୫ ଶ୍ରେଷ୍ଠ ନାଟକ ପୁରସ୍କୃତ

କଟକ ଅଫିସ, ୧।୨: ଥିଏଟର ମୁଭ୍‌ମେଣ୍ଟ ପକ୍ଷରୁ କଟକ କଳାବିକାଶ କେନ୍ଦ୍ରଠାରେ ଚାଲିଥିବା ଗ୍ଲୋବାଲ ଥିଏଟର ଫେଷ୍ଟିଭାଲ ଶୁକ୍ରବାର ସନ୍ଧ୍ୟାରେ ଉଦ୍‌ଯାପିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ପୂର୍ବତନ ନିର୍ବାଚନ କମିଶନର ରବିନାରାୟଣ ସେନାପତି ଯୋଗଦେଇଥିଲେ। ଗତ ୨୦ ତାରିଖରୁ ଚାଲିଥିବା ଏହି ଫେଷ୍ଟିଭାଲରେ ମୋଟ୍‌ ୫୦ଟି ନାଟକ ମଞ୍ଚସ୍ଥ ହୋଇଥିଲା। ଏଥିସହିତ ବିଭିନ୍ନ ରାଜ୍ୟର କଳାକାର ଅଂଶଗ୍ରହଣ କରି କଥକ, ଓଡ଼ିଶୀ, ମଣିପୁରୀ, ଭାରତନାଟ୍ୟମ, ଆଧୁନିକ, କ୍ଲାସିକାଲ, ସେମିକ୍ଲାସିକାଲ ନୃତ୍ୟ ପରିବେଷଣ କରିଥିଲେ। ମଞ୍ଚସ୍ଥ ନାଟକଗୁଡିକ ମଧ୍ୟରୁ ଶ୍ରେଷ୍ଠ ୫ଟି ନାଟକ ପୁରସ୍କୃତ କରାଯାଇଥିଲା। ଶ୍ରେଷ୍ଠ ପ୍ରଯୋଜନା କ୍ଷେତ୍ରରେ ବାରାଣସୀର ନାଟ୍ୟସଂସ୍ଥା ମଞ୍ଚଦୂତମ ପ୍ରଥମ ପୁରସ୍କାର ପାଇଥିଲା। ସେହିପରି କଥକ ନୃତ୍ୟରେ ମଧ୍ୟପ୍ରଦେଶ ନବରଙ୍ଗ କଳାକେନ୍ଦ୍ର ପ୍ରଥମ, ଛତିଶଗଡର କଳାବିକାଶ କେନ୍ଦ୍ର ଦ୍ୱିତୀୟ ଓ ମୁମ୍ବାଇ କଳାଞ୍ଜଧି ସ୍କୁଲ ଅଫ ଆର୍ଟ ତୃତୀୟ ସ୍ଥାନ ଅଧିକାର କରିଥିଲେ। ଭାରତନାଟ୍ୟମରେ ଗୁରୁଦେବ ଏକାଡେମୀ ପ୍ରଥମ, କଳାଞ୍ଜଳି ଦ୍ୱିତୀୟ ଓ ଆସାମର ସୁରେଶ ସଙ୍ଗୀତ ଅନୁଷ୍ଠାନ ତୃତୀୟ ସ୍ଥାନ ହାସଲ କରିଥିଲା। ଶାସ୍ତ୍ରୀୟ ନୃତ୍ୟରେ ଆସାମ, ମଣିପୁରର କଳାକାର ପୁରସ୍କୃତ ହୋଇଥିବାବେଳେ ଲୋକନୃତ୍ୟ ଓ ଆଧୁନିକ ନୃତ୍ୟରେ ଓଡିଶା, ପଶ୍ଚିମବଙ୍ଗ, ଝାଡଖଣ୍ଡ, ମଧ୍ୟପ୍ରଦେଶ, ମହାରାଷ୍ଟ୍ରର କଳାକାରଙ୍କୁ ସମ୍ମାନିତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଅନୁଷ୍ଠାନର ମୁଖ୍ୟ ଉପଦେଷ୍ଟା ଜଷ୍ଟିସ ଅନନ୍ତ ସୂର୍ଯ୍ୟନାରାୟଣ ନାଇଡୁ, କାର୍ଯ୍ୟକାରୀ ସଭାପତି ଡ. ଜୟନ୍ତ ପଣ୍ଡା, ଡ. ନାରାୟଣ ସାହୁ ଓ ଗୋଲକ ବିହାରୀ ଦାସ ମହାପାତ୍ର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?