୫ ରାଷ୍ଟ୍ରାୟତ୍ତ ଉଦ୍ୟୋଗର ଅଂଶଧନ ବିକ୍ରିକୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ,୨୧-୧୧: ଭାରତ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ(ବିପିସିଏଲ୍‌) ସମେତ ୫ ରାଷ୍ଟ୍ରାୟତ୍ତ ଉଦ୍ୟୋଗର ଅଂଶଧନ ବିକ୍ରିକୁ କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛି। ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି (ସିସିଇଏ) ଏହି ପ୍ରସ୍ତାବକୁ ମଞ୍ଜୁରୀ ଦେଇଥିବା ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରାମନ ବୁଧବାର ସୂଚନା ଦେଇଛନ୍ତି। ଅନ୍ୟ କମ୍ପାନୀଗୁଡିକ ମଧ୍ୟରେ ଶିପିଂ କର୍ପୋରେଶନ ଅଫ ଇଣ୍ଡିଆ, କଣ୍ଟେନର କର୍ପୋରେଶନ ଅଫ ଇଣ୍ଡିଆ, ଟିଏଚ୍‌ଡିସିଆଇଏଲ୍‌ ଏବଂ ନେପ୍‌କୋ ରହିଛି। ବିପିସିଏଲ୍‌ର ନୁମାଲିଗଡ ରିଫାଇନେରୀକୁ ଏହି ପ୍ରକ୍ରିୟାରେ ସାମିଲ କରାଯାଇ ନାହିଁ। ଏହି କମ୍ପାନୀରେ ବିପିସିଏଲ୍‌ର ୬୧% ଅଂଶଧନ ରହିଛି। ଆସାମରେ ଥିବା ଏହି ରିଫାଇନେରୀର ଅଂଶଧନ ଅନ୍ୟ ରାଷ୍ଟ୍ରାୟତ୍ତ କମ୍ପାନୀକୁ ସ୍ଥାନାନ୍ତର ହେବ। ଅଂଶଧନ ବିକ୍ରି ପ୍ରକ୍ରିୟା ମୁତାବକ କମ୍ପାନୀର ପରିଚାଳନା ନିୟନ୍ତ୍ରଣ ଷ୍ଟ୍ରାଟେଜିକ ବାୟରଙ୍କ ହାତକୁ ଯିବ ବୋଲି ଜଣାପଡିଛି।

ଟେଲିକମ୍‌ କମ୍ପାନୀଙ୍କୁ ଆଶ୍ୱସ୍ତି
ସ୍ପେକ୍ଟ୍ରମ ଦେୟ ପ୍ରଦାନ କ୍ଷେତ୍ରରେ ଟେଲିକମ୍‌ କମ୍ପାନୀଙ୍କୁ ଆଶ୍ୱସ୍ତି ମିଳିଛି। ବୁଧବାର ବସିଥିବା କେନ୍ଦ୍ର କ୍ୟାବିନେଟ ବୈଠକରେ କ୍ଷତିରେ ଚାଲିଥିବା ଟେଲିକମ୍‌ କ୍ଷେତ୍ରକୁ ଧ୍ୟାନରେ ରଖି ସରକାର ନିଷ୍ପତ୍ତି ନେଇଛନ୍ତି। ଆଗାମୀ ୨ ଆର୍ଥତ୍କ ବର୍ଷ ଲାଗି ସ୍ପେକ୍ଟ୍ରମ ଦେୟ ପ୍ରଦାନ କ୍ଷେତ୍ରରେ ୨ ବର୍ଷର ମୋରାଟୋରିୟମ ସମୟ ସରକାର ପ୍ରଦାନ କରିଛନ୍ତି। ସଚିବ କମିଟିର ପରାମର୍ଶ କ୍ରମରେ ଏଭଳି ନିଷ୍ପତ୍ତି ହୋଇଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri