୫.୭୦ଲକ୍ଷ ଲୁଟ୍‌ ଘଟଣା, ୫ଗିରଫ

ପାଟଣାଗଡ, ୨୫ା୧୨ (ଡି.ଏନ.ଏ.): ବଲାଙ୍ଗୀର ଜିଲା ବେଲପଡା ଥାନା ଅନ୍ତର୍ଗତ ନୁନହାଡ ଗ୍ରାମ ନିକଟରେ ଗତ ୧୫ ତାରିଖ ସନ୍ଧ୍ୟାରେ ଜଣେ ବ୍ୟବସାୟୀଙ୍କଠାରୁ ୫ ଲକ୍ଷ ୭୦ ହଜାର ଟଙ୍କା ଲୁଟ୍‌ ଘଟଣାର ପର୍ଦ୍ଦାପାଶ ହୋଇଛି। ଏହି ଘଟଣାରେ ପୋଲିସ ୫ଜଣଙ୍କୁ ଗିରଫ କରଛି। ଗିରଫ ଅଭିଯୁକ୍ତମାନେ ହେଲେ କଣ୍ଟାବାଞ୍ଜିର ରିତୁ ମହାନନ୍ଦ, କମଳାକାନ୍ତ ବୋଏ, ରମେଶ ବୋଏ, ବିଷ୍ଣୁ ଭରାସାଗର ଏବଂ ହେମନ୍ତ ଶବର। ଲୁଟ୍‌ରେ ବ୍ୟବହୃତ ଏକ ବଜାଜ ପ୍ଲାଟିନା ବାଇକ, ଗୋଟିଏ ଖଣ୍ଡା, ଲାଠି, ୫ଟି ମୋବାଇଲ ଫୋନ ଜବତ କରାଯାଇଛି। ଲୁଟେରାମାନଙ୍କଠାରୁ ଜବତ ହୋଇଛି ନଗଦ ୪୯ହଜାର ୨୦୦ଟଙ୍କା। ଅଭିଯୁକ୍ତମାନେ ଦୋଷ ସ୍ବୀକାର କରିଛନ୍ତି। ଏ ନେଇ ପାଟଣାଗଡ ଥାନା ପରିସରରେ ବୁଧବାର ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି ଉପଖଣ୍ଡ ପୋଲିସ ଅଧିକାରୀ(ଏସ୍‌ଡିପିଓ) ସୁରେଶ ନାଏକ।
ଏସ୍‌ଡିପିଓ ନାୟକଙ୍କ ସୂଚନା ଅନୁସାରେ ଗତ ୧୫ ତାରିଖ ଦିନ କଣ୍ଟାବାଞ୍ଜିର ବ୍ୟବସାୟୀ ଅନୀଲ ଅଗ୍ରୱାଲଙ୍କ ମୁନସୀ ସତ୍ୟନାରାୟଣ ରେଡ୍ଡି ପାଟଣାଗଡ ଏବଂ ବେଲପଡା ଅଞ୍ଚଳରୁ ବ୍ୟବସାୟ ବାବଦ ୫ଲକ୍ଷ ୭୦ହଜାର ଟଙ୍କା ସଂଗ୍ରହ କରି ବାଇକରେ କଣ୍ଟାବାଞ୍ଜି ଅଭିମୁଖେ ଯାଉଥିଲେ। ସେହି ସମୟରେ ବେଲପଡା ଥାନା ନୁନହାଡ ଗ୍ରାମ ଶେଷମୁଣ୍ଡରେ କେତେକ ଦୁର୍ବୃତ୍ତ ତାଙ୍କୁ ପ୍ରଥମେ ଏକ ଲାଠିରେ ମାଡ ମାରିଥିଲେ। ଗାଡିରୁ ପଡିଯିବା ପରେ ତାଙ୍କୁ ଏକ ଖଣ୍ଡା ଦେଖାଇ ଭୟଭୀତ କରିଥିଲେ। ପରେ ସେମାନେ ରେଡ୍ଡିଙ୍କ ପାଖରେ ଥିବା ଟଙ୍କା ବ୍ୟାଗ ଧରି ଫେରାର ହୋଇଯାଇଥିଲେ। ପରେ ଲୁଟ୍‌ର ଶିକାର ସତ୍ୟନାରାୟଣ ରେଡ୍ଡି ଏ ନେଇ ବେଲପଡା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏ ନେଇ ଥାନାରେ ଏକ ମାମଲା(ନଂ.୨୫୦/୧୯) ରୁଜୁ ହୋଇଥିଲ। ଏସ୍‌ପି ସନ୍ଦୀପ ମାଡକରଙ୍କ ନିର୍ଦ୍ଦେଶକ୍ରମେ ପାଟଣାଗଡ ଏସ୍‌ଡିପିଓ ସୁରେଶ ନାଏକ ଏବଂ କଣ୍ଟାବାଞ୍ଜି ଏସ୍‌ଡିପିଓ ସରୋଜ କୁମାର ମହାପାତ୍ରଙ୍କ ନେତୃତ୍ୱରେ ଦୁଇଟି ଟିମ ଗଠନ କରାଯାଇ ତଦନ୍ତ ପ୍ରକ୍ରିୟାକୁ ତ୍ୱରାନ୍ବିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ସହ ସହଯୋଗ ବଢ଼ାଇବ ଇରାନ

ନୂଆଦିଲ୍ଲୀ,୯ା୯: ଆଞ୍ଚଳିକ ଉତ୍ତେଜନା ବୃଦ୍ଧି ଏବଂ ଆମେରିକାର କଟକଣା ନୀତିକୁ ନେଇ ଲାଗିରହିଥିବା ଅନିଶ୍ଚିତତା ସତ୍ତ୍ୱେ ଚାବହାର ବନ୍ଦରର ରଣନୀତିକ ମୂଲ୍ୟବୋଧ ଓ ଭାରତ ସହ ସମ୍ପର୍କ…

ବିଚାରପତି ବି ଅସହାୟ

ଭାରତୀୟ ଗଣତନ୍ତ୍ରରେ ବିଧାନପାଳିକା, କାର୍ଯ୍ୟପାଳିକା ଓ ନ୍ୟାୟପାଳିକା ତିନୋଟି ପ୍ରମୁଖ ସ୍ତମ୍ଭ ଭାବେ ଜଣାଶୁଣା। ତନ୍ମଧ୍ୟରୁ ନ୍ୟାୟପାଳିକା ଉପରେ ଜନସାଧାରଣ ନ୍ୟାୟ ପାଇଁ ସବୁଠାରୁ ଅଧିକ ଭରସା…

ଦୁର୍ବିଷହ ହୋଇପଡ଼ିଛି ଭୂଷଣଙ୍କ ଜୀବନ: ସହାୟତା ପାଇଁ ଜିଲାପାଳଙ୍କୁ ଫେରାଦ ହେଲେ ଦିବ୍ୟାଙ୍ଗ

ବରଗଡ଼,୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ୍‌ ବ୍ଲକ ରେମଣ୍ଡା ହରିଜନପଡ଼ା ନିବାସୀ ଭୂଷଣ ଭାଏନାଙ୍କ ଜୀବନଯାପନ ଦୁର୍ବିଷହ ହୋଇ ପଡ଼ିଛି। ସେ ୨୦୨୪ରେ ସଂକ୍ରମଣ ହେବା କାରଣରୁ ତାଙ୍କ…

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ…

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ…

ସାଟେଲାଇଟ୍‌ ଇମେଜିଂ ଟେକ୍ନୋଲୋଜି ପାଇଁ ଭାରତୀୟ କମ୍ପାନୀକୁ ଆମେରିକାର ପ୍ୟାଟେଣ୍ଟ

ନୂଆଦିଲ୍ଲୀ,୯ା୯:ମହାକାଶ ପ୍ରଯୁକ୍ତିବଦିଦ୍ୟା କମ୍ପାନୀ ‘ଗାଲାକ୍ସଆଇ’କୁ ମଙ୍ଗଳବାର ଏହାର ଅପ୍‌ଟୋସାର ଇମେଜିଂ କ୍ଷମତାର ମୂଳ ପ୍ରଯୁକ୍ତିବିଦ୍ୟା ପାଇଁ ଆମେରିକାଠାରୁ ପ୍ୟାଟେଣ୍ଟ ମିଳିଛି। ଏହା ସହ ଏହା ସାଟେଲାଇଟ୍‌ ଇମେଜିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri