୬ବର୍ଷ ହେଲା ପାଇପ ଜଳଯୋଗାଣ ବନ୍ଦ

ଜୁନାଗଡ,୧୭।୬(ଡି.ଏନ୍‌.ଏ) – କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଦାସିଗଁ।ରେ ଗତ ୬ବର୍ଷ ହେଲା ଜଳ ଯୋଗାଣ ବନ୍ଦ ରହିଛି। ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ୬ ୱାର୍ଡ ବିଶିଷ୍ଟ ଦାସିଗଁ।ର ଜନସଂଖ୍ୟା ପ୍ରାୟ ୫ହଜାର। ୨୦୦୮ ମସିହାରେ ଗ୍ରାମରେ ଜଳଯୋଗାଣ ପାଇଁ ଏକ ଓଭରହେଡ ପାଣି ଟାଙ୍କି ନିର୍ମାଣ କରାଯାଇଥିଲା। ନିକଟିସ୍ଥ ହାତୀନଦୀରୁ ପାଣି ଆସି ଟାଙ୍କିରେ ଭର୍ତ୍ତି କରାଯାଇ ପାଇପ ଜରିଆରେ ଗ୍ରାମରେ ଜଳ ଯୋଗାଣ ହେଉଥିଲା। ତେବେ ଗତ ୬ବର୍ଷ ତଳେ ମୁଖ୍ୟ ରାସ୍ତା ସମ୍ପ୍ରସାରଣ ସମୟରେ ପାଇପଗୁଡିକ ଫାଟିଯିବା ପରଠାରୁ ଜଳଯୋଗାଣ ବନ୍ଦ ରହିଛି। ଏହାପରେ ଗ୍ରାମରେ ପାଇପ୍‌ ବିଛା ଓ ଘରକୁ ଘର ପାଇପ ସଂଯୋଗ କରିବା ପାଇଁ ବସୁଧା ଯୋଜନାରେ ପ୍ରାୟ ୪୨ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ବିଭାଗ ପକ୍ଷରୁ ଟେଣ୍ଡର ହୋଇଥିଲା। ଏହାକୁ ଜୁନାଗଡ ଅଞ୍ଚଳର ଲକ୍ଷ୍ମୀକାନ୍ତ ନାଏକ ନାମକ ଜଣେ ଠିକାଦାର ଟେଣ୍ଡର ପାଇଥିବା ବିଭାଗୀୟ ଯନ୍ତ୍ରୀ ବିନୋଦ କୁମାର ସିଂଙ୍କଠାରୁ ଜଣାପଡିଛି। ତେବେ ନିମ୍ନମାନର ଓ ହାଲୁକା ପାଇପ୍‌ ରାସ୍ତାରେ ବିଛାଯାଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷରେ, ଏଠାରେ କାମ କରୁଥିବା ଠିକାଦାର ସୂଚନା ଫଳକ ଲଗାଇ ନାହାନ୍ତି। ଏଥିଯୋଗୁ ଲୋକ କାର୍ଯ୍ୟ ସମ୍ପର୍କରେ ଜାଣି ପାରୁନାହାନ୍ତି। ଅଭିଯୋଗ ନେଇ ବିଭାଗୀୟ ଯନ୍ତ୍ରୀ ବିନୋଦ କୁମାର ସଂଙ୍କୁ ପଚାରିବାରୁ କୌଣସି ସନ୍ତୋଷଜନକ ଉତ୍ତର ଦେଇ ନ ଥିଲେ। ଜିଲାପାଳ ଏଥିପ୍ରତି ଦୃଷ୍ଟିଦେଇ ବିହିତ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri