Posted inଜାତୀୟ

୫ ବର୍ଷରେ ୨୭ ଆଇଆଇଟି ଛାତ୍ରୀଛାତ୍ରଙ୍କ ଆତ୍ମହତ୍ୟା

ଇନ୍ଦୋର,୯ା୧୨(ପି.ଟି.): ଗତ ୫ ବର୍ଷ ମଧ୍ୟରେ ଦେଶର ୧୦ଟି ପ୍ରମୁଖ ଶିକ୍ଷାନୁଷ୍ଠାନ ଭାରତୀୟ ପ୍ରାଦ୍ୟୋଗିକୀ ସଂସ୍ଥାନ (ଆଇଆଇଟି)ରେ ୨୭ ଛାତ୍ରୀଛାତ୍ର ଆତ୍ମହତ୍ୟା କରିଥିବା ସୂଚନା ଅଧିକାର ଆଇନ (ଆର୍‌ଟିଆଇ) ଆବେଦନରୁ ଜଣାପଡିଛି। ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ଅଧୀନରେ ଥିବା ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ପ୍ରଦତ୍ତ ଏହି ତଥ୍ୟ ଅନୁଯାୟୀ ୨୦୧୪ରୁ ୨୦୧୯ ମଧ୍ୟରେ ଆଇଆଇଟି ମାଡ୍ରାସରେ ସର୍ବାଧିକ ୭ ଛାତ୍ରୀଛାତ୍ର ଆତ୍ମହତ୍ୟା କରିଛନ୍ତି। ଆଇଆଇଟି ଖଡଗପୁରରେ ୫, ଆଇଆଇଟି ଦିଲ୍ଲୀ ଏବଂ ଆଇଆଇଟି ହାଇଦ୍ରାବାଦରେ ୩ ଜଣ ଲେଖାଏ ଆତ୍ମହତ୍ୟା କରିଥିବା ଉକ୍ତ ତଥ୍ୟରୁ ଜଣାପଡିଛି। ବମ୍ବେ, ଗୁଆହାଟୀ ଓ ରୂଡ୍‌କୀ ଆଇଆଇଟିରେ ୨ ଜଣ ଲେଖାଏ ଆତ୍ମହତ୍ୟା କରିଥିବାବେଳେ ବାରାଣସୀ, ଧାନବାଦ ଏବଂ କାନପୁର ଆଇଆଇଟିରେ ଜଣେ ଲେଖାଏ ଏଭଳି ଚରମ ପଦକ୍ଷେପ ନେଇଛନ୍ତି। ତେବେ ଆଇଆଇଟି ଛାତ୍ରୀଛାତ୍ର ଆତ୍ମହତ୍ୟା କରିବା କାରଣ ସମ୍ପର୍କରେ ଆବେଦନକାରୀ ଚନ୍ଦ୍ରଶେଖର ଗୌର ଜାଣିବାକୁ ଚାହିଁଥିଲେ ହେଁ ଏନେଇ ଉଚ୍ଚଶିକ୍ଷା ବିଭାଗ କୌଣସି ଉତ୍ତର ଦେଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ବାହାର ରତ୍ନଭଣ୍ଡାର ଗଣତି: ଜାଣନ୍ତୁ କେତେ କ’ଣ ଅଛି

ପୁରୀ,୧୨ା୪ (ଅଜିତ୍‌ କୁମାର ମହାନ୍ତି):ପୁରୀ ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର ଅଳଙ୍କାର ଗଣତି ଶନିବାର ଦ୍ୱିତୀୟ ପର୍ଯ୍ୟାୟର ୪ର୍ଥ ଦିନରେ ଶେଷହୋଇଛି । ୧୯୭୮ ମସିହା ତାଲିକା ଅନୁସାରେ…

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri