୫ ହଜାର ରେଳ ଷ୍ଟେଶନ ଛୁଇଁଲା ମାଗଣା ଓ୍ବାଇଫାଇ ସେବା

ଭୁବନେଶ୍ୱର,୩୦ା୯(ବ୍ୟୁରୋ) : ଭାରତୀୟ ରେଳପଥ ଦେଶର ୫ ହଜାର ଷ୍ଟେଶନରେ ମାଗଣା ଓ୍ବାଇଫାଇ ସେବାକୁ ଉପଲବ୍ଧ କରାଇଛି। ଶନିବାର ଦକ୍ଷିଣ-ପୂର୍ବ ରେଳପଥ ଅନ୍ତର୍ଗତ ପଶ୍ଚିମବଙ୍ଗର ମିଦନାପୁର ରେଳଷ୍ଟେଶନରେ ମାଗଣା ଓ୍ବାଇଫାଇ ବ୍ୟବସ୍ଥା ହେବା ପରେ ଏହା ତାଲିକାର ଶେଷତମ ସ୍ଥାନରେ ରହିଛି। ଏ ସମ୍ପର୍କରେ ରେଳ ମନ୍ତ୍ରୀ ପୀୟୂଷ ଗୋୟଲ ଟ୍ବିଟ୍‌ କରି ସୂଚନା ଦେଇଛନ୍ତି। ୨୦୧୬ ଜାନୁୟାରୀରେ ଆରମ୍ଭ ହୋଇଥିବା ଏହି ଯୋଜନା ତିନିବର୍ଷ ଭିତରେ ଦେଶର ୫ ହଜାର ଷ୍ଟେଶନକୁ ଛୁଇଁପାରିଛି ବୋଲି ରେଳ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ମୁମ୍ବାଇ ସେଣ୍ଟ୍ରାଲ ରେଲ୍‌ଓ୍ବେ ଷ୍ଟେଶନରୁ ଶୁଭାରମ୍ଭ ହୋଇଥିଲା ମାଗଣା ଓ୍ବାଇଫାଇ ସେବା। ରେଲ୍‌ଓ୍ବେ ସୂତ୍ରରୁ ମିଳିଥିବା ସୂଚନାନୁସାରେ, ଓଡ଼ିଶାର ୧୬୩ରୁ ଊର୍ଦ୍ଧ୍ୱ ଷ୍ଟେଶନରେ ମାଗଣା ଓ୍ବାଇଫାଇ ସୁବିଧା ଉପଲବ୍ଧ କରାଯାଇଛି। ଏଥିରେ କାଟେଗୋରି-ବି, ସି, ଡି, ଇ ଷ୍ଟେଶନଗୁଡିକ ମଧ୍ୟ ଅନ୍ତର୍ଭୁକ୍ତ ହୋଇଛି। ଯାତ୍ରୀମାନେ ଷ୍ଟେଶନରେ ଅଧଘଣ୍ଟା ପର୍ଯ୍ୟନ୍ତ ଏହି ଓ୍ବାଇଫାଇ ସେବାକୁ ବ୍ୟବହାର କରିପାରିବେ। ଓ୍ବାଇଫାଇ ଅନ୍‌ କରି ମୋବାଇଲ ନମ୍ବର ସହ ସାଇନ ଅପ୍‌ କଲେ ସେବା ଆପେ ଯୋଡି ହୋଇଯିବ। ଅଧଘଣ୍ଟା ପରେ ଆଉ ଅଧଘଣ୍ଟା ସେବା ପାଇବାକୁ ହେଲେ ଗୁଗଲ୍‌ର ଏକ ବିଜ୍ଞାପନ ଭିଡିଓ ଦେଖିବାକୁ ପଡିବ। ଏହାପରେ ଆପେ ଅତିରିକ୍ତ ଅଧଘଣ୍ଟା ଓ୍ବାଇଫାଇ ସେବା ବ୍ୟବହାର କରିବା ପାଇଁ ଅନୁରୋଧ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri