୫ ସନ୍ଦିଗ୍ଧଙ୍କ ସ୍ବାବ ସଂଗ୍ରହ: ପରୀକ୍ଷା ପାଇଁ ପଠାଗଲା ଏମ୍ସ

ବାଳକାଟୀ,୨ା୪(ଡି.ଏନ୍‌.ଏ.):ବାଳକାଟୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଗୁରୁବାର ୫ଜଣ କରୋନା ସନ୍ଦିଗ୍ଧଙ୍କ ସ୍ବାବ ସଂଗ୍ରହ କରାଯାଇଛି। ପରେ ସ୍ବାବଗୁଡ଼ିକୁ ପରୀକ୍ଷା ପାଇଁ ଭୁବନେଶ୍ୱର ଏମ୍ସ କରୋନା ଟେଷ୍ଟ ସେଣ୍ଟରକୁ ପଠାଇ ଦିଆଯାଇଛି। ଏହି ୫ ସନ୍ଦିଗ୍ଧଙ୍କ ମଧ୍ୟରୁ ଜୟଦେବ ନିର୍ବାଚନମଣ୍ଡଳୀର ବାଲିଅନ୍ତା ଓ ବାଲିପାଟଣା ବ୍ଲକର ୪ଜଣ ବିଦେଶୀ ଫେରନ୍ତା ଓ ଜଣେ ଭୁବନେଶ୍ୱର କର କ୍ଲିନିକର କର୍ମଚାରୀ ବୋଲି ଜଣାପଡ଼ିଛି। ଏହି ବିଦେଶୀ ଫେରନ୍ତାଙ୍କ ମଧ୍ୟରେ ଦୁବାଇରୁ ଫେରିଥିବା ବାଲିଅନ୍ତା ବ୍ଲକର ଜଣେ ୫୪ବର୍ଷିୟା ମହିଳା, ଦକ୍ଷିଣ ଆଫ୍ରିକାରୁ ଫେରିଥିବା ଏହି ବ୍ଳକର ଜଣେ ୩୨ବର୍ଷର ଯୁବକ ଅଛନ୍ତି। ସେହିପରି ଜର୍ମାନୀରୁ ଫେରିଥିବା ବାଲିପାଟଣା ବ୍ଲକର ଜଣେ ୩୪ବର୍ଷର ଯୁବକ, ବାହାରିନରୁ ଫେରିଥିବା ବାଲିପାଟଣା ବ୍ଳକର ୨୮ବର୍ଷର ଯୁବକ ଓ ଅନ୍ୟଜଣେ କର କ୍ଲିନିକର କାର୍ଯ୍ୟରତ ବୋଲି ସ୍ବାସ୍ଥ୍ୟକେନ୍ଦ୍ର କର୍ତ୍ତୃପକ୍ଷଙ୍କଠାରୁ ସୂଚନା ମିଳିଛି। ସୂଚନାଯୋଗ୍ୟ, ବୁଧବାର ବାଳକାଟୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ସ୍ଥାନୀୟ ସରଦେଇପୁର ପୂର୍ତ୍ତ ବିଭାଗ ଡାକ ବଙ୍ଗଳାରେ କରୋନା ସଂକ୍ରମଣ ପରୀକ୍ଷଣ ପାଇଁ ସ୍ବାବ ସଂଗ୍ରହ କେନ୍ଦ୍ର ଖୋଲାଯାଇ ୫ଜଣଙ୍କ ସ୍ବାବ ସଂଗ୍ରହ କରାଯାଇ ପରୀକ୍ଷଣ ପାଇଁ ପଠାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri