୫ ଶହ ବର୍ଷ ପରେ ୧୦୫ ଗାଁର ରାଜପୁତ ବାନ୍ଧିବେ ପଗଡ଼ି ପିନ୍ଧିବେ ଜୋତା

ଲକ୍ଷ୍ନୌ,୧୯।୧୧: ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ପାଇଁ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ରାୟ ଦିଆଯାଇଛି। ଅଯୋଧ୍ୟା ନିକଟରେ ଥିବା ପୁରା ବଜାର ବ୍ଲକ୍‌ ଏବଂ ଏହାର ଆଖପାଖ ଅଞ୍ଚଳର ୧୦୫ଟି ଗାଁର ସୂର୍ଯ୍ୟବଂଶୀ ରାଜପୁତ ଏବେ ପୁଣିଥରେ ମୁଣ୍ଡରେ ପଗଡ଼ି ବାନ୍ଧିବା ସହିତ ପାଦରେ ଚମଡ଼ା ଜୋତା ପିନ୍ଧିବେ। ସେମାନେ ରାମମନ୍ଦିର ନିର୍ମାଣ ସଂକଳ୍ପ କରି ଗତ ୫ ଶହ ବର୍ଷ ଧରି ପଗଡ଼ି ଏବଂ ଜୋତା ବ୍ୟବହାର କରୁ ନ ଥିଲେ। ଏହି ରାଜପୁତମାନେ ନିଜକୁ ରାମଙ୍କ ବଂଶଧର ବୋଲି କହିଥାନ୍ତି। ସୂଚନାଯୋଗ୍ୟ,୧୬ ଶତାବ୍ଦୀରେ ରାମମନ୍ଦିର ନିର୍ମାଣ ନେଇ ତତ୍‌କାଳୀନ ଶାସକ ଠାକୁର ଗଜରାଜ ସିଂ ମୋଗଲଙ୍କ ବିରୋଧରେ ଯୁଦ୍ଧ କରିଥିଲେ। ତେବେ ଏଥିରେ ପରାଜିତ ହେବାରୁ ସେ ପଗଡ଼ି ଓ ଜୋତା ନ ପିନ୍ଧିବାକୁ ମନସ୍ଥ କରିଥିଲେ ବୋଲି ରାଜପୁତମାନେ କୁହନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସକୁ ବଡ଼ ଝଟ୍‌କା, ହାତ ଛାଡି ପଦ୍ମ ଧରିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ

ନୂଆଦିଲ୍ଲୀ, ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଲାଗିଲା ବଡ ଝଟକା। ହାତ ଛାଡିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ ସହଯୋଗୀ। ହାତ ଛାଡିଛନ୍ତି ହିମାଚଳ ପ୍ରଦେଶ କଂଗ୍ରେସ...

Featured Video Play Icon

ମାର୍କେଟକୁ ଆସିଲା ଏସି ହେଲମେଟ୍‌, ଦାମ୍‌ ମାତ୍ର ଏତିକି…

ନୂଆଦିଲ୍ଲୀ,୨୦।୪: କେବଳ ରାଜ୍ୟରେ ନୁହେଁ ସାରା ଦେଶରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଅସହ୍ୟ ତାତିକୁ ନିଆଁବର୍ଷା ଲୋକଙ୍କୁ ଅସ୍ତବ୍ୟସ୍ତ କରିଦେଉଛି। ବାହାରେ ହେଉ କି...

‘ଯେମିତି କଂଗ୍ରେସ ରାଜକୁମାର ଆମେଠି ଛାଡ଼ିଛନ୍ତି, ଓ୍ବାୟନାଡ ବି ଛାଡ଼ିବେ’

ନୂଆଦିଲ୍ଲୀ,୨୦।୪: ମହାରାଷ୍ଟ୍ରର ନନ୍ଦେଡ଼ରେ ନିର୍ବାଚନ ରାଲିକୁ ସମ୍ବୋଧିତ କରିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। କଂଗ୍ରେସର ରାଜକୁମାରଙ୍କୁ ଓ୍ବାୟନାଡ଼ରେ ବିପଦ...

କଂଗ୍ରେସକୁ ବଡ଼ ଝଟ୍‌କା: ଭାଜପାରେ ସାମିଲ ହେବେ ପ୍ରିୟଙ୍କା ଗାନ୍ଧୀଙ୍କ ପାଖଲୋକ କୁହାଯାଉଥିବା ନେତା ତାଜିନ୍ଦର ସିଂ

ସିମ୍‌ଲା,୨୦।୪: ହିମାଚଳ ପ୍ରଦେଶରେ କଂଗ୍ରେସକୁ ଲାଗିଛି ବଡ଼ ଝଟ୍‌କା। ରାଜ୍ୟ ପ୍ରଭାରୀ ସଚିବ ତଥା ପ୍ରିୟଙ୍କା ଗାନ୍ଧୀଙ୍କ ପାଖଲୋକ କୁହାଯାଉଥିବା ତାଜିନ୍ଦର ସିଂ ବିଟ୍ଟୁ ଦଳରୁ...

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ...

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ସ୍କୁଲରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ବିୟୁଟି ପାର୍ଲର

ଉନ୍ନାଓ: କୌଣସି ମଧ୍ୟ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ପଦ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହୋଇଥାଏ। ବିଦ୍ୟାଳୟକୁ ଠିକ୍‌ ଭାବେ ଚଳାଇବା ସହ ଅନୁଶାସନ ବଜାୟ ରଖିବାର ସମ୍ପୂର୍ଣ୍ଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri