୁତ ବଡ଼ ଆଘାତ ଲାଗିଥିଲା। ଚଳିତ ବର୍ଷ ମଧ୍ୟ ମେ’ ୧୭ରେ ପୁଣି କ୍ଷମତାଲୋଭୀଙ୍କୁ ଧକ୍କା ଲାଗିବାକୁ ଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

ମାଳିକାରେ ବଡ଼ ଚେତାବନୀ! ଆସୁଛି ଭୟଙ୍କର ପ୍ରଳୟ, ଓଡ଼ିଶାରେ…

୬୦୦ ବର୍ଷ ପୂର୍ୱେ ରଚିତ ଭବିଷ୍ୟବାଣୀ ଗ୍ରନ୍ଥ ‘ମାଳିକା’କୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱରେ ଚାଲିଥିବା ଯୁଦ୍ଧ ପରିସ୍ଥିତି, ପ୍ରାକୃତିକ ବିପର୍ଯ୍ୟୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri