Posted inଜାତୀୟ

୫ ବର୍ଷ ପାଇଁ ମୁଖ୍ୟମନ୍ତ୍ରୀ ହେବାକୁ ଦାବି କଲେ ଫଡନବିସ

ମୁମ୍ବାଇ,୨୯।୧୦: ମହାରାଷ୍ଟ୍ର ରାଜନୀତି ବେଳକୁ ବେଳ ରୋଚକ ହେବାରେ ଲାଗିଛି। ଏବେ ଆଉ ୫୦-୫୦ ଅଙ୍କ ନୁହେଁ ୫ ବର୍ଷ ପାଇଁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ପଦ ଦେବେନ୍ଦ୍ର ଫଡନବିସ ସମ୍ଭାଳିବେ ବୋଲି ଦାବି କରିଛନ୍ତି। ଏବେ ସେ କହିଛନ୍ତି ଏପର୍ଯ୍ୟନ୍ତ ୧୦ ସ୍ବାଧିନ ବିଧାୟକ ତାଙ୍କୁ ସହଯୋଗ କରିଛନ୍ତି। ଅନ୍ୟ ୫ ସ୍ବାଧିନ ବିଧାୟକ ମଧ୍ୟ ତାଙ୍କ ସହ ସମ୍ପର୍କରେ ଅଛନ୍ତି। ତେଣୁ ମହାରାଷ୍ଟ୍ରରେ ସରକାର ଗଠନ ପାଇଁ ଆଉ ଅଢେଇ ବର୍ଷୀୟା ମୁଖ୍ୟମନ୍ତ୍ରୀର ଆବଶ୍ୟକତା ନାହିଁ। ଶିବସେନାକୁ ଟାର୍ଗେଟ କରି ଫଡନବିସ ଏହା କହିଛନ୍ତି। ତେବେ ଭାଜପା ଶିବସେନା ମେଣ୍ଟକୁ ନେଇ କିଏ ସରକାର ଗଠନ କରିବ ତାହା ଭାଜପା ଅଧ୍ୟକ୍ଷ ତଥା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ନିଷ୍ପତ୍ତି ନେବେ ବୋଲି ଫଡନବିସ ପ୍ରକାଶ କରିଛନ୍ତି। ଭାଜପାର ରାଜ୍ୟସଭା ଏମ୍‌ପି ସଞ୍ଜୟ କାକଡେ ପୂର୍ବରୁ କହିଥିଲେ ଭାଜପା ଶିବସେନା ବିନା ମହାରାଷ୍ଟ୍ରରେ ସରକାର ଗଢିବ। ସେ କହିଥିଲେ ଶିବସେନାର ୫୬ ବିଧାୟକଙ୍କ ମଧ୍ୟରୁ ୪୫ ଜଣ ଭାଜପା ସହ ସମ୍ପର୍କରେ ଅଛନ୍ତି। ତେଣୁ ସେମାନେ ଭାଜପାକୁ ସମର୍ଥନ କରିବେ। ଆଉ ଏହା ଯଦି ସତ ହୁଏ ତେବେ ଶିବସେନା ବିନା ଭାଜପା ସରକାର ଗଠନ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC

ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri