୬ବର୍ଷ ହେଲା ପ୍ରକଳ୍ପ ଅଧାପନ୍ତରିଆ: ପାଣି ପାଇଁ ଗ୍ରାମବାସୀ ହୀନସ୍ତା

ନୟାଗଡ଼ ଅଫିସ,୧୬ା୧୨: ଜିଲାରେ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ ଦ୍ୱାରା କରାଯାଉଥିବା ବିଭିନ୍ନ ପ୍ରକଳ୍ପ ଅଧାପନ୍ତରିଆ ହୋଇ ପଡ଼ିଥିଲେ ମଧ୍ୟ ଏଥିପ୍ରତି କର୍ତ୍ତୃପକ୍ଷ ନଜର ଦେଉ ନ ଥିବା ଅଭିଯୋଗ ହେଉଛି। ଫଳରେ ଲୋକମାନେ ପାନୀୟ ଜଳ ପାଇଁ ନାହିଁ ନ ଥିବା ହଇରାଣ ହେଉଛନ୍ତି। ଏଭଳି ଏକ ଘଟଣା ନୟାଗଡ଼ ବ୍ଲକ ବାଉଁଶିଆପଡ଼ା ପଞ୍ଚାୟତ ପାଟଚଣ୍ଡୀପ୍ରସାଦ ଗ୍ରାମରେ ଦେଖିବାକୁ ମିଳିଛି। ୬ବର୍ଷ ତଳେ ଆରମ୍ଭ କରାଯାଇଥିବା ଜଳ ଯୋଗାଣ ପ୍ରକଳ୍ପ ବର୍ତ୍ତମାନ ସୁଦ୍ଧା ସରିନାହିଁ। ଫଳରେ କେବେ ପ୍ରକଳ୍ପ ସରି ଗ୍ରାମକୁ ପାଇପ୍‌ ଯୋଗେ ଜଳଯୋଗାଣ କରାଯିବ ତାହାକୁ ଗ୍ରାମବାସୀ ଅପେକ୍ଷା କରିଛନ୍ତି। ଏହି ଗ୍ରାମରେ ବସବାସ କରୁଥିବା ୩୦୦ ପରିବାରର ଲୋକଙ୍କ ପାନୀୟ ସମସ୍ୟାକୁ ଆଖି ଆଗରେ ରଖି ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ ତରଫରୁ ୨୦୧୩-୧୪ ଆର୍ଥିକ ବର୍ଷରେ ପାଟପୁର ଗ୍ରାମରେ ପ୍ରକଳ୍ପ କରାଯିବା ପାଇଁ ଟଙ୍କା ମଞ୍ଜୁର ହୋଇଥିଲା। ପାଖାପାଖି ୬ ଲକ୍ଷ ଟଙ୍କା ବ୍ୟୟରେ ଇନ୍‌ଟେକ ୱେଲ ଓ ଗୃହ ତିଆରି କରାଗଲା। ୨୦୧୮ ମସିହା ସୁଦ୍ଧା ଏହି କାର୍ଯ୍ୟ ଅଧାପନ୍ତରିଆ ଭାବେ ପଡ଼ି ରହିଲା। ଏ ନେଇ ପଚାରିବାରୁ ସେଠାରେ ପାଣିର ଉତ୍ସ ନ ଥିବା କହି ବିଭାଗ ଦିନ ପରେ ଦିନ ଗଡ଼ାଇ ଚାଲିଥିଲା। ପରେ ୨୦୧୮-୧୯ ଆର୍ଥିକ ବର୍ଷରେ ଏହି ପ୍ରକଳ୍ପ ନୂଆ ଯୋଜନାରେ କାର୍ଯ୍ୟକାରୀ କରିବା ପାଇଁ ଟଙ୍କା ମଞ୍ଜୁର ହୋଇଥିଲା। ବର୍ତ୍ତମାନ ଅଧା କାମ ସରିଥିବା ବେଳେ କେତେବେଳେ କାମ ସରିବ ତାହା କେହି କହି ପାରୁନାହାନ୍ତି। ଏ ନେଇ ଗ୍ରାମବାସୀ ବିଭିନ୍ନ ସ୍ଥାନରେ ଅଭିଯୋଗ କରିଥିଲେ ମଧ୍ୟ ପଦକ୍ଷେପ ଶୂନ। ଫଳରେ ବାଧ୍ୟ ହୋଇ ଗ୍ରାମରେ ଥିବା ଏକ ନଳକୂପ ଓ ପୋଖରୀରୁ ଲୋକମାନେ ଦୂଷିତ ପାଣି ପିଉଛନ୍ତି। ଏ ନେଇ ବିଭାଗୀୟ ନିର୍ବାହୀ ଯନ୍ତ୍ରୀ ରାଜୀବ କୁମାର ପାଣିଗ୍ରାହୀଙ୍କୁ ପଚାରିବାରୁ ସେ କିଛିମାସ ମଧ୍ୟରେ ଉକ୍ତ ପ୍ରକଳ୍ପ କାମ ଶେଷ କରାଯାଇ ଜଳଯୋଗାଣ କରାଯିବ ବୋଲି ପ୍ରକାଶ କରିଥିଲେ। ଆଗକୁ ଗ୍ରୀଷ୍ମଋତୁ ଆସୁଥିବାରୁ ତୁରନ୍ତ ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri